Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫ୍ଲୋର ଟେଷ୍ଟ୍‌ ପୂର୍ବରୁ ଇସ୍ତଫା ଦେଲେ ଫଡ୍‌ନଭୀସ୍‌
ଆଜିର ଖବର

ଫ୍ଲୋର ଟେଷ୍ଟ୍‌ ପୂର୍ବରୁ ଇସ୍ତଫା ଦେଲେ ଫଡ୍‌ନଭୀସ୍‌

November 26, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ମୁମ୍ବାଇ, ୨୬/୧୧: ମହାରାଷ୍ଟ୍ରର ରାଜନୀତିରେ ଘଡିକେ ଘୋଡା ଛୁଟୁଛି। ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଦେବେନ୍ଦ୍ର ଫଡ୍‌ନଭୀସ୍‌। ଅପରାହ୍ନ ୩ଟା୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା କରିବା ସହିତ ନୂତନ ସରକାରକୁ ଶୁଭେଚ୍ଛା ପ୍ରଦାନ କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ରାଜ୍ୟପାଳଙ୍କୁ ଭେଟି ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିବେ ବୋଲି କହିଛନ୍ତି। ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ଉପମୁଖ୍ୟମନ୍ତ୍ରୀ ପଦରୁ ଏନସିପି ନେତା  ଅଜିତ୍‌ ପାଓ୍ବାରା ଉପମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଅଜିତ୍‌ ପାଓ୍ବାରାଙ୍କ ଇସ୍ତଫା ଦେବା ପରେ ମହାରାଷ୍ଟ୍ରର ବିଜେପି ନେତୃତ୍ୱାଧିନ ସରକାର ଏବେ ଭାଙ୍ଗି ଯାଇଛି। ଅନ୍ୟପଟେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଚାହିଁ ବସିଛନ୍ତି। ଗତକାଲି ମୁମ୍ବାଇର ଗ୍ରାଣ୍ଡ ହୟାତ୍‌ ହୋଟେଲ୍‌ରେ ୧୬୨ ବିଧାୟକଙ୍କ ପ୍ୟାରେଡ୍‌ ପ୍ରଦର୍ଶନ କରିଥିଲେ ଶିବସେନା। ଚଳିତ ବିଧାନସଭା ନିର୍ବାଚନରେ ବିଜେପି-ଶିବସେନା ମେଣ୍ଟ ଜନାଦେଶ ପାଇଥିବା ସତ୍ତ୍ବେ ଆସନ ବୁଝାମଣାକୁ ନେଇ ଉଭୟଙ୍କ ମେଣ୍ଟ ଭାଙ୍ଗିଯାଇଥିଲା। ଏବେ ମହାରାଷ୍ଟ୍ରରେ ଶିବସେନା-କଂଗ୍ରେସ-ଏନ୍‌ସିପି ସରକାର ଗଠନ କରିବା ନେଇ ଉତ୍ସାହିତ ରହିଛନ୍ତି। (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026

କେରଳରେ ପ୍ରବଳ ବର୍ଷାର ତାଣ୍ଡବ: ମୃତ୍ୟୁସଂଖ୍ୟା ୮କୁ ବୃଦ୍ଧି

August 3, 2026

ତିନିଦିନିଆ ଓଡ଼ିଶା ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

August 3, 2026
Latest News

ବନ୍ୟା ସହାୟତା ଘୋଷଣା, ପ୍ରଥମ ପର୍ଯ୍ୟାୟରେ ୧୧୦ କୋଟି ଟଙ୍କା, ଜାଣନ୍ତୁ କାହାକୁ ଦିଆଯିବ କେତେ 

August 3, 2026

ଓଡିଶା ରାଜନୀତିର ଭୀଷ୍ମ ପିତାମହ ବିଶ୍ବଭୂଷଣ ହରିଚନ୍ଦନଙ୍କ ୯୩ ତମ ଜନ୍ମଦିବସ ପାଳିତ

August 3, 2026

Bankipur Byepoll Result: ବିଜେପି ରାଷ୍ଟ୍ରୀୟ ସଭାପତି ନୀତିନ ନବୀନଙ୍କ ଗଡରେ ଜିତିଲେ ପ୍ରଶାନ୍ତ କିଶୋର

August 3, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ସ୍ବାଗତ କଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ

August 3, 2026

ଭୁବନେଶ୍ୱର ପାତ୍ରପଡ଼ାରେ ତୁଳା ଗୋଦାମରେ ଭୟାବହ ଅଗ୍ନିକାଣ୍ଡ

August 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.