ରୋହିତ-ରାହୁଲଙ୍କ ଶତକ : 35 ଓଭର ସୁଦ୍ଧା ଭାରତ 220/0

Published: Dec 18, 2019, 4:15 pm IST

ବିଶାଖାପଟ୍ଟନମ,18/12: ବିଶାଖାପଟ୍ଟନମରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ଭାରତୀୟ ଓପ୍‌ନର ଚମତ୍କାର ବ୍ୟାଟିଂ କରିଛନ୍ତି । ଉଭୟ ବ୍ୟାଟ୍ସମ୍ୟାନ୍‌ ଶତକ ହାସଲ କରିବା ସହିତ ପ୍ରଥମ ଓ୍ବିକେଟରେ ଦ୍ବିଶତକୀୟ ଭାଗିଦାରୀ କରିଥିଲେ । 36 ଓଭର ସୁଦ୍ଧା ଭାରତ 220 ରନ୍‌ ସଂଗ୍ରହ କରିଥିବା ବେଳେ ରୋହିତ(114) ଏବଂ ରାହୁଲ (102) ରନ୍‌ରେ ବ୍ୟାଟିଂ କରୁଛନ୍ତି । ଟସ୍‌ ହାରି ବ୍ୟାଟିଂ ଆମନ୍ତ୍ରଣ ପାଇଥିବା ଭାରତ ପକ୍ଷରୁ ଦୁଇ ଓପ୍‌ନର ରୋହିତ ଶର୍ମା ଏବଂ କେଏଲ୍‌ ରାହୁଲ ସତର୍କତାର ସହିତ ଇନିଂସ ଆରମ୍ଭ କରିଥିଲେ । ପ୍ରାରମ୍ଭରୁ ରାହୁଲ ଆକ୍ରମଣାତ୍ମକ ବ୍ୟାଟିଂ କରିଥିବା ବେଳେ ରୋହିତ ଜଗି ରଖି ଖେଳିଥିଲେ । ପରେ ରୋହିତ ରନ୍‌ଗତି ବଢାଇବା ସହିତ 33 ତମ ଓଭରରେ 108 ବଲ୍‌ରୁ 11ଟି ଚୌକା ଏବଂ 2 ଛକ୍କା ସହାୟତାରେ ନିଜର ଶତକ ପୂରଣ କରିଥିଲେ । ଏହା ବ୍ୟତିତ ରାହୁଲ 102ଟି ବଲ୍‌ର ସମ୍ମୁଖୀନ ହୋଇ 8ଟି ଚୌକା ଏବଂ 3ଟି ଛକ୍କା ସହାୟତାରେ ଶତକ ପୂରଣ କରିଥିଲେ ।

Related posts