Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଦ୍ଘା‌ଟନୀ ସନ୍ଧ୍ୟାରେ ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନାରେ ରାଜାରାଣୀ ମନ୍ଦିର ପ୍ରାଙ୍ଗଣ ମୁଖରିତ
ଆଜିର ଖବର

ଉଦ୍ଘା‌ଟନୀ ସନ୍ଧ୍ୟାରେ ଶାସ୍ତ୍ରୀୟ ସଙ୍ଗୀତର ମୁର୍ଚ୍ଛନାରେ ରାଜାରାଣୀ ମନ୍ଦିର ପ୍ରାଙ୍ଗଣ ମୁଖରିତ

January 19, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ରାଜ୍ୟ ପର୍ଯ୍ୟଟନ ବିଭାଗ ଦ୍ୱାରା ଆୟୋଜିତ ରାଜାରାଣୀ ସଙ୍ଗୀତ ମହୋତ୍ସବ ଗତକାଲିଠାରୁ ତିନିଦିନ ଧରି କଳିଙ୍ଗ କଳାସ୍ଥାପତ୍ୟର ଚମତ୍କାର କଳାକୃତି ଏକାଦଶ ଶତାବ୍ଦୀ ନିର୍ମିତ ପ୍ରସିଦ୍ଧ ରାଜାରାଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହେଉଛି । ଏହି ଉତ୍ସବର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ଭାରତବର୍ଷରେ ଥିବା ଶାସ୍ତ୍ରୀୟ ତଥା ପାରମ୍ପରିକ ସଙ୍ଗୀତକୁ ଗୋଟିଏ ମଞ୍ଚରେ ପ୍ରଦର୍ଶନ କରାଇ ଆଗାମୀ ପିଢିର କଳାକାରମାନଙ୍କୁ ଆମର ଶାସ୍ତ୍ରୀୟ ସଙ୍ଗୀତ ପ୍ରତି ରୁଚି ବଢାଇବା ସହିତ ଏହି କଳାର ପ୍ରଚାର ପ୍ରସାର କରାଇବା। ଏହା ବ୍ୟତୀତ ମନ୍ଦିରମାଳିନୀ ଭୁବନେଶ୍ୱରରେ ରାଜାରାଣୀ ମନ୍ଦିର ପରି ଏକ ରମଣୀୟ ତଥା କମନୀୟ ସ୍ଥାପତ୍ୟ କଳାପୂର୍ଣ୍ଣ ମନ୍ଦିରକୁ ରାଜ୍ୟବାହାରୁ ତଥା ବିଦେଶରୁ ସଙ୍ଗୀତ ପ୍ରେମୀ ବିଧଗ୍ଧ ଶ୍ରୋତା ଓ ପର୍ଯ୍ୟଟକମାନଙ୍କୁ ଆକର୍ଷଣ କରାଇବା।

ଗତ ସନ୍ଧ୍ୟାର ପ୍ରଥମ ଶିଳ୍ପୀଥିଲେ ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ କର୍ଣ୍ଣାଟକୀ ଶାସ୍ତ୍ରୀୟ ସଙ୍ଗୀତର ଗାୟିକା ଡ଼. ଏସ. ସ୍ୱୋମ୍ୟାଙ୍କ ଦ୍ୱାରା କର୍ଣ୍ଣାଟକୀ ସଙ୍ଗୀତର ବିଭିନ୍ନ ରାଗ ଓ ତାଳକୁ ନେଇ ସଙ୍ଗୀତ ପରିବେଷଣ । ପ୍ରଥମ ଅର୍ଘ୍ୟରେ ରାଗ ହଂସଧ୍ୱନୀ ବାତାପି ଗଣପତି ଏବଂ ରାଗ ପୁର୍ବୀ କଲ୍ୟାଣୀ ମିଶ୍ର ଚମ୍ପୁ ତାଳ ସହିତ ବିଭିନ୍ନ ରାଗ ଓ ତାଳରେ ସଙ୍ଗୀତ ପରିବେଶଣ କରିଥିଲେ । ତାଙ୍କୁ ବେହେଲାରେ ପଣ୍ଡିତ ଅମ୍ବର ଏସ କାନନ, ମୃଦଙ୍ଗମ୍‍ରେ ପଣ୍ଡିତ ପି ଶୁବ୍ରମନ୍ୟମ ଏବଂ ଜଞ୍ଜିରାରେ ପଣ୍ଡିତ କେ ଗୋପାଲ କ୍ରିଷ୍ଣନ ସହଯୋଗ କରିଥିଲେ ।

ସନ୍ଧ୍ୟାର ଦ୍ୱିତୀୟ କାର୍ଯ୍ୟକ୍ରମ ଥିଲା କୌଳାସ ପାତ୍ରଙ୍କ ଦ୍ୱାରା ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତ ଉପରେ ବେହେଲା ବାଦନ । ବିଭିନ୍ନ ରାଗ ଓ ତାଳକୁ ନେଇ ତାଙ୍କର ବେହେଲା ବାଦନ ବେଶ ହୃଦୟସ୍ପର୍ଶୀ ଥିଲା । ତାଙ୍କୁ ତାନପୁରାରେ ଶ୍ରୀମତୀ କଳ୍ପନା ଓ ତବଲାରେ ପଣ୍ଡିତ ରାମଦାସ ପଲସୁଲେ ।

ସନ୍ଧ୍ୟାର ଅତିଥିମାନଙ୍କ ମଧ୍ୟରେ ରହିଥିଲେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ପର୍ଯ୍ୟଟନ ଉନ୍ନୟନ ନିଗମର ଅଧ୍ୟକ୍ଷା ଶ୍ରୀମୟୀ ମିଶ୍ର, ଗୃହ ଓ ନଗର ଉନ୍ନୟନ ବିଭାଗର ଶାସନ ସଚିବ ଜି. ମାଥିଭାତନମ୍‌, ପର୍ଯ୍ୟଟନ ବିଭାଗର ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ ପ୍ରମୁଖ । କାର୍ଯ୍ୟକ୍ରମଟିକୁ ସଂଚାଳନା କରିଥିଲେ ଡ. ସଙ୍ଗୀତା ସ୍ବାଇଁ ଓ ଅନୁଜା ତାରିଣୀ ମିଶ୍ର । ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ,ପର୍ଯ୍ୟଟନ ଅଧିକାରୀ ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଦ ଉପସ୍ଥିତ ରହି କାର୍ଯ୍ୟକମଟିକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ମଣ୍ଡପମରେ ଆରମ୍ଭ ହେଲା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬

February 16, 2026

ଦୁଇ ଟ୍ରକ ମୁହାଁମୁହିଁ ଧକ୍କା

February 16, 2026

ଅଜଣା ଗାଡି ଧକ୍କାରେ ବୃଦ୍ଧ ମୃତ

February 16, 2026

ହୋଲି ଅବସରରେ ଯାତ୍ରୀ ସୁବିଧା ବୃଦ୍ଧି ପାଇଁ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍‌

February 16, 2026
Latest News

ଦିଲ୍ଲୀ ପୋଲିସର ୭୯ତମ ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଅମିତ ଶାହ

February 16, 2026

ପୂର୍ବତନ ବିଧାୟିକା ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ, ଜନସେବା କ୍ଷେତ୍ରରେ ସେ ଥିଲେ ବେଶ ପରିଚିତ

February 16, 2026

ଭାରତ ମଣ୍ଡପମରେ ଆରମ୍ଭ ହେଲା ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬

February 16, 2026

ରାଜ୍ୟସଭା ନିର୍ବାଚନ: ଏଥର ବିଜେପି କୁ ସମର୍ଥନ ନା କଂଗ୍ରେସ ସହ ମିଶି ଖେଳ ବିଗାଡ଼ିବ ବିଜେଡ଼ି?

February 16, 2026

ଖୁବ୍ ଶୀଘ୍ର ରତ୍ନଭଣ୍ଡାରର ଗଣତି ମଣତି: SOP ସମ୍ପର୍କରେ ମୁଖ୍ୟମନ୍ତ୍ରୀ କଲେ ବିସ୍ତୃତ ଆଲୋଚନା

February 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.