ବାଲେଶ୍ୱର ଜିଲ୍ଲା ସୋର ଥାନା ଅନ୍ତର୍ଗତ ତଳନଗର ନିକଟରେ ଏକ ତୀର୍ଥଯାତ୍ରୀ ଗାଡ଼ି ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକ୍ ପଛପଟକୁ ଧକ୍କା ଦେବାରୁ 9 ଜଣ ତୀର୍ଥଯାତ୍ରୀ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ 3 ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ବାଲେଶ୍ୱର ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି । ଭୋର ପ୍ରାୟ 3ଟା ବେଳେ ଏହି ଦୁର୍ଘଟଣା ଘଟିଛି । ଗୁଜୁରାଟ ଆରବାଲି ଜିଲ୍ଲାରୁ 9 ଜଣ ଯାତ୍ରୀ ଏକ ୱିଙ୍ଗରରେ ପୁରୀ ଯାଉଥିଲେ । ଏହି ସମୟରେ ତାଳନଗର ନିକଟରେ ଗୋଟିଏ ଟ୍ରକ୍ ପଛରେ ପିଟି ହୋଇଥିଲା । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ସୋର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ । ସୋର ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।