ଉତ୍ତରପ୍ରଦେଶ,22/11 ସମାଜବାଦୀ ପାର୍ଟିର ସଂସ୍ଥାପକ ତଥା ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ସମାଜବାଦୀ ପାର୍ଟି ମୁଖ୍ୟାଳୟଠାରୁ ଆରମ୍ଭ କରି ରାଜ୍ୟର ବିଭିନ୍ନ ସ୍ଥାନରେ ମୁଲାୟମଙ୍କ ଜନ୍ମଦିନ ଖୁବ୍ ଆଡମ୍ବରର ସହ ପାଳନ କରାଯାଉଛି। ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମୁଲାୟମଙ୍କ ଜନ୍ମଦିନରେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ତାଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରିଛନ୍ତି। (ଏଜେନ୍ସୀ)