Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ବଜେଟ୍‌କୁ ନେଇ ନବୀନଙ୍କ ମିଶ୍ର ପ୍ରତିକ୍ରିୟା
ଆଜିର ଖବର

କେନ୍ଦ୍ରୀୟ ବଜେଟ୍‌କୁ ନେଇ ନବୀନଙ୍କ ମିଶ୍ର ପ୍ରତିକ୍ରିୟା

February 1, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଶନିବାର ଆଗତ କେନ୍ଦ୍ରୀୟ ବଜେଟ୍‌କୁ ନେଇ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ବଜେଟ୍‌ରେ ଆଗତ କିଛି ଯୋଜନାକୁ ନବୀନ ପ୍ରଶଂସା କରିଥିବା ବେଳେ କିଛି ଯୋଜନାରେ ସୁଧାରର ପ୍ରସ୍ତା ଦେଇଛନ୍ତି । ଶୀତଳ ଭଣ୍ଡାର ସମ୍ବନ୍ଧୀୟ କୃଷି ରେଲ ଏବଂ କୃଷି ଉଡାନ୍‌ ଯୋଜନାକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି । ପିଏମ୍‌ କୁସୁମ ଯୋଜନାରେ 20 ଲକ୍ଷ ଚାଷୀଙ୍କୁ ସୋଲାର ପମ୍ପ ପ୍ରଦାନ କରିବା ନିଷ୍ପତ୍ତିକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି । କର୍ପୋରେଟ୍‌ ଟ୍ୟାକ୍ସ ହ୍ରାସ ପାଇଁ ଓଡିଶା ପକ୍ଷରୁ ଅନୁରୋଧ କରାଯାଇଥିବା ବେଳେ ଏହାକୁ ହ୍ରାସ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି । ବ୍ୟାଙ୍କ ବୀମା ରାଶି ପରିମାଣ 1 ଲକ୍ଷରୁ 5 ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ଏବଂ ନୂତନ ଶିକ୍ଷାନୀତି ଓ ଶିକ୍ଷା କ୍ଷେତ୍ରରେ ଏଫ୍‌ଡିଆଇକୁ ମୁଖ୍ୟମନ୍ତ୍ରୀ ସ୍ବାଗତ କରିଛନ୍ତି ।

କେନ୍ଦ୍ରୀୟ ବଜେଟ୍‌ର ସମସ୍ତ ଯୋଜନାକୁ ସ୍ଥିର ବୋଲି କହିଥିବା ବେଳେ କିଛି ଯୋଜନାରେ ଓଡିଶା ଅଧିକ ଆଶା ରଖିଥିବା ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି । କେନ୍ଦ୍ରୀୟ ଆୟକର 59 ହଜାର କୋଟି କମ୍‌ ରହିଛି ଏହା ଫଳରେ ଓଡିଶାକୁ 3 ହଜାର କୋଟିର ଫରକ ପଡିବ । ଓଡିଶାର କୌଣସି ଐତିହ୍ୟସ୍ଥଳ ଏହି ବଜେଟ୍‌ ମଧ୍ୟରେ ରହିନଥିବାରୁ ମୁଖ୍ୟମନ୍ତ୍ରୀ କ୍ଷୋଭ ପ୍ରକାଶ କରିଛନ୍ତି । ସେହିପରି ଓଡିଶାରେ ମଧ୍ୟ ଏକ ଆଦିବାସୀ ସଂଗ୍ରହାଳୟର ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ । ପାନୀୟ ଜଳ ପାଇଁ କେନ୍ଦ୍ରୀୟ ବଜେଟରେ ପ୍ରସ୍ତାବିତ ଅର୍ଥରାଶିକୁ ମୁଖ୍ୟମନ୍ତ୍ରୀ ନାପସନ୍ଦ କରିଛନ୍ତି । ସମଗ୍ର ଦେଶରେ ପାନୀୟ ଜଳ ପାଇଁ 3.6 ଲକ୍ଷ କୋଟି ଟଙ୍କାର ଦାବି ରହିଥିବା ବେଳେ ସରକାର ମାତ୍ର 11500 କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପାନୀୟ ଜଳ କ୍ଷେତ୍ରରେ ଓଡିଶା ଏକାକୀ ବାର୍ଷିକ 3600 କୋଟି ଖର୍ଚ୍ଚ କରୁଛି । ଆଗତ ସମୟରେ ସେନ୍‌ସେକ୍ସରେ 1000 ପଏଣ୍ଟ ହ୍ରାସ ଘଟିଥିଲା । ସରକାର ନିବେଶକଙ୍କ ଭରସା ଜିତିବାରେ ସଫଳ ହୋଇନାହାନ୍ତି ଏବଂ ଏହା ଉପରେ କାମ କରିବା ଉଚିତ୍‌ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

budget naveenpattnaik
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Latest News

ରାଜ୍ୟସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସନ୍ତୃପ୍ତ ମିଶ୍ର ଏବଂ ଦତ୍ତେଶ୍ବର ହୋତା

March 5, 2026

ଅସୁସ୍ଥ ହୋଇପଡିଲେ ମନ୍ତ୍ରୀ ସୁରେଶ ପୂଜାରୀ, ଭୁବନେଶ୍ବର ପରେ ଏବେ ଦିଲ୍ଲୀ ଏମସ୍ କୁ ସ୍ଥାନାନ୍ତରିତ

March 5, 2026

US-Israel vs Iran Conflict: ଦୁବାଇରେ ଫସିରହିଥିବା ଭାରତୀୟ ଯାତ୍ରୀ ସୁରକ୍ଷିତ ଭାବେ ପହଞ୍ଚିଲେ

March 5, 2026

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.