Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରୀଲଙ୍କାକୁ 263 ରନ୍‌ରେ ପରାସ୍ତ କରି ସିରିଜ୍‌ ଜିତିଲା ପାକିସ୍ତାନ
ଆଜିର ଖବର

ଶ୍ରୀଲଙ୍କାକୁ 263 ରନ୍‌ରେ ପରାସ୍ତ କରି ସିରିଜ୍‌ ଜିତିଲା ପାକିସ୍ତାନ

December 23, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

କରାଚୀ,23/12 : କରାଚୀରେ ପାକିସ୍ତାନ ଏବଂ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଟେଷ୍ଟ ମ୍ୟାଚ୍‌ରେ ପାକିସ୍ତାନ ବିଜୟୀ ହେବା ସହିତ ସିରିଜ୍‌ ବିଜୟୀ ହୋଇଛି । ପ୍ରଥମ ଇନିଂସରେ ପଛୁଆ ରହିବା ସତ୍ତ୍ବେ ପାକିସ୍ତାନ 263 ରନ୍‌ରେ ଶ୍ରୀଲଙ୍କାକୁ ପରାସ୍ତ କରିଛି । ପ୍ରଥମ ଇନିଂସରେ ପାକିସ୍ତାନ ମାତ୍ର 191 ରନ୍‌ ସଂଗ୍ରହ କରିଥିବା ବେଳେ ଶ୍ରୀଲଙ୍କା 271 ରନ୍‌ ସଂଗ୍ରହ କରିଥିଲା । 80 ରନ୍‌ର ପଛୁଆ ପାକିସ୍ତାନ ପକ୍ଷରୁ ଦ୍ବିତୀୟ ଇନିଂସରେ ଟପ୍‌ ଅର୍ଡରର ପ୍ରଥମ ଚାରି ବ୍ୟାଟ୍ସମ୍ୟାନ୍‌ ଶତକ ହାସଲ କରିଥିଲେ । ଦୁଇ ଓପ୍ନର ଆବିଦ୍‌ ଅଲୀ(174) ଏବଂ ସାନ୍‌ ମାସୁଦ୍‌(135) ପ୍ରଥମ ଓ୍ବିକେଟ୍‌ରେ 278 ରନ୍‌ ଯୋଡିଥିଲେ । ପରେ ଅଧିନାୟକ ଆଝାର ଅଲୀ (118) ଏବଂ ବାବର ଆଜାମ(100) ଶତକ ହାସଲ କରିବାରୁ ପାକିସ୍ତାନ 3 ଓ୍ବିକେଟ୍‌ ବିନିମୟରେ 555 ରନ୍‌ ସଂଗ୍ରହ କରିଥିଲା । 476 ରନ୍‌ର ବିଜୟ ଲକ୍ଷ୍ୟରେ ବ୍ୟାଟ୍ସମ୍ୟାନଙ୍କ ବିଫଳତା କାରଣରୁ ଶ୍ରୀଲଙ୍କା 212 ରନ୍‌ରେ ସମସ୍ତ ଓ୍ବିକେଟ ହରାଇଥିଲା । ଶ୍ରୀଲଙ୍କା ପକ୍ଷରୁ ଓସାଡା ଫର୍ଣ୍ଣାଣ୍ଡୋ(102) ଶତକ ହାସଲ କରିଥିଲେ ମଧ୍ୟ ଅନ୍ୟ ବ୍ୟାଟ୍ସମ୍ୟାନଙ୍କ ବିଫଳତାରୁ ଦଳ ପରାଜୟ ବରଣ କରିଥିଲା । ଆବିଦ୍‌ ଅଲୀଙ୍କୁ ମ୍ୟାଚ୍‌ର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା । (ଏଜେନ୍ସୀ)

pakistan srilanka test
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରର ପ୍ରସିଦ୍ଧ ତଥା ପ୍ରାଚୀନ ଶୈବ ପୀଠ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

December 8, 2025

ପୁରୀରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର ସମ୍ମିଳନୀ ଉଦଯାପିତ

December 8, 2025

ଚିକିତ୍ସାଧୀନ ଆତ୍ମାହୂତି ପୀଡ଼ିତା ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

December 8, 2025

Panchanga 8th Dec 25: ଆଜିର ପଞ୍ଚାଙ୍ଗ କଣ ରହିଛି, ଆଜି କେତେବେଳେ ଶୁଭ ଓ ଅଶୁଭ ମୁହୂର୍ତ୍ତ

December 8, 2025
Latest News

ଭୁବନେଶ୍ୱରର ପ୍ରସିଦ୍ଧ ତଥା ପ୍ରାଚୀନ ଶୈବ ପୀଠ ପରିଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା

December 8, 2025

ପୁରୀରେ ଆୟୋଜିତ ଗ୍ଲୋବାଲ ଏନର୍ଜି ଲିଡର ସମ୍ମିଳନୀ ଉଦଯାପିତ

December 8, 2025

ଆଶ୍ଚର୍ଯ୍ୟ…ଋଷ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ବେଳେ ସେ କରିଥିବା ମଳତ୍ୟାଗ ମଧ୍ୟ ତାଙ୍କ ସୁରକ୍ଷା କର୍ମି ନେଇଗଲେ

December 8, 2025

Odisha Cabinet Reshuffle Buzz: ନୂଆବର୍ଷରେ ନୂଆ ମନ୍ତ୍ରୀମଣ୍ଡଳ, ଲାଗୁ ହେବ ଗୁଜୁରାଟ ମଡେଲ

December 8, 2025

ଚିକିତ୍ସାଧୀନ ଆତ୍ମାହୂତି ପୀଡ଼ିତା ଛାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ

December 8, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.