ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ

Published: Jan 19, 2020, 9:56 am IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଜଣାଶୁଣା ଶାସ୍ତ୍ରୀୟ କଣ୍ଠଶିଳ୍ପୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ହୋଇଯାଇଛି ।  ପ୍ରଖ୍ୟାତ କବି ବୈକୁଣ୍ଠନାଥ ପଟ୍ଟନାୟକଙ୍କ ଝିଅ ହେଉଛି ସୁନନ୍ଦା । ଅସୁସ୍ଥତା ଯୋଗୁଁ ଦୀର୍ଘଦିନ ଧରି ଚିକିତ୍ସିତ ହେଉଥିଲେ । ମୃତ୍ୟୁବେଳକୁ ତାଙ୍କୁ 85 ବର୍ଷ ବୟସ ହୋଇଥିଲା। କଲିକତାର ଏକ ଘରୋଇ ହସ୍ପିଟାଲ୍‌ରେ ତାଙ୍କର ମୃତ୍ୟୁ ହୋଇଛି ବୋଲି ଜଣାପଡିଛି ।  ସଙ୍ଗୀତ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସଙ୍ଗୀତ ନାଟକ ଏକାଡେମୀ (ଟାଗୋର ଏକାଡେମୀ), ଇଣ୍ଡିଆନ ଲାଇଫ୍‌ ଟାଇମ୍‌ ଆଚିଭମେଣ୍ଟର ପୁରସ୍କାର, ଉତ୍କଳ ରତ୍ନ ସମ୍ମାନ, ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର, ଅଖିଳ ଭାରତୀୟ ଗନ୍ଧର୍ବ ମହାବିଦ୍ୟାଳୟ ମଣ୍ଡଳରୁ ସଙ୍ଗୀତ ଡକ୍ଟରେଟ ପରି ବହୁ ଉପାଧିରେ ଭୂଷିତ ହୋଇଥିଲେ । ତାଙ୍କର କାଳଜୟୀ ସଙ୍ଗୀତ ମଧ୍ୟରେ ରହିଛି ‘ଜୀବନ ପାତ୍ର ମୋ ଭରିଛ କେତେ ମତେ… ।’

Related posts