Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ରାଉରକେଲାଠାରେ ନୂତନ ଭିଜିଲାନ୍ସ କାର୍ଯ୍ୟାଳୟକୁ ମଞ୍ଜୁର ପ୍ରଦାନ କଲେ ନବୀନ
ଆଜିର ଖବର

ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ରାଉରକେଲାଠାରେ ନୂତନ ଭିଜିଲାନ୍ସ କାର୍ଯ୍ୟାଳୟକୁ ମଞ୍ଜୁର ପ୍ରଦାନ କଲେ ନବୀନ

November 1, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର ରବୀନ୍ଦ୍ର ମଣ୍ଡପରେ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ। ଉକ୍ତ ସଭାରେ ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ଓଡ଼ିଶା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀ ମଧ୍ୟ ଉପସ୍ଥିତ ରହିଥିଲେ। ଏହି ଅବସରରେ ଭିଜିଲାନ୍ସ ଅଫିସରଙ୍କୁ ସେମାନଙ୍କ ଉଲ୍ଲେଖନୀୟ କାର୍ଯ୍ୟଦକ୍ଷତା ପାଇଁ ପୁରସ୍କୃତ କରାଯାଇଥିଲା। ସାର୍ଥକ ସାରଙ୍ଗୀଙ୍କୁ ଶ୍ରେଷ୍ଠ  ଭିଜିଲାନ୍ସ ଡିଭିଜନର ପୁରସ୍କାର ମିଳିଥିବାବେଳେ ସଦାନନ୍ଦ ପାଣିଙ୍କୁ ରାଜ୍ୟ ଶ୍ରେଷ୍ଠ ଭିଜିଲାନ୍ସ  ଇନ୍‌ଭେଷ୍ଟିଗେଟିଂ ଅଫିସରର, ଅନୁସୟା ସେନାପତିଙ୍କୁ ଶ୍ରେଷ୍ଠ ମହିଳା ଇନ୍‌ଭେଷ୍ଟିଗେଟିଂ ଅଫିସର, ଦିଲ୍ଲୀପ କୁମାର କର ଶ୍ରେଷ୍ଠ ଭିଜିଲାନ୍ସ ୟୁନିଟି, ହେମନ୍ତ କୁମାର ସ୍ବାଇଁଙ୍କୁ ଶ୍ରେଷ୍ଠ ଭିଜିଲାନ୍ସ ଆଇନଜୀବୀ ପୁରସ୍କାର ପ୍ରଦାନ କରାଯାଇଥିଲା। ଦୁର୍ନୀତି ନିବାରଣ ସପ୍ତାହ ଉପଲକ୍ଷେ ଆୟୋଜିତ ହୋଇଥିବା ବକ୍ତୃତା ଓ ଚିତ୍ରାଙ୍କନ ପ୍ରତିଯୋଗିତାରେ କୃତି ପ୍ରତିଯୋଗୀଙ୍କୁ ମଧ୍ୟ ଏହି ଅବସରରେ ପୁରସ୍କୃତ କରାଯାଇଥିଲା। ଏହି ବୈଠକରେ ମୁଖ୍ୟମନ୍ତ୍ରୀ ‘ମୋ ସରକାର’ ଓ ୫ଟିର କାର୍ଯ୍ୟକାରିତା ସମ୍ପର୍କରେ ଆଲୋକପାତ କରିଛନ୍ତି। ସେହିପରି ମୋ ସରକାର ଭିଜିଲାନ୍ସକୁ ସଶକ୍ତ କରିବା ପାଇଁ ବହୁତ ଗୁଡ଼ିଏ ପଦକ୍ଷେପ ନେଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ରାଉରକେଲାଠାରେ ନୂତନ ଭିଜିଲାନ୍ସ କାର୍ଯ୍ୟାଳୟର ମଞ୍ଜୁର କରାଯାଇଛି। ଭିଜିଲାନ୍ସର ଉତ୍ତମ କାର୍ଯ୍ୟ ପାଇଁ ଭିଜିଲାନ୍ସକୁ ସ୍ବାଗତ କରିବା ସହିତ ଆଗାମୀ ଭବିଷ୍ୟତରେ  ଭିଜିଲାନ୍ସର ଉତ୍ତମ କାର୍ଯ୍ୟ ଦକ୍ଷତା ଜାରି ରଖିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Latest News

ନିଖୋଜ ବ୍ୟକ୍ତିଙ୍କର ମୃତଦେହ ଉଦ୍ଧାର

December 20, 2025

ଦିଲ୍ଲୀ ବିମାନବନ୍ଦରରେ ଯାତ୍ରୀଙ୍କୁ ଆକ୍ରମଣ ଅଭିଯୋଗ: ପାଇଲଟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ

December 20, 2025

ହାତୀ ସହିତ ଧକ୍କା ହେଲା ରାଜଧାନୀ ଏକ୍ସପ୍ରେସ ଟ୍ରେନ: ଇଞ୍ଜିନ ସମେତ ଟି କୋଚ୍ ଲାଇନଚ୍ୟୁତ , ୮ଟି ହାତୀ ମୃତ

December 20, 2025

ଆଜି ଚୂଡ଼ାନ୍ତ ହେବ ଭାରତର ଟି-୨୦ ବିଶ୍ୱକପ୍ ଦଳ: ଏହି ପାଞ୍ଚଟି ପ୍ରମୁଖ ପ୍ରସଙ୍ଗ ଉପରେ ରହିବ ନଜର

December 20, 2025

ପରୀ ଫିଲ୍ମର ପ୍ରଚାର ଓ ପ୍ରସାର ପାଇଁ ଯାଜପୁରରେ ଟିମ୍

December 20, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.