ଭାରତ ବନ୍ଦ ଯୋଗୁଁ ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

Published: Jan 7, 2020, 1:08 pm IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର, 7/1: ଆସନ୍ତାକାଲି ଏନ୍‌ଡିଏ ସରକାରଙ୍କ ଦମନକାରୀ ନୀତି ପ୍ରତିବାଦରେ 10ଟି ଶ୍ରମିକ ସଙ୍ଗଠନ ପକ୍ଷରୁ 24 ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହି ବନ୍ଦ ଡାକରାକୁ ଦେଶବ୍ୟାପୀ ବିଭିନ୍ନ କୃଷକ ସଙ୍ଗଠନ, ଶ୍ରମିକସଙ୍ଗଠନ ସମର୍ଥନ କରିଛନ୍ତି। ଏହି ବନ୍ଦକୁ କଂଗ୍ରେସ ମଧ୍ୟ ସମର୍ଥନ କରିଛି। ଆସନ୍ତାକାଲି ଭାରତ ବନ୍ଦ ଯୋଗୁଁ ସାରା ଦେଶରେ ଯାତାୟତ ସେବା ପ୍ରଭାବିତ ହେବ। ସୁରକ୍ଷା ଦୃଷ୍ଟିରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି କରାଯିବା ନେଇ ଉଚ୍ଚଶିକ୍ଷା ବିଭାଗର ଅତିରିକ୍ତ ସଚିବ ଘୋଷଣା କରିଛନ୍ତି । ଆମ ରାଜ୍ୟରେ ମଧ୍ୟ ଆସନ୍ତାକାଲି ଭାରତ ବନ୍ଦକୁ ସଫଳ କରିବା ପାଇଁ ,୧୨ ଦଫା ଦାବି ନେଇ ଧର୍ମଘଟ ଡାକରା ଦେଇଛି କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ଓ ସ୍ୱାଧୀନ ଫେଡରେସନ ମିଳିତ ମଞ୍ଚ। ବେରୋଜଗାର, ଦରଦାମ ବୃଦ୍ଧି, ସର୍ବନିମ୍ନ ବେତନ ବୃଦ୍ଧି ଓ ସାମାଜିକ ସୁରକ୍ଷା ଭଳି 12 ଦଫା ଦାବିରେ 24 ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସେହିପରି ଆସନ୍ତା କାଲି ଭାରତ ବନ୍ଦକୁ ସମର୍ଥନ କରିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ।

Related posts