Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ବିଧାନସଭା ନିର୍ବାଚନ : ପରିବାର ସହ ମତଦାନ କଲେ ଅରବିନ୍ଦ କେଜରୀଓ୍ବାଲ
ଆଜିର ଖବର

ଦିଲ୍ଲୀ ବିଧାନସଭା ନିର୍ବାଚନ : ପରିବାର ସହ ମତଦାନ କଲେ ଅରବିନ୍ଦ କେଜରୀଓ୍ବାଲ

February 8, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: 70 ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭୋଟଗ୍ରହଣ ଜାରି ରହିଛି।ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌) ସଂଯୋଜକ  ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରୀଓ୍ବାଲ ନିଜ ପରିବାର ସହିତ ମତଦାନ ଦେଇଛନ୍ତି । ମତଦାନ କରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରୀଓ୍ବାଲ ନିଜ ପିତା-ମାତାଙ୍କୁ ପାଦ ଛୁଇଁବା ସହିତ ଆଶୀର୍ବାଦ ନେଇଥିଲେ । ଏହି ସମୟରେ ତାଙ୍କ ମା’ କେଜ୍‌ରୀଓ୍ବାଲଙ୍କୁ ତିଲକ୍‌ ଲଗାଇଥିଲେ । କେଜ୍‌ରୀଓ୍ବାଲ ମୁଖ୍ୟମନ୍ତ୍ରୀ ନିବାସର କିଛି ଦୂରରେ ରାଜପୁରା ରୋଡ୍‌ର ପରିବହନ ବିଭାଗଠାରେ ଭୋଟ ଦେଇଛନ୍ତି । ଭୋଟଦାନ କରିବା ପୂର୍ବରୁ ଅରବିନ୍ଦ କେଜରୀଓ୍ବାଲ ହନୁମାନଙ୍କ ଆଶୀର୍ବାଦ ନେଇଛନ୍ତି । ଏହି ଅବସରରେ ଅରବିନ୍ଦ କେଜରୀଓ୍ବାଲଙ୍କ ସ୍ତ୍ରୀ ସୁନୀତା କେଜ୍‌ରୀଓ୍ବାଲ କହିଛନ୍ତି ଯେ, ଆମର ଜିତ୍‌ ପକ୍କା । 5 ବର୍ଷ ଆମ ପାଇଁ ସବୁଠୁ ଚ୍ୟାଲେଞ୍ଜିଂ ରହିଥିଲା । ଆମେ ଏହାର କଡା ମୁକାବିଲା କରିଛୁ । ଜିତିବା ନେଇ ପୂରା ଆଶ୍ବସ୍ତ ରହିଛୁ ବୋଲି ସୁନୀତା କେଜରୀଓ୍ବାଲ କହିଛନ୍ତି ।

ମତଦାନ ଦେବା ପରେ ଅରବିନ୍ଦ କେଜରୀଓ୍ବାଲ ସମସ୍ତଙ୍କୁ ମତଦାନ କରିବା ପାଇଁ ଅପିଲ୍‌ କରିଥିଲେ । ବିଶେଷ କରି ମହିଳାଙ୍କୁ ମତଦାନ କରିବା ନେଇ କହିଥିଲେ । ଦିଲ୍ଲୀ ଲୋକ କାର୍ଯ୍ୟକୁ ଆଧାର କରି ଭୋଟ୍‌ ଦେବେ ବୋଲି କହିଛନ୍ତି କେଜରୀଓ୍ବାଲ ।

arabindkejriwal delhiassemblyelection
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Latest News

ଆଜି ମାର୍ଚ୍ଚ ୧୩ ତାରିଖ ଶୁକ୍ରବାରରେ ଏହି ରାଶି ଉପରେ ଖୁସି ରହିବେ ମା’ ଲକ୍ଷ୍ମୀ

March 13, 2026

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.