Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋଦାବରୀଶ ମହାବିଦ୍ୟାଳୟରେ ଓଡ଼ିଆ ଓ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଜିର ଖବର

ଗୋଦାବରୀଶ ମହାବିଦ୍ୟାଳୟରେ ଓଡ଼ିଆ ଓ ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ

February 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରଓ୍ବାଲ

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟରେ ଗତ ଦୁଇ ତାରିଖରେ ପଦାର୍ଥ ବିଜ୍ଞାନ ଓ ଓଡ଼ିଆ ବିଭାଗ ତରଫରୁ ପୁରାତନ ଛାତ୍ରଛାତ୍ରୀଙ୍କ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଆ ବିଭାଗ ତରଫରୁ ଆୟୋଜିତ ହୋଇଥିବା ବନ୍ଧୁମିଳନ ସମାବେଶକୁ ସଭାପତିତ୍ବ କରିଥିଲେ ପୁରାତନ ଛାତ୍ରୀ ଡ. ଶର୍ମିଷ୍ଠା ମହାପାତ୍ର। ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପରେ ଯୋଗଦେଇଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ଶିବ ପ୍ରସାଦ ନାୟକ। ଏହି ଉତ୍ସବରେ ଓଡ଼ିଆ ବିଭାଗର ପୁରାତନ ଅଧ୍ୟାପକ ରମେଶ ଚନ୍ଦ୍ର ବେହେରା ଓ ଅଧ୍ୟାପିକା ଶୁଭାକାଂକ୍ଷୀ ଛୋଟରାୟ, ଡ. ଶ୍ରୀଜୟା ଦାସ, ହରପ୍ରିୟା ପଣ୍ଡା  ଓ ସୁବାସିନୀ ଦେଈ ପ୍ରମୁଖ ସମ୍ମାନିତ ଅତିଥି ଭାବରେ ଉପସ୍ଥିତ ରହିଥିଲେ। ଓଡ଼ିଆ ବିଭାଗର ମୁଖ୍ୟ ପାର୍ଥସାରଥୀ ସାମନ୍ତରାୟ ସ୍ବାଗତ ଭାଷଣ ପ୍ରଦାନକରିଥିଲେ। ଏହି ଅବସରରେ ଛାତ୍ରଛାତ୍ରୀମାନଙ୍କ ଦ୍ବାରା ବିବିଧ ନାଟକର ଦୃଶ୍ୟ ଓ ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା। ଆଲୁମିନି କର୍ମକର୍ତ୍ତା ମନୋନୟନ କରାଯାଇଥିବାବେଳେ ଏହି କାର୍ଯ୍ୟକ୍ରମକୁ ସର୍ବାଙ୍ଗ ସୁନ୍ଦର କରିବା ପାଇଁ ଓଡ଼ିଆ ବିଭାଗର ଅଧ୍ୟାପକ ଚିତ୍ତରଂଜନ ବେହେରା, ଅଧ୍ୟାପିକା ତୃପ୍ତିରାଣୀ ସ୍ବାଇଁ, ଅଧ୍ୟାପକ ଯଯାତି କେଶରୀ ବଡଜେନା ପ୍ରମୁଖ ସହଯୋଗ କରିଥିଲେ।

ସେହିପରି ପଦାର୍ଥ ବିଜ୍ଞାନ ବିଭାଗ ତରଫରୁ ହୋଇଥିବା ବନ୍ଧୁ ମିଳନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମହାବିଦ୍ୟାଳୟର ପୂର୍ବତନ ଅଧ୍ୟକ୍ଷ ପି.ସି. ରାଜ୍‌ ଏବଂ ଅନ୍ୟତମ ଅତିଥି ଭାବରେ ପୂର୍ବତନ ପଦାର୍ଥ ବିଜ୍ଞାନ ପ୍ରଫେସର ଗୋକୁଳି ଚରଣ ପଣ୍ଡା ଯୋଗଦେଇଥିଲେ। ଏହି ସଭାକୁ ସଭାପତିତ୍ବ କରିଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଫେସର ଶିବ ପ୍ରସାଦ ନାୟକ। ଏହି କାର୍ଯ୍ୟକ୍ରମରେ ପଦାର୍ଥ ବିଜ୍ଞାନ ବିଭାଗର ପୁରତାନ ଛାତ୍ରଛାତ୍ରୀ ନିଜର ପାଠ ପଢାସମୟରେ ସ୍ମୃତିଚାରଣ କରିଥିଲେ। ଏହି ଅବସରରେ ପୁରାତନ ଅଧ୍ୟାପକ ଏବଂ କର୍ମଚାରୀମାନଙ୍କୁ ସମ୍ବର୍ଦ୍ଧିତ କରାଯାଇଥିବାବେଳେ ଏକ ପୁରାତନ ବିଦ୍ୟାର୍ଥୀ ସଂଘ ଗଠନ କରାଯାଇଥିଲା। ଏହି ସଂଘର ସଭାପତି ଭାବରେ ପଦାର୍ଥ ବିଜ୍ଞାନ ବିଭାଗର ମୁଖ୍ୟ ପ୍ରଫେସର ପ୍ରଦୀପ୍ତ କୁମାର ଦାଶଙ୍କୁ ନିର୍ବାଚିତ କରାଯାଇଥିଲା।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026
Latest News

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026

NEET ପୁନଃପରୀକ୍ଷାରେ ମହାଠକେଇ! ନକଲି ପ୍ରାର୍ଥୀ ସାଜି ପରୀକ୍ଷା ଦେଉଥିଲେ ଡାକ୍ତର ଓ MBBS ଛାତ୍ର, ୯ ଜଣ ଗିରଫ

June 22, 2026

ଅବକାରୀ ବିଭାଗର ବଡ଼ ସଫଳତା: ୮୦ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ

June 22, 2026

ବର୍ଷାରେ ଭିଜିଲା ଟ୍ୱିନ୍ ସିଟି; ଗରମରୁ ମିଳିଲା ଆଶ୍ୱସ୍ତି, ଆଗାମୀ ୫ ଦିନ ଯାଏଁ ବର୍ଷା ସମ୍ଭାବନା

June 22, 2026

ସମ୍ବଲପୁରରେ ଭିଡ ହିଂସା! ପିଲାଚୋର ସନ୍ଦେହରେ ପ୍ରବାସୀ ଶ୍ରମିକଙ୍କୁ ଆକ୍ରମଣ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.