ଆଜି ଲୌହ ମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ ଅବସରରେ ସମଗ୍ର ଦେଶରେ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରାଯାଉଛି । ଏହି ଅବସରରେ ଦେଶବ୍ୟାପୀ ରନ୍ ଫର ୟୁନିଟି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି । ଭୁବନେଶ୍ୱରରେ ମଧ୍ୟ ରନ୍ ଫର ୟୁନିଟି ଆୟୋଜନ କରାଯାଇଛି । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାକୁ ଶୁଭାରମ୍ଭ କରିଥିଲେ । ରେଳବାଇ ଷ୍ଟାଡିୟମରୁ ସକାଳ 6.30ରେ ଏହି ଗଣଦୌଡ ଆରମ୍ଭ ହୋଇଥିଲା । ସେହିପରି ବାଲେଶ୍ୱରରେ ରନ୍ ଫର୍ ୟୁନିଟି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ଏହି କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ । ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।