ମାର୍କେଟ ବିଲ୍ଡିଂରେ ମୁଖାପିନ୍ଧା ଦୁର୍ବୃତ୍ତଙ୍କ ଆତଙ୍କରାଜ ଘଟଣାରେ୧୮ ଗିରଫ

Published: Jan 11, 2020, 10:37 am IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ଜନଗହଳିପୂର୍ଣ୍ଣ ମାର୍କେଟ ବିଲ୍ଡିଂ ପରିସର ଗତକାଲି ସନ୍ଧ୍ୟାରେ କିଛି ମୁଖା ପିନ୍ଧା ଦୁର୍ବୃତ୍ତଙ୍କ ଉଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଥିବା ବେଳେ ବହୁ ଦୋକାନକୁ ଭାଙ୍ଗିରୁଜି ଦେଇଥିଲେ। ଏହି ଘଟଣାରେ ପୁଲିସ୍ ୧୮ ଜଣଙ୍କୁ ଗିରଫ କରିଛି । ଗିରଫ ସଂଖ୍ୟା ଆହୁରି ବଢ଼ିପାରେ ବୋଲି କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଗତକାଲି ସନ୍ଧ୍ୟାରେ ୨୫ରୁ ୩୦ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ମାର୍କେଟ ବିଲ୍ଡିଂରେ ଉଠା ଦୋକାନୀଙ୍କୁ ଗୋଡାଇ ଗୋଡ଼ାଇ ପିଟିଥିଲେ। ଏହି ମାଡ଼ରେ କିଛି ଦୋକାନୀ ଆହତ ହୋଇଥିବା ବେଳେ ୧୦୦ରୁ ଅଧିକ ଦୋକାନ କ୍ଷତିଗ୍ରସ୍ତ ହୋଇଥିଲା।

Related posts