Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଡିସେମ୍ବର ୧ରୁ ଆରମ୍ଭ ହେବ ପ୍ରସିଦ୍ଧ କୋଣାର୍କ ଉତ୍ସବ ଓ ବାଲୁକା କଳା ଉତ୍ସବ
ଆଜିର ଖବର

ଡିସେମ୍ବର ୧ରୁ ଆରମ୍ଭ ହେବ ପ୍ରସିଦ୍ଧ କୋଣାର୍କ ଉତ୍ସବ ଓ ବାଲୁକା କଳା ଉତ୍ସବ

November 28, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର, ୨୮/୧୧: (ସମୀକ୍ଷା ବ୍ୟୁରୋ)  ଡ଼ିସେମ୍ବର ୧ ତାରିଖଠାରୁ ୫ ତାରିଖ ପର୍ଯ୍ୟନ୍ତ ପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରଠାରେ ଓଡ଼ିଶା ପର୍ଯ୍ୟଟନ ବିଭାଗ ତରଫରୁ ପ୍ରତ୍ୟହ ସନ୍ଧ୍ୟା ୬ ଘଟିକା ଠାରୁ ରାତ୍ର ୯ ଘଟିକା ପର୍ଯ୍ୟନ୍ତ ମୁକ୍ତାକାଶ ରଙ୍ଗମଞ୍ଚରେ କୋଣାର୍କ ନୃତ୍ୟୋତ୍ସବର ଆୟୋଜନ ହେବାକୁ ଯାଉଛି  । ଓଡ଼ିଶାର ଅନ୍ତର୍ନିହିତ ଐତିହ୍ୟକୁ ବାଦ ଦେଲେ ଏହି ଉତ୍ସବ ଉତ୍କୃଷ୍ଟ ମାନର ପାରମ୍ପରିକ ତଥା ଶାସ୍ତ୍ରୀୟ ନୃତ୍ୟର ଆୟୋଜନ କରୁଅଛି  । କୋଣାର୍କ ଉତ୍ସବ ଯେଉଁଥିରେ ବହୁ ପ୍ରତିଭାବାନ୍‍ ନୃତ୍ୟ ବିଶାରଦ ପ୍ରାୟ ଶାସ୍ତ୍ରୀୟ ନୃତ୍ୟର କଳାକାରବୃନ୍ଦ ଓଡ଼ିଶୀ, ଭାରତନାଟ୍ୟମ, କଥକ, କୁଚିପୁଡ଼ି, ମୋହିନିଆଟ୍ଟମ ଏବଂ ଏବର୍ଷର ବିଶେଷ ଆକର୍ଷଣ ଇଣ୍ଡୋନେସିଆର ବାଲିନିଜ୍‍ ଦଳଗତ ନୃତ୍ୟ ପ୍ରଦର୍ଶନ କରିବେ ।

ଆନ୍ତର୍ଜାତିକ ବାଲୁକା କଳା ଉତ୍ସବ ୨୦୧୯

କୋଣାର୍କ ସୂର୍ଯ୍ୟ ମନ୍ଦିରଠାରୁ ୩ କି.ମି. ଦୂରରେ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ପର୍ଯ୍ୟଟନ ବିଭାଗର ବ୍ରାଣ୍ଡ ଆମ୍ବାସଡ଼ର ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଚନ୍ଦ୍ରଭାଗାର ପ୍ରଶସ୍ତ ବେଳାଭୂମିରେ ଆନ୍ତର୍ଜାତିକ ବାଲୁକାକଳାର ଆୟୋଜନ କରାଯାଉଅଛି । ଏହି ଉତ୍ସବ ପ୍ରତ୍ୟହ ପୂର୍ବାହ୍ନ ୧୦ ଘଟିକା ଠାରୁ ରାତି ୧୦ ଘଟିକା ପର୍ଯ୍ୟନ୍ତ ପ୍ରଦର୍ଶିତ ହେବ । ଏହି ବିଶ୍ୱବ୍ୟାପୀ ପ୍ରତିଯୋଗିତାରେ ପ୍ରତିଯୋଗୀମାନେ ପାଞ୍ଚଦିନ ପର୍ଯ୍ୟନ୍ତ ନିଦ୍ଦିଷ୍ଟ ଘଟଣା ଉପରେ ଆଧାରିତ ବାଲୁକା ଚିତ୍ରକଳା ପ୍ରଦର୍ଶନ  କରିବେ  । ଚଳିତ ବର୍ଷ ଯୁକ୍ତରାଷ୍ଟ୍ର ଆମେରିକା, ଆୟରଲାଣ୍ଡ, ଡ଼େନ୍‍ମାର୍କ, ଋଷିଆ, କାନାଡ଼ା, ଟଗୋ ଓ ଶ୍ରୀଲଙ୍କା ଆଦି ଦେଶମାନଙ୍କରୁ ପ୍ରତିଭାବାନ ବାଲୁକାଶିଳ୍ପୀମାନେ ଅଂଶ ଗ୍ରହଣ କରିବେ । ସେହିପରି ଦେଶ ଭିତରରୁ ଯଥା ରାଜସ୍ଥାନ, ମହାରାଷ୍ଟ୍ର, ଗୁଜୁରାଟ, ତାମିଲନାଡ଼ୁ, ଆନ୍ଧ୍ରପ୍ରଦେଶ, ବିହାର ଓ ପଶ୍ଚିମବଙ୍ଗ ସହିତ ଓଡ଼ିଶାରୁ ଖ୍ୟାତିନାମା ବାଲୁକାକଳା ଶିଳ୍ପିମାନେ ଅଂଶଗ୍ରହଣ କରିବେ  । ଚଳିତ ଥରର ବିଷୟବସ୍ତୁ ମଧ୍ୟରେ ରହିଛି ପ୍ରକୃତି ପର୍ଯ୍ୟଟନ, ସଂସ୍କୃତି, ପର୍ବ ଓ ପର୍ବାଣୀ, ମହିଳା ସଶକ୍ତିକରଣ, ପ୍ଲାଷ୍ଟିକ୍‍କୁ ନା ଐତିହ୍ୟ । ସେହିପରି ଚନ୍ଦ୍ରଭାଗା ନିକଟରେ ଏକ ଆକର୍ଷଣୀୟ ହସ୍ତଶିଳ୍ପ ମେଳା ଅନୁଷ୍ଠିତ ହେବ  । ଏହି ମେଳରେ ବିଭିନ୍ନସ୍ଥାନର ସୁନ୍ଦର ସ୍ଥପତିମାନେ ସେମାନଙ୍କ ଦ୍ୱାରା ନିର୍ମିତ ଭିନ୍ନ ଭିନ୍ନ ସୁନ୍ଦର ହସ୍ତଶିଳ୍ପ ପ୍ରଦର୍ଶନ କରିବେ  ।

sand art
Share. Facebook Twitter LinkedIn Email WhatsApp Copy Link

Related Posts

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଆଜି ଜୁଲାଇ ୨୩ ତାରିଖ ଗୁରୁବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସତର୍କ

July 23, 2026

କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ସୁଭଦ୍ରା ଶକ୍ତି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ

July 22, 2026
Latest News

ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା ଅଧିନରେ ଓଡ଼ିଶାର ନୀଳ ଅର୍ଥନୀତି

July 23, 2026

ଜୈବ ବିବିଧତା ସଂରକ୍ଷଣ ପାଇଁ ଏନ୍‌ବିଏର ବଡ଼ ପଦକ୍ଷେପ: ଓଡ଼ିଶା ସମେତ ୧୧ ରାଜ୍ୟକୁ ୬.୬୭ କୋଟି ମଞ୍ଜୁର

July 23, 2026

ସମସ୍ତ ସଂସ୍କାରର ମୂଳରେ ନାଗରିକ କଲ୍ୟାଣ ରହିବା ଆବଶ୍ୟକ: ସଚିବମାନଙ୍କ ବୈଠକରେ ପ୍ରଧାନମନ୍ତ୍ରୀ

July 23, 2026

ସରକାରଙ୍କ ବଡ଼ ନିଷ୍ପତ୍ତି: ନୀତି ଆୟୋଗର ନୂତନ ସିଇଓ ଭାବେ ନିଯୁକ୍ତି ପାଇଲେ ଅନୁରାଗ ଜୈନ

July 23, 2026

ଛାତ୍ରଛାତ୍ରୀମାନଙ୍କ ପ୍ରତିବାଦ ପ୍ରତି ଯୁବରାଜ ସିଂହଙ୍କ ପ୍ରତିକ୍ରିୟା: ସମସ୍ତଙ୍କୁ ଜାଣିବା ଜରୁରୀ

July 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.