Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପିଏମ-କିଷାନ ହିତାଧିକାରୀଙ୍କୁ କିଷାନ କ୍ରେଡିଟ କାର୍ଡ ବଂଟନ ଅଭିଯାନ ଆରମ୍ଭ, ୧୫ଦିନ ପର୍ଯ୍ୟନ୍ତ ଚାଲିବ
ଆଜିର ଖବର

ପିଏମ-କିଷାନ ହିତାଧିକାରୀଙ୍କୁ କିଷାନ କ୍ରେଡିଟ କାର୍ଡ ବଂଟନ ଅଭିଯାନ ଆରମ୍ଭ, ୧୫ଦିନ ପର୍ଯ୍ୟନ୍ତ ଚାଲିବ

February 11, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ସମସ୍ତ ପିଏମ-କିଷାନ ହିତାଧିକାରୀ ଚାଷୀଙ୍କୁ ରିହାତି ଦରରେ ସଂସ୍ଥାଗତ ଋଣ ଯୋଗାଇ ଦେବା ଉଦ୍ଦେଶ୍ୟରେ ଭାରତ ସରକାରଙ୍କ ପକ୍ଷରୁ କିଷାନ କ୍ରେଡିଟ କାର୍ଡ (କେସିସି) ପରିପୂର୍ଣ୍ଣତା ଅଭିଯାନ ଆରମ୍ଭ କରାଯାଇଛି । ଫଳରେ ଏ ସମସ୍ତ ଚାଷୀଙ୍କୁ ଧାର୍ଯ୍ୟ ସମୟରେ ପୁନଃପରିଶୋଧ କରିବା ଉପରେ ସର୍ବାଧିକ ୪ ପ୍ରତିଶତ ସୁଧ ହାରରେ କୃଷି, ପଶୁ ଓ ମତ୍ସ୍ୟପାଳନ ଲାଗି ସ୍ୱଳ୍ପକାଳୀନ ଋଣ ମିଳିପାରିବ।

ଏହି ଅଭିଯାନ ୧୦ ଫେବୃଆରୀ, ୨୦୨୦ରୁ ଆରମ୍ଭ ହୋଇଥିବା ବେଳେ ୧୫ ଦିନ ପର୍ଯ୍ୟନ୍ତ ଚାଲୁ ରହିବ । ଏ ସଂକ୍ରାନ୍ତରେ ବିସ୍ତୃତ ନିର୍ଦ୍ଦେଶନାମା ସମସ୍ତ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ, ସବୁ ବ୍ୟାଙ୍କର ପରିଚାଳନା ନିର୍ଦ୍ଦେଶକ ଓ ନାବାର୍ଡ ଅଧ୍ୟକ୍ଷଙ୍କୁ ଜାରି କରାଯାଇଛି । କେସିସି ଅଧୀନରେ ପିଏମ-କିଷାନ ହିତାଧିକାରୀମାନଙ୍କୁ ସାମିଲ କରିବା ନିମନ୍ତେ ଅବଲମ୍ବନ ହେବାକୁ ଥିବା ପ୍ରକ୍ରିୟା ସମ୍ପର୍କରେ ବିସ୍ତୃତ ବିବରଣୀ ଏଥିରେ ଦିଆଯାଇଛି ।

କେସିସି ନଥିବା ପିଏମ-କିଷାନ ହିତାଧିକାରୀମାନଙ୍କର ଏକ ତାଲିକା ପ୍ରସ୍ତୁତ କରିବା ଲାଗି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରଙ୍କ ସମେତ ବ୍ୟାଙ୍କର ଏମଡିମାନଙ୍କୁୁ ନିର୍ଦ୍ଦେଶ ଦିଆଯାଇଛି । କେବଳ ସେତିକି ନୁହେଁ ରାଜ୍ୟ ଓ କେନ୍ଦ୍ରଶାସିତ ପ୍ରଦେଶ ସରକାରଙ୍କ କୃଷି, ପଶୁପାଳନ, ପଂଚାୟତ ଏବଂ ଗ୍ରାମୀଣ ବିକାଶ ବିଭାଗ ସଚିବଙ୍କ ଜରିଆରେ ଏପରି ହିତାଧିକାରୀଙ୍କ ସହିତ ଯୋଗାଯୋଗ କରିବା ଲାଗି ମଧ୍ୟ କୁହାଯାଇଛି । ଏନଆରଏଲଏମ ଯୋଜନା ଅନ୍ତର୍ଗତ ‘ବ୍ୟାଙ୍କ ସଖୀ’ମାନଙ୍କ ଜରିଆରେ ପିଏମ-କିଷାନ ହିତାଧିକାରୀମାନଙ୍କୁ ସଚେତନ କରିବେ । ଫଳରେ ହିତାଧିକାରୀମାନେ କିଷାନ କ୍ରେଡିଟ କାର୍ଡ ପାଇଁ ନିକଟସ୍ଥ ବ୍ୟାଙ୍କ ଶାଖାକୁ ଯିବା ଲାଗି ପ୍ରସ୍ତୁତ ହେବେ ।

କେସିସି ଜରିଆରେ ସୁଧ ରିହାତି ସୁବିଧା ଏଣିକି ମତ୍ସ୍ୟ ଓ ପଶୁପାଳନ କରୁଥିବା ଚାଷୀଙ୍କୁ ମଧ୍ୟ ମିଳିବ । ଏହାକୁ ଦୃଷ୍ଟିରେ ରଖି ଏପରି କୃଷକଙ୍କୁ ଚିହ୍ନଟ କରିବା ଏବଂ ସେମାନଙ୍କୁ ଅତିରିକ୍ତ ଋଣ ସୀମା ଓ ନୂଆ କ୍ରେଡିଟ କାର୍ଡ ଜାରି କରିବା ଲାଗି ରାଜ୍ୟ ଓ କେନ୍ଦ୍ର ଶାସିତ ପ୍ରଦେଶ ସରକାରଙ୍କୁ ଅନୁରୋଧ କରାଯାଇଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026

ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

April 12, 2026

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ

April 12, 2026

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ବଡ଼ ଆଶ୍ୱସ୍ତି: ଭାରତ ଆସୁଛି ଏଲପିଜି ଜାହାଜ ‘ଜଗ୍ ବିକ୍ରମ’

April 12, 2026
Latest News

ସମ୍ବଲପୁର ଜିଲ୍ଲା ସାମ୍ବାଦିକ ୟୁନିୟନର ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ: ପେନସନ ଓ ସାମାଜିକ ସୁରକ୍ଷା ଦାବୀ

April 12, 2026

ବ୍ୟବସାୟୀଙ୍କୁ ନିର୍ମମ ହତ୍ୟା

April 12, 2026

ଆସାମ ମୁଖ୍ୟମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କଲା ଭୁବନେଶ୍ୱର କଂଗ୍ରେସ

April 12, 2026

ପିଏମ ଶ୍ରୀ କୁଶଳେଶ୍ୱର ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ଲାଟିନମ୍ ଜୁବୁଲିରେ ମୁଖ୍ୟମନ୍ତ୍ରୀଙ୍କ ଯୋଗଦାନ

April 12, 2026

ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ବଡ଼ ଆଶ୍ୱସ୍ତି: ଭାରତ ଆସୁଛି ଏଲପିଜି ଜାହାଜ ‘ଜଗ୍ ବିକ୍ରମ’

April 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.