Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଜେଟ୍‌ 2020 : ଦିନ 11ଟାରେ ଉପସ୍ଥାପନ ହେବ ସାଧାରଣ ବଜେଟ୍‌
ଆଜିର ଖବର

ବଜେଟ୍‌ 2020 : ଦିନ 11ଟାରେ ଉପସ୍ଥାପନ ହେବ ସାଧାରଣ ବଜେଟ୍‌

February 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ମୋଦି ସରକାରଙ୍କ ଦ୍ବିତୀୟ କାର୍ଯ୍ୟକାଳରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦ୍ବିତୀୟ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବାକୁ ଯାଉଛନ୍ତି । ତେବେ ଭାରତୀୟ ଅର୍ଥନୀତିର ଅବସ୍ଥା ଶୋଚନୀୟ ଥିବାବେଳେ ଆଜିର ବଜେଟ୍‌ ବେଶ ଗୁରୁତ୍ବପୂର୍ଣ୍ଣ ରହିଛି । ଆଜି ଦିନ 11ଟାରେ ସଂସଦରେ ବଜେଟ୍‌ ଉପସ୍ଥାପନ ହେବ । ସମ୍ପ୍ରତି ଦେଶର ଜାରି ରହିଥିବା ଆର୍ଥିକ ମାନ୍ଦାବସ୍ଥା ସମୟରେ ଦେଶର ମଧ୍ୟବିତ୍ତ ମାନେ ବେଶ୍‌  ପ୍ରଭାବିତ ହୋଇଥିବା ବେଳେ ବଜେଟ ପରେ ସେମାନଙ୍କ ପର୍ସରୁ ଟଙ୍କା ଖାଲି ହେବ ନା ନିୟନ୍ତ୍ରଣ ହେବ ନେଇ ମଧ୍ୟ ଅନେକଙ୍କ ଚିନ୍ତା ରହିଛି । ତେବେ ବଜେଟ୍‌ ପୂର୍ବରୁ ଆର୍ଥିକ ସର୍ଭେକ୍ଷଣ ରିପୋର୍ଟରେ ଚଳିତ ଆର୍ଥିକ ବର୍ଷ 2020-2021ରେ ଜିଡିପି ବିକାଶ ଦର 6ରୁ 6.5 ପ୍ରତିଶତ ରହିବା ନେଇ ସମ୍ଭାବନା ରହିଛି । ତେବେ ଚଳିତ ବଜେଟ୍‌ଟି ବିକାଶ କେନ୍ଦ୍ରିକ ହେବା ନେଇ ସମ୍ଭାବନା ରହିଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦେଶର ଆର୍ଥିକ ବିକାଶକୁ ବଢାଇବା ଦିଗରେ ନିବେଶ ଉପରେ ବିଶେଷ ଘୋଷଣା କରିପାରନ୍ତି । ଦେଶରେ ଜାରି ରହିଥିବା ଆର୍ଥିକ ମାନ୍ଦାବସ୍ଥାକୁ ସଜାଡିବା ଦିଗରେ ସରକାର କ’ଣ ସବୁ ପଦକ୍ଷେପ ନେଇଛନ୍ତି, ତାହା ଉପରେ ସମସ୍ତଙ୍କ ନଜର ରହିଛି । ତେବେ ଚଳିତ ଦଶନ୍ଧିର ପ୍ରଥମ ବଜେଟ୍‌କୁ ନେଇ ସମସ୍ତେ ଆଶାବାଦୀ ରହିଛନ୍ତି । (ଏଜେନ୍ସି)

Budget2020 nirmalsitharaman
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026
Latest News

ଉତ୍ତରପ୍ରଦେଶ ପ୍ରୟାଗରାଜରେ ଶ୍ରୀଜଗନ୍ନାଥ ମନ୍ଦିର ଉଦ୍‌ଘାଟିତ

February 26, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬: ଦର୍ଶକ ନୁହେଁ, ଭାଗୀଦାର ଭାବେ ଭାରତକୁ ବିଶ୍ୱର ସମର୍ଥନ

February 25, 2026

ହୋଲି ପୂର୍ବରୁ ସରକାରୀ ଉପହାର: ମହଙ୍ଗା ଭତ୍ତା ୩% ବୃଦ୍ଧି

February 25, 2026

ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ: ନଗଦ ୪.୨୭ କୋଟି ସହ ସୁନା ଗହଣା ଜବତ

February 25, 2026

କଟକର ଐତିହ୍ୟ ସ୍ଥଳୀ ପରିଦର୍ଶନ କଲେ ମଧ୍ୟପ୍ରଦେଶ ଗଣମାଧ୍ୟମ ପ୍ରତିନିଧି ଦଳ

February 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.