ବର୍ଷର ଅନ୍ତିମ ମନ୍‌ କୀ ବାତ୍‌ : ବିକାଶ ଦିଗରେ ଯୁବ ପିଢ଼ିର ଭୂମିକା ଗୁରୁତ୍ୱପୂର୍ଣ୍ଣ

Published: Dec 29, 2019, 12:21 pm IST
from june 30 modis mann ki baat

ନୂଆଦିଲ୍ଲୀ, 29/12 : ବର୍ଷର ଅନ୍ତିମ ମନ୍‌ କୀ ବାତ୍‌କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ଅବସରରେ ମୋଦି ଯୁବସମାଜର ଭୁରିଭୁରି ପ୍ରଶଂସା କରିଥିଲେ । ଆଜିର ଯୁବ ସମାଜ ଜାତି ପ୍ରଥାକୁ ଦୂର କରି ଦେଶ ଗଠନରେ ଅଧିକରୁ ଅଧିକ ବ୍ରତୀ ହେବାରେ ଲାଗିଛନ୍ତି ବୋ.ଲି ମୋଦି କହିଛନ୍ତି । ଦେଶର ଆଧୁନିକୀକରଣ ଓ ବିକାଶ ଦିଗରେ ଯୁବ ପିଢ଼ିର ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି କହିବା ସହିତ ମୋଦି ସେମାନଙ୍କ ପାଇଁ ବିଭିନ୍ନ କ୍ଷେତ୍ରରେ ବ୍ୟାପକ ସୁଯୋଗ ରହିଥିବା କହିଛନ୍ତି । ଆଜିର ଯୁବ ବର୍ଗ ଅଶାନ୍ତି ଓ ଦେଶ ପାଇଁ ଖରାପ ପରିସ୍ଥିତି ସୃଷ୍ଟି କରିବାକୁ ଚାହୁଁ ନାହିଁ ବରଂ କୌଣସି ପ୍ରସଙ୍ଗ ଉପରେ ଯୁବ ପିଢ଼ି ନିଜର ମତାମତ ଉପସ୍ଥାପନ କରିବାରେ ବିଶ୍ୱାସ ରଖୁଛି ବୋଲି ମୋଦି କହିଛନ୍ତି । ସ୍ୱାମୀ ବିବେକାନନ୍ଦ କନ୍ୟାକୁମାରୀର ଯେଉଁ ପ୍ରସ୍ଥର ଉପରେ ସାଧନା କରିଥିଲେ, ଏବେ ତାହାକୁ 50 ବର୍ଷ ପୂରିବାକୁ ଯାଉଛି । ବିଗତ 5 ଦଶନ୍ଧି ହେବ ସେହି ପ୍ରସ୍ଥର ଖଣ୍ଡ ଆମ ପାଇଁ ଗର୍ବ ଓ ଗୌରବ ହୋଇ ରହିଛି ବୋଲି ମୋଦି କହିଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ କି ବାତରେ ଜାମ୍ମୁ, କାଶ୍ମୀର ଏବଂ ଲଦାଖରେ ଆରମ୍ଭ ହୋଇଥିବା କୌଶଳ ବିକାଶ ଯୋଜନା ‘ହିମାୟତ’ ସମ୍ପର୍କରେ ଚର୍ଚ୍ଚା କରିଥିଲେ । ଏହାସହିତ ଦେଶବାସୀଙ୍କୁ ନୂତନ ବର୍ଷ ପାଇଁ ଅଭିନନ୍ଦ ଜଣାଇଥିଲେ ମୋଦି ।

Related posts