Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»7 ତାରିଖରୁ ଆୟୋଜିତ ହେବ ଷୋଡଶ ଧଉଳି-କଳିଙ୍ଗ ମହୋତ୍ସବ
ଆଜିର ଖବର

7 ତାରିଖରୁ ଆୟୋଜିତ ହେବ ଷୋଡଶ ଧଉଳି-କଳିଙ୍ଗ ମହୋତ୍ସବ

January 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ରାଜ୍ୟ ପର୍ଯ୍ୟଟନର ବିଶ୍ଵ ବ୍ୟାପୀ ପ୍ରଚାର, ପ୍ରସାର ଓ ବିକାଶ ଉଦ୍ଦେଶ୍ୟ ନେଇ ଓଡିଶା ସରକାରଙ୍କ ପକ୍ଷରୁ ଷୋଡଶ ଧଉଳି-କଳିଙ୍ଗ ମହୋତ୍ସବ ଆୟୋଜିତ ହେବାକୁ ଯାଉଛି । ପ୍ରତି ବର୍ଷ ଫେବ୍ରୁୟାରୀ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହେଉଥିବା ଏହି କାର୍ଯ୍ୟକ୍ରମ ଫେବୃୟାରୀ 7 ତାରିଖରୁ ଅନୁଷ୍ଠିତ ହେବ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏହିଠାରେ ଅବସ୍ଥିତ ଶାନ୍ତି ସ୍ତୂପକୁ ସାକ୍ଷୀ କରି ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିବେ ।
ପ୍ରତି ବର୍ଷ ପରି ଚଳିତ ବର୍ଷ ମଧ୍ୟ ଓଡିଶା ଡ୍ୟାନ୍ସ ଏକାଡେମି ତରଫରୁ ବୁଦ୍ଧ ସମ୍ମାନ ଓ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନ, ନୃତ୍ୟ ସଙ୍ଗୀତ କ୍ଷେତ୍ରରେ ପରିଚିତ ପାଇଥିବା କୃତବିଦ୍ୟ ବ୍ୟକ୍ତି ବିଶେଷ ମାନଙ୍କୁ ପ୍ରଦାନ କରା ଯିବ । ପ୍ରଖ୍ୟାତ ଓଡିଶୀ ନୃତ୍ୟ ଗୁରୁ ପଦ୍ମଶ୍ରୀ ମାୟାଧର ରାଉତଙ୍କୁ ବୁଦ୍ଧ ସମ୍ମାନରେ ସମ୍ମାନିତ କରାଯିବ । ରୁଚି ପ୍ରତିଭା ଫାଉଣ୍ଡେସନ ପକ୍ଷରୁ ପୁରସ୍କାର ସହ ସମ୍ମାନ ସ୍ୱରୂପ 1 ଲକ୍ଷ ଟଙ୍କା, ମାନପତ୍ର ଓ ଅଙ୍ଗବସ୍ତ୍ର ପ୍ରଦାନ କରାଯିବ । ସେହିପରି ଗୁରୁ ଘନଶ୍ୟାମ ପଣ୍ଡା, ଓଡିଶୀ ସଙ୍ଗୀତ ଗୁରୁ ଓ ଖ୍ୟାତି ସମ୍ପନ୍ନ ଗାୟକ, ଗୁରୁ ଆଲୋକା କାନୁନଗୋ, ପ୍ରଥିତଯଶା ଓଡିଶୀ ନୃତ୍ୟାଙ୍ଗନା, ଡ଼ ଦେବୀ ମିଶ୍ର, ଡ଼ ନିରଞ୍ଜନ ତ୍ରିପାଠୀ ଓ ଡ॰ ସ୍ଵାତି ତ୍ରିପାଠୀ, ଆମେରିକାସ୍ଥିତ ପ୍ରବାସୀ ଓଡିଆ ଓ ଓଡିଶୀ ନୃତ୍ୟର ଅନ୍ୟତମ ପୃଷ୍ଠପୋଷକ ଏବଂ ଜୟଦେବ ଦାସ ଜଣାଶୁଣା ମଞ୍ଚ ଆଲୋକ ସମ୍ପାଦନାକାରୀଙ୍କୁ ଗୁରୁ ଗଙ୍ଗାଧର ସ୍ମୃତି ସମ୍ମାନରେ ସମ୍ମାନିତ କରାଯିବ ।

Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Latest News

କେନ୍ଦୁଝରରେ ବନ୍ୟା କ୍ଷୟକ୍ଷତି ଆକଳନ ଓ ପୁନରୁଦ୍ଧାର କାର୍ଯ୍ୟର ସମୀକ୍ଷା କଲେ ମନ୍ତ୍ରୀ ଶ୍ରୀ ରବି ନାରାୟଣ ନାଏକ

August 5, 2026

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.