Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁକ୍ତେଶ୍ୱର ଉତ୍ସବର ଶେଷ ସନ୍ଧ୍ୟାରେ ଓଡ଼ିଶୀ ରସରେ ଦର୍ଶକ ବିମୁଗ୍ଧ
ଆଜିର ଖବର

ମୁକ୍ତେଶ୍ୱର ଉତ୍ସବର ଶେଷ ସନ୍ଧ୍ୟାରେ ଓଡ଼ିଶୀ ରସରେ ଦର୍ଶକ ବିମୁଗ୍ଧ

January 17, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଓଡ଼ିଶା ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ମୁକ୍ତେଶ୍ୱର ଉତ୍ସବର ଉଦ୍‍ଯାପନୀ ସନ୍ଧ୍ୟାରେ ଭରପୁର ଦର୍ଶକ ଓଡ଼ିଶୀ ନୃତ୍ୟ ଓ ସଙ୍ଗୀତକୁ ଉପଭୋଗ କରିଥିଲେ। ସଂଧ୍ୟାର କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା ଗୁରୁ ରାମହରି ଦାସ ଓ ସାଥୀଙ୍କ ଦ୍ୱାରା ଶିବ ବନ୍ଦନା ଓଁ ନମଃ ଶିବାୟରୁ, ଯାହାର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଗୁରୁ ରାମହରି ଦାସ । ଓଡ଼ିଶୀ ନୃତ୍ୟର ଏକକ ପର୍ଯ୍ୟାୟରେ କଲିକତାରୁ ଆସିଥିବା ବିଶିଷ୍ଟ ଓଡ଼ିଶୀ ନୃତ୍ୟଶିଳ୍ପୀ ସୋମ୍ୟା ବୋଷଙ୍କ ଦ୍ୱାରା ପ୍ରଥମେ ରାଗ-ରାଗମାଳିକା ଓ ତାଳ-ତାଳମାଳିକା ଉପରେ ନିବଦ୍ଧ ଅଭିନୟ ରାବଣକୃତ ଶିବ ତାଣ୍ଡବ ପରେ ପରେ ରାଗ-ଆରଭୀ ଓ ତାଳ-ଏକତାଳୀ ଉପରେ ପର୍ଯ୍ୟବେସିତ ଅଭିନୟ କୃଷ୍ଣ ତାଣ୍ଡବ ନାଚନ୍ତି ରଙ୍ଗେ ଶ୍ରୀ ହରୀ ପରିବେଶିତ ହୋଇଥିଲା ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ କେଳୁଚରଣ ମହାପାତ୍ର ଓ ନୃତ୍ୟ ନିର୍ଦ୍ଦେଶନା ଦେଇଥିଲେ ଗୁରୁ ସୁଜାତା ମହାପାତ୍ର । ଯୁଗ୍ମ ନୃତ୍ୟ ପର୍ଯ୍ୟାୟରେ ସନ୍ତୋଷ କୁମାର ରାମ ଓ ସମୀର କୁମାର ପାଣିଗ୍ରାହୀଙ୍କ ଦ୍ୱାରା ପ୍ରଥମେ ଆନନ୍ଦ ଭୈରବୀ ପଲ୍ଲବୀ ପରେ ପରେ ଅଭିନୟ ଅର୍ଦ୍ଧନାରିଶ୍ୱର ପରିବେଶିତ ହୋଇଥିଲା ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ ବିଚିତ୍ରାନନ୍ଦ ସ୍ୱାଇଁ । ଶିଲ୍ପୀଦ୍ୱୟଙ୍କର ଚମତ୍କାର ପରିବେଷଣରେ ଦର୍ଶକ ମନ୍ତ୍ରମୁଗ୍ଧ ହୋଇଥିଲେ । ଅନ୍ତିମ ସଂଧ୍ୟାର ଶେଷ କାର୍ଯ୍ୟକ୍ରମ ଥିଲା ଦଳଗତ ନୃତ୍ୟ ଯାହାକୁ ପରିବେଶଣ କରିଥିଲେ କୁମକୁମ ମହାନ୍ତିଙ୍କ ଗୀତଗୋବିନ୍ଦ ଅନୁଷ୍ଠାନର ଶିଳ୍ପୀମାନେ । ସେମାନେ ପ୍ରଥମେ ଶିବ ବନ୍ଦନାରେ ମଙ୍ଗଳାଚରଣ ପରେ ପରେ ପଲ୍ଲବୀ ରାଗ ମୋହନା ଏବଂ ଶେଷରେ ଅଭିନୟ ଦେବୀ ବନ୍ଦନା ଭବାନ୍ୟାଷ୍ଟକମ ପରିବେଶଣ କରିଥିଲେ ଯାହାର ନୃତ୍ୟ ସଂରଚନା କରିଥିଲେ ଗୁରୁ କୁମକୁମ ମହାନ୍ତି ଓ ସଙ୍ଗୀତ ସଂଯୋଜନା କରିଥିଲେ ପଣ୍ଡିତ ଡ଼. ଦାମୋଦର ହୋତା।

ସନ୍ଧ୍ୟାର ଅତିଥି ରହିଥିଲେ ବରିଷ୍ଠ ପ୍ରଶାସକ ସଞ୍ଜୀବ ହୋତା, ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ଅରୁଣା ମହାନ୍ତି, ପର୍ଟ୍ୟଟନ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡିଶୀ ଗବେଷଣା କେନ୍ଦ୍ରର ମୁଖ୍ୟ କାର୍ଯ୍ୟନିବାହୀ ଡ. ସଙ୍ଗୀତ ଗୋସାଇଁ ପ୍ରମୁଖ । ଏହି କାର୍ଯ୍ୟକ୍ରମକୁ ସଂଚାଳନା କରିଥିଲେ ଡ. ମୃତ୍ୟୁଞ୍‌ଜୟ ରଥ ଏବଂ ସଂହତି ପାଣି।  ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ, ସହ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ ଓ ପର୍ଯ୍ୟଟନ ଉନ୍ନୟନ ନିଗର ଅଧିକାର ବୃଦ୍ଧ ଉପସ୍ଥିତ ରହି ଏହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026

ITDA ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

June 6, 2026
Latest News

ଏବେ ଖବରକାଗଜରେ ଖାଦ୍ୟ ବିକ୍ରି କରିବା ଦଣ୍ଡନୀୟ ଅପରାଧ!: କଡ଼ା କାର୍ଯ୍ୟାନୁଷ୍ଠାନ ନେବ FSSAI

June 6, 2026

ଏବେ ସଞ୍ଚୟ ହେବ!: ଦେଶରେ ଶୁଭାରମ୍ଭ ହେଲା ପେଟ୍ରୋଲ ଅପେକ୍ଷା ୨୦ ଟଙ୍କା ଶସ୍ତା ଇନ୍ଧନ 

June 6, 2026

ବେଆଇନ ନିଶା କାରାବାର ବିରୋଧରେ ବାରମ୍ବାର ଚଢାଉ କରିବାକୁ ଅବକାରୀ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ

June 6, 2026

TMCକୁ ଝଟକା: ପୂର୍ବତନ ବିଧାୟକ ଶୌକତ ମୋଲ୍ଲା ଗିରଫ

June 6, 2026

ପରିବାରକୁ ବନ୍ଧକ ରଖି ୨୫ ଲକ୍ଷରୁ ଅଧିକ ଟଙ୍କାର ସୁନା-ରୁପା ଲୁଟ୍

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.