Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କ୍ୟାପିଟାଲ ଥାନା ଠୁ ଶହେ ମିଟର ଦୂର ମାର୍କେଟ ବିଲ୍ଡିଂରେ ମୁଖାପିନ୍ଧା ଗୁଣ୍ଡାଙ୍କ ଆତଙ୍କରାଜ
ଆଜିର ଖବର

କ୍ୟାପିଟାଲ ଥାନା ଠୁ ଶହେ ମିଟର ଦୂର ମାର୍କେଟ ବିଲ୍ଡିଂରେ ମୁଖାପିନ୍ଧା ଗୁଣ୍ଡାଙ୍କ ଆତଙ୍କରାଜ

January 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଆଜି ସନ୍ଧ୍ୟା ପ୍ରାୟ ସାଢ଼େ ଛ’ଟା ସମୟରେ ରାଜଧାନୀ ଭୁବନେଶ୍ବରର ହୃତକେନ୍ଦ୍ରରେ ଥିବା ମାର୍କେଟ ବିଲ୍ଡିଂ କଡ଼ରେ ଉଠାଦୋକାନୀମାନଙ୍କୁ କିଛି ମୁଖାପିନ୍ଧା ଦୁର୍ବୃତ୍ତ ପ୍ରବଳ ମାଡ ମାରିବା ସହିତ ଶହେରୁ ଅଧିକ ଦୋକାନ ଭାଙ୍ଗି ଦେଇଛନ୍ତି। କ୍ୟାପିଟାଲ ଥାନା ଠାରୁ ମାତ୍ର ଶହେ ମିଟର ଆଗରେ ଥିବା ଏହି ଜନଗହଳି ପୂର୍ଣ୍ଣ ବଜାରରେ ଏ ପ୍ରକାର ଖୋଲା ଆତଙ୍କରାଜ କମିଶନରେଟ ପୋଲିସର କାର୍ଯ୍ୟଦକ୍ଷତା ଉପରେ ବଡ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଆଜି ସନ୍ଧ୍ୟା ସମୟରେ ପ୍ରାୟ ୨୫ ଜଣ ଗୁଣ୍ଡାଶ୍ରେଣୀର ଯୁବକ ହାତରେ ବିଭିନ୍ନ ଅସ୍ତ୍ରଶସ୍ତ୍ର ଧରି ଉଠାଦୋକାନୀ ଓ ସାଧାରଣ ଲୋକଙ୍କୁ ଅନ୍ଧାଧୂନ ବାଡେଇ ଫେରାର ହୋଇ ଯାଇଥିଲେ।

ସନ୍ଧ୍ୟା ର ଏହି ସମୟରେ ମାର୍କେଟ ବିଲ୍ଡିଂ ରେ ପ୍ରବଳ ଜନଗହଳି ଲାଗି ଥାଏ। ଏମିତି ଏକ ସମୟରେ ଏ ପ୍ରକାର ଆକ୍ରମଣ ପୋଲିସ ର ଅପାରଗତା ଯୋଗୁଁ ହିଁ ଘଟୁଛି ବୋଲି ଦୋକାନୀମାନେ ଅଭିଯୋଗ କରିଛନ୍ତି। ଏହି ଆକ୍ରମଣ ରେ ଅନେକ ଦୋକାନୀ ଓ ସାଧାରଣ ଲୋକ ଆହତ ହୋଇଛନ୍ତି। ଗତକାଲି ରାତିରେ ସ୍ଥାନୀୟ କିଛି ଲୋକଙ୍କ ସହିତ ଦୋକାନୀମାନଙ୍କର ଝଗଡା ହୋଇଥିଲା। ଏହାର ପ୍ରତିଶୋଧ ନେବା ପାଇଁ ଏହି ଆକ୍ରମଣ ହୋଇଥାଇ ପାରେ ବୋଲି କୁହାଯାଉଛି।

ଆକ୍ରମଣକାରୀଙ୍କ ଭିତରୁ ଦୁଇ ଜଣଙ୍କୁ କାବୁ କରି ପୋଲିସ ଜିମା ଦେଇଥିବା କହୁଥିବା ବେଳେ ପୋଲିସ ଦୁଇ ଜଣଙ୍କୁ ଗିରଫ କରିଥିବା ସୂଚନା ଦେଇଛି।

ଭୁବନେଶ୍ବର
Share. Facebook Twitter LinkedIn Email WhatsApp Copy Link

Related Posts

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026
Latest News

ରାକ୍ଷୀପୂର୍ଣ୍ଣିମା ପୂର୍ବରୁ ଆଖିବୁଜିଲେ ଭାଇ-ଭଉଣୀ: ସାପ କାମୁଡ଼ାରେ ୪ ମୃତ

August 26, 2026

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନାର କାର୍ଯ୍ୟ ଅଗ୍ରଗତି ସମୀକ୍ଷା

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.