
ନୂଆଦିଲ୍ଲୀ,17/12 : ଛାତ୍ର ଆନ୍ଦୋଳନକୁ ନେଇ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି ବୋଲି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଭିଯୋଗ କରିଛନ୍ତି । ନିଜର ରାଜନୈତିକ ଫାଇଦା ପାଇଁ ସୋନିଆ ଏପରି ନାଟକ କରୁଛନ୍ତି ବୋଲି ସୀତାରମଣ କହିଛନ୍ତି । ନାଗରିକତ୍ବ ସଂଶୋଧନ ଆଇନକୁ ନେଇ ଦେଶରେ ଛାତ୍ର ଆନ୍ଦୋଳନ ଚାଲିଥିବା ବେଳେ ସୋନିଆ ରାଜନୈତିକ ଫାଇଦା ପାଇଁ ଏହି ଆନ୍ଦୋଳନକୁ ବଢାଇବାର ଚେଷ୍ଟା କରୁଛନ୍ତି । ଏହି ଆଇନକୁ ବିରୋଧ କରୁଥିବା କଂଗ୍ରେସ ନେତା ମନେ ରଖିବା ଉଚିତ୍ ଏହି ବିଲ୍କୁ ସଂସଦର ଉଭୟ ଗୃହରେ ପାରିତ କରାଯାଇଛି ।(ଏଜେନ୍ସୀ)