Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସାରା ଓଡ଼ିଶାରେ ହର୍ଷ ଓ ଆନନ୍ଦରେ ପାଳିତ ହେଉଛି ‘ବଡଦିନ’
ଆଜିର ଖବର

ସାରା ଓଡ଼ିଶାରେ ହର୍ଷ ଓ ଆନନ୍ଦରେ ପାଳିତ ହେଉଛି ‘ବଡଦିନ’

December 25, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 25/12: ସାରା ଓଡ଼ିଶାରେ ବେଶ୍‌ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଉଛି ବଡଦିନ। ପ୍ରଭୁ ଯୀଶୁଙ୍କର ଜନ୍ମଦିନ ଅର୍ଥାତ୍‌ ବଡଦିନ ପାଇଁ ସାରା  ରାଜ୍ୟରେ ଏକ ଖୁସିର ଉତ୍ସବ ଲାଗି ରହିଛି। ଏହି ଅବସରରେ ବିଭିନ୍ନ ଚର୍ଚ୍ଚ ପକ୍ଷରୁ ସ୍ବତନ୍ତ୍ର ପ୍ରାର୍ଥନା ଓ କାର୍ଯ୍ୟକ୍ରମ ପ୍ରସ୍ତୁତି କରାଯାଇଛି। ଆଜି ମଧ୍ୟରାତ୍ରିରେ ପ୍ରଭୁ ଯୀଶୁଙ୍କର ଜନ୍ମ ହୋଇଥିବାବେଳେ ଏହାକୁ ବେଶ୍‌ ସ୍ବତନ୍ତ୍ର ଢଙ୍ଗରେ ପାଳନ କରିଛନ୍ତି ଖ୍ରୀଷ୍ଟିଆନ୍‌ ଧର୍ମାବଲମ୍ବୀମାନେ।

ବଡ଼ଦିନ ଅବସରରେ ରାଜ୍ୟର ବିଭିନ୍ନ ଚର୍ଚ୍ଚଗୁଡ଼ିକରେ ଆଲୋକସଜ୍ଜା କରାଯିବା ସହିତ କ୍ରିସମାସ ଟ୍ରି, ମହମବତୀ ଓ ଘଣ୍ଟି ଦ୍ବାରା ସଜାଯାଇଛି। ଗତକାଲି ମଧ୍ୟରାତ୍ର ପର୍ଯ୍ୟନ୍ତ ବିଭିନ୍ନ ଚର୍ଚ୍ଚଗୁଡ଼ିକରେ ବିଶେଷ ପ୍ରାର୍ଥନା କରାଯାଇଥିଲା। ଏଥିରେ ହଜାର ହଜାର ଖ୍ରୀଷ୍ଟଧର୍ମାବଲମ୍ବୀମାନେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ଚର୍ଚ୍ଚ ପକ୍ଷରୁ ଭଜନ, ପ୍ରାର୍ଥନା, ଗୀତ ଓ ଉପହାର ଆଦାନ ପ୍ରଦାନ  କରାଯାଇଥିଲା। ଭୁବନେଶ୍ବର କଟକ ବ୍ୟତୀତ, ବାଲେଶ୍ବର, ବ୍ରହ୍ମପୁର, ରାଉରକେଲା, କନ୍ଧମାଳ ଆଦି ସହରଗୁଡ଼ିକରେ ବେଶ୍‌ ଶାନ୍ତିପୂର୍ଣ୍ଣ ଭାବରେ ବଡଦିନ ପାଳନ କରାଯାଉଛି। ଏହି ଅବସରରେ ରାଜ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ବଡଦିନର ଶୁଭେଚ୍ଛା ଜଣାଇ ଟୁଇଟ୍‌ କରିଛନ୍ତି –  ‘ଖ୍ରୀଷ୍ଟମାସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା। ଆପଣଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ଭରି ରହୁ। ମେରି କ୍ରିସମାସ’।

ପେଟ୍ରୋଲିୟମ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ବଡ ଦିନ ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇ ଟୁଇଟ୍‌ କରିଛନ୍ତି।  କନ୍ଧମାଳରେ ବଡ଼ଦିନ ଉପଲକ୍ଷେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି।

Share. Facebook Twitter LinkedIn Email WhatsApp Copy Link

Related Posts

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Latest News

ଭଉଣୀଙ୍କ ପାଇଁ ରାକ୍ଷୀ ଉପହାର: ରକ୍ଷାବନ୍ଧନରେ ମାଗଣା ‘ଆମ ବସ୍’ ସେବା

August 27, 2026

ନଭେମ୍ବର ୨୪ରୁ ବାଲିଯାତ୍ରା: ମହାନଦୀରେ ଜଳକ୍ରୀଡ଼ା ହେବ ମୁଖ୍ୟ ଆକର୍ଷଣ

August 27, 2026

କ୍ୟାଶ୍‌ଲେସ୍‌ ଚିକିତ୍ସାରେ କ୍ୟାଶ୍‌ର ଖେଳ! ଆୟୁଷ୍ମାନ ହିତାଧିକାରୀଙ୍କୁ ଟାର୍ଗେଟ୍‌ କରୁଛନ୍ତି ଘରୋଇ ହସ୍ପିଟାଲ?

August 26, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026

କୃତ୍ରିମ ବୁଦ୍ଧିମତା ଓ ମାନବିକୀ ବିଜ୍ଞାନ ମଧ୍ୟରେ ସେତୁ ସ୍ଥାପନ ପାଇଁ ସୋଆରେ କମର୍ଶାଳା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.