Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜାରାଣୀ ସଙ୍ଗୀତ ଉତ୍ସବର ଉଦ୍‍ଯାପନୀ ସଂଧ୍ୟାରେ ବଂଶୀର ସ୍ୱର ସହିତ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତର ଯାଦୁକରୀ ମୁର୍ଚ୍ଛନା
ଆଜିର ଖବର

ରାଜାରାଣୀ ସଙ୍ଗୀତ ଉତ୍ସବର ଉଦ୍‍ଯାପନୀ ସଂଧ୍ୟାରେ ବଂଶୀର ସ୍ୱର ସହିତ ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତର ଯାଦୁକରୀ ମୁର୍ଚ୍ଛନା

January 22, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ରାଜାରାଣୀ ସଙ୍ଗୀତ ଉତ୍ସବର ଆଜିଥିଲା ଅନ୍ତିମ ସନ୍ଧ୍ୟା । ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ ସହିତ ଉତ୍ସବସ୍ଥଳର ଚମତ୍କାର ସାଜସଜା ଏବଂ ୧୧ଶ ଶତାବ୍ଦୀ ନିର୍ମିତ ରାଜାରାଣୀ ମନ୍ଦିରର ଅପୂର୍ବ କଳା ସ୍ଥାପତ୍ୟ ଏବଂ ସଙ୍ଗୀତମୟ ତଥା ମନୋମୁଗ୍ଧକର ପରିବେଶ ଏ ବର୍ଷ ରାଜାରାଣୀ ଉତ୍ସବକୁ ଅନନ୍ୟ କରିଥିଲା । ରାଜ୍ୟ ପର୍ଯ୍ୟଟନ ବିଭାଗର ଏହି ପ୍ରଶଂସନୀୟ ପ୍ରୟାସ ବାସ୍ତବିକ ଶାସ୍ତ୍ରୀୟ ସଙ୍ଗୀତ ପ୍ରେମୀମାନଙ୍କୁ ଖୁବ୍‍ ଆନନ୍ଦ ଦେଇପାରିଥିଲା ।

ଅନ୍ତିମ ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମରେ ବିଶିଷ୍ଟ ବଂଶୀ ବାଦକ ରାଜେନ୍ଦ୍ର ପ୍ରସନ୍ନଙ୍କ ଦ୍ୱାରା ବଂଶୀ ବାଦନ ଦେଖିବାକୁ ମିଳିଥିଲା ।  ପ୍ରଥମେ ରାଗ ମାରୱା ଏବଂ ପରେ ପରେ ପାହାଡ଼ି ଧୁନ ସହିତ ବିଭିନ୍ନ ରାଗ ଓ ତାଳକୁ ନେଇ ତାଙ୍କର ବଂଶୀ ବାଦନ ବେଶ ହୃଦୟସ୍ପର୍ଶୀ ଥିଲା । ତାଙ୍କୁ ବଂଶୀବାଦନରେ ସହଯୋଗ କରିଥିଲେ ରିଶଭ ପ୍ରସନ୍ନ ଏବଂ ତବଲାରେ ଅଭିଷେକ ମିଶ୍ରା ।

ସନ୍ଧ୍ୟାର ଦ୍ୱିତୀୟ କାର୍ଯ୍ୟକ୍ରମ ଥିଲା ଆନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନା ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା କୌଶିକୀ ଚକ୍ରବର୍ତ୍ତୀଙ୍କ ଦ୍ୱାରା ହିନ୍ଦୁସ୍ଥାନୀ ଶାସ୍ତ୍ରୀୟ ସଙ୍ଗୀତ ପରିବେଶଣ । ସେ ପ୍ରଥମେ ରାଗ ଯୋଗରେ ପିହରୱା ଏକା ବିରମାୟେ ପରେ ପରେ ତରାନା ଧନ ୟୌବନ ନଦୀନାୱ ସହିତ ସୁନ୍ଦର ଓ ନିଖୁଣ ରାଗ ବିସ୍ତାର, ଆଳଙ୍କାରିକ ସର୍ଜନା ସାବଲୀଳ ଓ ଭାବୋଦ୍ଦୀପକ ପରିବେଷଣ ଦ୍ୱାରା କୌଶିକୀ ଚକ୍ରବର୍ତ୍ତୀ ଶ୍ରୋତାମାନଙ୍କୁ ମନ୍ତ୍ରମୁଗ୍ଧ କରିଥିଲେ । ତାଙ୍କୁ ତବଲାରେ ସହଯୋଗ କରିଥିଲେ ସନ୍ଦୀପ ଘୋଷ, ହାରମୋନିୟମରେ ଗୌରବ ଚାଟ୍ଟାର୍ଜୀ, ତାନପୁରାରେ ସଙ୍ଗମିତ୍ରା ସରକାର ଓ ସଚ୍ଚିଦାନନ୍ଦ ସାହୁ ।

ଅନ୍ତିମ ସନ୍ଧ୍ୟାର ଅତିଥିମାନେ ଥିଲେ ପର୍ଯ୍ୟଟନ ବିଭାଗର ଶାସନ ସଚିବ ଶ୍ରୀଯୁକ୍ତ ବିଶାଲ କୁମାର ଦେବ; ବିଶିଷ୍ଟ ଓଡ଼ିଶୀ ନୃତ୍ୟାଙ୍ଗନା ଗୁରୁ ଅରୁଣା ମହାନ୍ତି, ପର୍ଯ୍ୟଟନ ବିଭାଗର ସହ ନିର୍ଦ୍ଦେଶକ ଡ଼. ସୁନିଲ କୁମାର ପଟ୍ଟନାୟକ । କାର୍ଯ୍ୟକ୍ରମ ସଂଚାଳନା କରିଥିଲେ ଡ଼. ସଙ୍ଗୀତା ଗୋସାଇଁ  ଏବଂ ଅନୁଜା ତାରିଣୀ ମିଶ୍ର । ପର୍ଯ୍ୟଟନ ବିଭାଗର ଯୁଗ୍ମ ନିର୍ଦ୍ଦେଶକ, ସହକାରୀ ନିର୍ଦ୍ଦେଶକ, ପର୍ଯ୍ୟଟନ ଅଧିକାରୀ  ଓ ପର୍ଯ୍ୟଟନ ଉନ୍ନୟନ ନିଗମର ଅଧିକାରୀ ବୃନ୍ଧ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ପାନୀୟ ଜଳର ଗୁଣବତ୍ତା ନିରୀକ୍ଷଣ ଓ ପରିମଳ ବ୍ୟବସ୍ଥାକୁ ସୁଦୃଢ଼ କରିଛି ପୂର୍ବତଟ ରେଳପଥ

September 20, 2026
Latest News

ଆଜି ସେପ୍ଟେମ୍ବର ୨୧ ତାରିଖ ରାଶିଫଳ: ଜାଣନ୍ତୁ କେମିତି କଟିବ ଆପଣଙ୍କର ଦିନ

September 21, 2026

ଯୁଦ୍ଧ ବନ୍ଦ ପାଇଁ ଟ୍ରମ୍ପଙ୍କୁ ୭ ସର୍ତ୍ତ ପଠାଇଲା ଇରାନ୍‌

September 20, 2026

ଭାରତ ମସଲା ଓଡ଼ିଶା ଟି-୨୦ ଲିଗ୍‌-ମୁଖ୍ୟମନ୍ତ୍ରୀ ଟ୍ରଫି ଉଦ୍‌ଘାଟିତ

September 20, 2026

ସମୁଦ୍ରରୁ ବଳ ଗୋଟାଉଛି ଲଘୁଚାପ, ରାଜ୍ୟରେ ୫ ଦିନ ଧରି ପ୍ରବଳ ବର୍ଷିବ

September 20, 2026

ଏଣିକି ପୁଲିସ କର୍ମଚାରୀଙ୍କୁ ମହଙ୍ଗା ପଡ଼ିିବ ସୋସିଆଲ୍ ମିଡିଆ ପ୍ରେମ

September 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.