Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ତାଲକୋଟରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା : ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ମୋଦି
ଆଜିର ଖବର

ତାଲକୋଟରା ଷ୍ଟାଡିୟମରେ ପରୀକ୍ଷା ପେ ଚର୍ଚ୍ଚା : ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ମୋଦି

January 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ପରୀକ୍ଷା ଋତୁ ନିକଟତର ହେଉଥିବା ବେଳେ ଛାତ୍ରଛାତ୍ରୀଙ୍କୁ ପରୀକ୍ଷା ସମ୍ବନ୍ଧୀୟ ଟିପ୍ସ ପ୍ରଦାନ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀର ତଲାକୋଟରା ଷ୍ଟାଡିୟମରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଦେଶବ୍ୟାପୀ ବିଭିନ୍ନ ସ୍ଥାନର ଛାତ୍ରଛାତ୍ରୀ ଯୋଗ ଦେଇଥିବା ବେଳେ ଅନେକ ଛାତ୍ରଛାତ୍ରୀ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ପ୍ରଧାନମନ୍ତ୍ରୀଙ୍କୁ ପ୍ରଶ୍ନ କରିଥିଲେ । ବିଫଳତା ଜୀବନର ଏକ ଅଂଶବିଶେଷ, ଏହା ଦ୍ବାରା ଭାଙ୍ଗିନପଡି ସଫଳତା ପାଇଁ ପ୍ରେରଣା ହାସଲ କରିବା ଉଚିତ୍‌ ବୋଲି ମୋଦି ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ ଉଦ୍‌ବୋଧନ ଦେଇଥିଲେ ।

ଯୁବପିଢିଙ୍କ ସହିତ ଆଲୋଚନା ଦ୍ବାରା ତାଙ୍କୁ ଅନେକ ନୂତନ ଅଭିଜ୍ଞତା ମିଳିଥାଏ ଏବଂ ସେ ପିଲାମାନଙ୍କ ବନ୍ଧୁ ଭାବରେ ଏହି କାର୍ଯ୍ୟକ୍ରମକୁ ଆସିଛନ୍ତି ବୋଲି ପ୍ରାରମ୍ଭରୁ ପ୍ରକାଶ କରିଥିଲେ ମୋଦି । ଛାତ୍ରଛାତ୍ରୀଙ୍କ ପାଠପଢା ଏବଂ ପରୀକ୍ଷାକୁ ନେଇ ଅଭିଭାବକଙ୍କ ଚାପକୁ ନାପସନ୍ଦ କରିଥିଲେ ମୋଦି । ଏହା ସଠିକ୍‌ ନୁହେଁ । ଅଭିଭାବକ ମାନେ ପିଲାମାନଙ୍କ ଉପରେ ପରୀକ୍ଷା ଫଳକୁ ନେଇ ଚାପ ପକାଇବା ବନ୍ଦ କରିବା ଉଚିତ ବୋଲି ମୋଦି କହିଥିଲେ । ଆଗକୁ ବଢିବା ପାଇଁ ପରୀକ୍ଷା ଫଳ ଜୀବନର ଏକ ଗୁରୁତ୍ବପୂର୍ଣ୍ଣ ପାହାଚ, ମାତ୍ର ଏହା ସବୁକିଛି ନୁହେଁ ତେଣୁ ପାଠ ବ୍ୟତୀତ ଖେଳକୁଦ, ସଙ୍ଗୀତ ଇତ୍ୟାଦିକୁ ମଧ୍ୟ ଗୁରୁତ୍ବ ପ୍ରଦାନ କରିବା ଉଚିତ୍‌ ବୋଲି ମୋଦି ମତ ଦେଇଥିଲେ । (ଏଜେନ୍ସୀ)

Modi parikshapecharcha students
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026
Latest News

ଭାରତରେ ଚିନ୍ତା ବଢ଼ାଇଲା କତରର ଗ୍ୟାସ ପ୍ଲାଣ୍ଟ ଉପରେ ଆକ୍ରମଣ: ଏବେ କ’ଣ ହେବ?

March 19, 2026

ସପ୍ତାହରେ କିମ୍ବା ମାସରେ ଥରେ ଉପବାସ କଲେ ଶରୀର ମିଳେ ଅନେକ ଲାଭ, ଜାଣନ୍ତୁ କିପରି?

March 19, 2026

ଆଡଟ୍ରଷ୍ଟ ସମ୍ମିଳନୀ ୨୦୨୬: ବିଜ୍ଞାପନ ଆଇନ ସଙ୍କଳନର ଶୁଭାରମ୍ଭ

March 19, 2026

ଆଇଆଇସିଟି ର ଅଭିବୃଦ୍ଧି ଏବଂ ସମ୍ପ୍ରସାରଣ ଯୋଜନାର ସମୀକ୍ଷା

March 19, 2026

ପଶ୍ଚିମ ଏସିଆରେ ସାମ୍ପ୍ରତିକ ଘଟଣାକ୍ରମ ଉପରେ ଆନ୍ତଃମନ୍ତ୍ରାଳୟ ସାମ୍ବାଦିକ ସମ୍ମିଳନୀ

March 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.