Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରୋହିତଙ୍କ 28 ତମ ଅନ୍ତର୍ଜାତୀୟ ଶତକ : ଓ୍ବେଷ୍ଟଇଣ୍ଡିଜ୍‌ ସମ୍ମୁଖରେ 388 ରନ୍‌ର ବିଜୟ ଲକ୍ଷ୍ୟ
ଆଜିର ଖବର

ରୋହିତଙ୍କ 28 ତମ ଅନ୍ତର୍ଜାତୀୟ ଶତକ : ଓ୍ବେଷ୍ଟଇଣ୍ଡିଜ୍‌ ସମ୍ମୁଖରେ 388 ରନ୍‌ର ବିଜୟ ଲକ୍ଷ୍ୟ

December 18, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ବିଶାଖାପଟ୍ଟନମ୍‌, 18/12 : ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜ୍‌ର ଦ୍ବିତୀୟ ଦିନିକିଆରେ ଓ୍ବିଣ୍ଡିଜ୍‌ ସମ୍ମୁଖରେ 388 ରନ୍‌ର ବିଜୟ ଲକ୍ଷ୍ୟ ରହିଛି । ଭାରତ ପକ୍ଷରୁ ଦୁଇ ଓପ୍ନର ରୋହିତ ଶର୍ମା(159) ଏବଂ ରାହୁଲ(102) ଶତକ ହାସଲ କରିଥିଲେ । ରୋହିତ ନିଜ ଅନ୍ତର୍ଜାତୀୟ କ୍ୟାରିୟରର 28 ତମ ଶତକ ହାସଲ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଶ୍ରେୟସ ଆୟାର (53) ଏବଂ ଋଷଭ ପନ୍ତ(39) ରନ୍‌ ସଂଗ୍ରହ କରିଥିଲେ । ପ୍ରଥମ ଓ୍ବିକେଟରେ ରାହୁଲ-ରୋହିତ 227 ରନ୍‌ ଯୋଡିଥିଲେ । ରୋହିତ 135 ବଲ୍‌ର ସମ୍ମୁଖୀନ ହୋଇ 17ଟି ଚୌକା ଏବଂ 5 ଛକ୍କା ସହାୟତାରେ 159 ରନ୍‌ କରିଥିବା ବେଳେ ରାହୁଲ 104 ଟି ବଲ୍‌ର ସମ୍ମୁଖୀନ ହୋଇ 8ଟି ଚୌକା ଏବଂ 3ଟି ଛକ୍କା ସହାୟତାରେ 102 ରନ୍‌ ସଂଗ୍ରହ କରିଥିଲେ । ଶେଷ ଭାଗରେ ପନ୍ତ 16ଟି ବଲ୍‌ର ସମ୍ମୁଖୀନ ହୋଇ 39 ରନ୍‌ ଏବଂ ଶ୍ରେୟସ ଆୟାର 32ଟି ବଲ୍‌ରୁ 53 ରନ୍‌ ସଂଗ୍ରହ କରିଥିଲେ । ଉଭୟ 3ଟି ଲେଖାଏଁ ଚୌକା ଏବଂ 4ଟି ଲେଖାଏଁ ଛକ୍କା ମାରିଥିଲେ । ଓ୍ବିଣ୍ଡିଜ୍‌ ପକ୍ଷରୁ କଟ୍‌ରେଲ୍‌ 2ଟି ଓ୍ବିକେଟ ଅକ୍ତିଆର କରିଥିବା ବେଳେ କିମୋ ପଲ୍‌ ଏବଂ ପୋଲାର୍ଡ ଗୋଟିଏ ଲେଖାଏଁ ଓ୍ବିକେଟ୍‌ ଅକ୍ତିଆର କରିଥିଲେ । (ଏଜେନ୍ସି)

india iyer rahul rohit
Share. Facebook Twitter LinkedIn Email WhatsApp Copy Link

Related Posts

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026
Latest News

ସନ୍ତୁଷ୍ଟ ନା ଅସନ୍ତୁଷ୍ଟ?: ବଜେଟ୍ ଉପରେ ଜାଣନ୍ତୁ କ’ଣ କହିଲେ ଜୟନ୍ତ ଚୌଧୁରୀ?

February 1, 2026

Budget 2026: ମହଙ୍ଗା ହେଲା ମଦ, ଜାଣନ୍ତୁ କେଉଁଥିରେ ମିଳିଲା ଆଶ୍ଵସ୍ତି?

February 1, 2026

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.