Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ଇଣ୍ଡିଆ ଗେଟରେ ଆୟୋଜିତ ବୋଇତ ଭସାଣରେ ବାହାର ରାଜ୍ୟର ଲୋକେ ଏବଂ ବିଦେଶୀ ମଧ୍ୟ ସାମିଲ
ଆଜିର ଖବର

ଦିଲ୍ଲୀ ଇଣ୍ଡିଆ ଗେଟରେ ଆୟୋଜିତ ବୋଇତ ଭସାଣରେ ବାହାର ରାଜ୍ୟର ଲୋକେ ଏବଂ ବିଦେଶୀ ମଧ୍ୟ ସାମିଲ

November 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀର ଇଣ୍ଡିଆ ଗେଟରେ ଶତାଧିକ ଅଣ ଓଡ଼ିଆ ଏବଂ ବିଦେଶୀ ଭସାଇଲେ ବୋଇତ

ନୂଆଦିଲ୍ଲୀ:- ନୂଆଦିଲ୍ଲୀର ପ୍ରବାସୀ ଓଡ଼ିଆ ଅନୁଷ୍ଠାନ ତଥା ୱେବ ସଂବାଦ ପତ୍ର “ଓଡ଼ିଆ ପୁଅ” ତରଫରୁ ସପ୍ତାଦଶତମ ବୋଇତ ବନ୍ଦାଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ପାରଂପରିକ ରୀତିରେ କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ଶିତୁଆ ମାଛି ଅନ୍ଧାରରେ ଶତାଧିକ ଓଡ଼ିଆ ଯୋଗଦେଇ ଓଡ଼ିଆ ସ୍ୱାଭିମାନର ପ୍ରତୀକ ବୋଇତ ବନ୍ଦାଣ ଉତ୍ସବ ପାଳନ କରିଥିଲେ। ଓଡ଼ିଆ ପୁଅ ଝିଅମାନେ ସାଧବ ପୁଅ ଏବଂ ସାଧବ ବୋହୂ ବେଶ ଧାରଣ କରିଥିଲେ। ସାଧବାଣୀମାନେ ବୋଇତ ବନ୍ଦାପନା କରିବା ପରେ ବୋଇତରେ ସାଧବ ପୁଅମାନେ, ବୋଇତରେ ବସି ଯାତ୍ରା କରିଥିଲେ। ପାରଂପରିକ ରୀତିରେ ଏହି ଉତ୍ସବ ଇଣ୍ଡିଆ ଗେଟ୍ ସ୍ଥିତ ବୋଟ କ୍ଲବଠାରେ ଅନୁଷ୍ଠିତ ହୋଇଥିଲା। ଏହି ଉତ୍ସବରେ ମୁଖ୍ୟ ସମ୍ମାନୀତ ଅତିଥି ଭାବରେ ଏଲବିଆଇଏଚଏମ୍ ହୋଟେଲ ମ୍ୟାନେଜମେଣ୍ଟ ଇନ୍ଷ୍ଟିଚ୍ୟୁଟର ପରିଚାଳନା ନିର୍ଦ୍ଦେଶକ ଯୋଗଦେଇଥିଲେ ଏବଂ ଅନେକ ପ୍ରତିଷ୍ଠିତ ସମାଜସେବୀ ମାନେ ସ୍ୱତନ୍ତ୍ର ଅତିଥି ଭାବରେ ଯୋଗ ଦେଇଥିଲେ। ବିଶେଷକରି ସପ୍ତାଦଶତମ ବୋଇତ ବନ୍ଦାଣ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲାଯେ, ଅଣ ଓଡ଼ିଆଙ୍କ ମହଲରେ ବୋଇତ ବନ୍ଦାଣ ଉତ୍ସବର ବିଶେଷତ୍ତ୍ୱ ଜଣାଇବା। ତେଣୁ ଓଡ଼ିଆ ପୁଅର ପ୍ରୟାସରେ ଶତାଧିକ ଅଣ ଓଡ଼ିଆଙ୍କ ସହ ବିଦେଶୀ ପର୍ଯ୍ୟଟକମାନେ ମଧ୍ୟ ବୋଇତ ବନ୍ଦାଣ କରିଥିଲେ। ଏହି ଅବସରରେ ଓଡ଼ିଶାର ସମ୍ବଲପୁରୀ ନୃତ୍ୟ, ହରିଆଣା ନୃତ୍ୟ, ଗୁଜରାତର ଦାଣ୍ଡିଆ, କାଶ୍ମୀର ନୃତ୍ୟ, ଆସାମର ବିହୁ ମହାରାଷ୍ଟ୍ରର କଳାକାରମାନଙ୍କ ଦ୍ୱାରା ପାରମ୍ପରୀକ ଲୋକ ନୃତ୍ୟ ପରିବେଷଣ କରାଯାଇଥିଲା। ଏହି ବୋଇତ ବନ୍ଦାଣ ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ଥିଲା ଅଣ ଓଡ଼ିଆଙ୍କୁ ଓଡ଼ିଶାର ପାରମ୍ପରିକ ବୋଇତ ବନ୍ଦାଣ ଉତ୍ସବର ଗାଥା ଜଣାଇବା।

Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026
Latest News

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.