Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର ଯୋଜନାଠାରୁ କାଳିଆ ଯୋଜନା ଭଲ : ମୁଖ୍ୟମନ୍ତ୍ରୀ
ଆଜିର ଖବର

କେନ୍ଦ୍ର ଯୋଜନାଠାରୁ କାଳିଆ ଯୋଜନା ଭଲ : ମୁଖ୍ୟମନ୍ତ୍ରୀ

February 21, 2019No Comments2 Mins Read
Share Facebook Twitter LinkedIn Email WhatsApp Copy Link

ବରଗଡ଼ର ଇଚ୍ଛାପାଲୀଠାରେ ଆୟୋଜିତ ଏକ ବିରାଟ ଚାଷୀ ସମାବେଶରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଯୋଗଦେଇ କାଳିଆା ଯୋଜନାର  ଦ୍ବିତୀୟ ପର୍ଯ୍ୟାୟରେ ୭୦୦ କୋଟି ଟଙ୍କାର ସହାୟତା ରାଶିକୁ ୧୪ ଲକ୍ଷରୁ ଅଧିକ ହିତାଧୀକାରଙ୍କ ଆକାଉଣ୍ଟକୁ ହସ୍ତାନ୍ତର କାର୍ଯ୍ୟ ସମ୍ପନ୍ନ କରିଥିଲେ । ଆଜି ରାଜ୍ୟର କାଳିଆ ଯୋଜନାରେ ୧୪ ଲକ୍ଷରୁ ଅଧିକ ଚାଷୀ ସାମିଲ୍‌ ହେଲେ । ପ୍ରଥମ ପର୍ଯ୍ୟାୟରେ ପୁରୀରେ ୧୨ ଲକ୍ଷରୁ ଅଧିକ ଚାଷୀ ଉପକାର ପାଉଥିବାବେଳେ କେନ୍ଦ୍ରାପଡ଼ାରେ ୩ ଲକ୍ଷ ୫୦ ହଜାର ଭୂମିହୀନ ଚାଷୀ ଉପକାର ପାଇଥିଲେ ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଥିଲେ ଯେ ଚାଷୀ ଆମର ଗୌରବ । ଚାଷୀର ତ୍ୟାଗ ଓ ପରିଶ୍ରମ ପାଇଁ ସମସ୍ତ ଦେଶ କୃତଜ୍ଞ । ଚାଷୀକୁ ତାର ହକ୍‌ ଦେବା ପାଇଁ ରାଜ୍ୟ ସରକାର କାମ କରୁଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିାଏ । ସେ କହିଥିଲେ ଯେ ରାଜ୍ୟ ସରକାର କାଳିଆ ଯୋଜନା ଚାଷୀର ସ୍ବାର୍ଥ ରକ୍ଷା ପାଇଁ ଏକ ବଳିଷ୍ଠ ପଦକ୍ଷେପ ।  ସାରା ଦେଶରେ ଏହି ଯୋଜନାକୁ ପ୍ରଶଂସା କରାଯାଇଛି ।  ରାଜ୍ୟର କୃଷି ଅର୍ଥନୀତିକୁ କାଳିଆ ଯୋଜନା ସମୃଦ୍ଧ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ଆଶାବ୍ୟକ୍ତ କରିଥିଲେ । ଗରିବୀ ଦୂର କରିବା ଏବଂ ଚାଷୀର ଅବସ୍ଥାରେ ଉନ୍ନତି ଆଣିବା ପାଇଁ କାଳିଆ ଯୋଜନା ଅମୋଘ ଅସ୍ତ୍ର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କିଛି ସଂଗଠନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ମୁଖ୍ୟମନ୍ତ୍ରୀ ସମାଲୋଚନା କରିବା ସହିତ କାଳିଆକୁ କେହି ବନ୍ଦ କରିପାରିବେ ନାହିଁ ବୋଲି କହିଥିଲେ ।

କେନ୍ଦ୍ର ସରକାର କିଷାନ ଯୋଜନାରୁ ଭୂମିହୀନ ଚାଷୀ, ଭାଗଚାଷୀ ଓ କୃଷି ଶ୍ରମିକକୁ ବଂଚିତ କରାଯାଇଥିବାରୁ ମୁଖ୍ୟମନ୍ତ୍ରୀ କ୍ଷୋଭ ପ୍ରକାଶ କରିଥିଲେ ଏବଂ ସେମାନଙ୍କୁ କେନ୍ଦ୍ର ଯୋଜନାରେ ସାମିଲ୍‌ କରିବା ପାଇଁ ମୁଖ୍ୟମନ୍ତ୍ରୀ ଦାବି କରିଥିଲେ । କେନ୍ଦ୍ର ଯୋଜନାଠାରୁ କାଳିଆ ଯୋଜନା ଭଲ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । ୬୦୦୦ ଟଙ୍କା ବଦଳରେ ଚାଷୀଙ୍କୁ ୧୦,୦୦୦ଟଙ୍କା ଦେବା ପାଇଁ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ଦାବି କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସୋହେଲା-ନୂଆପଡ଼ା ବିଜୁ ଏକ୍‌ସପ୍ରେସ୍‌ ଓ୍ବେର ଉଦ୍‌ଘାଟନ ସହିତ ଗଙ୍ଗାଧର ମେହର ଉଠାଜଳସେଚନ ପ୍ରକଳ୍ପର ଶିଳାନ୍ୟାସ ସମେତ ୨୧୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବା ସହିତ ହଳଧର ନାଗ କୋଶଳୀ, ସମ୍ବଲପୁରୀ ସାହିତ୍ୟ ଗବେଷଣା କେନ୍ଦ୍ର ନିମନ୍ତେ ରାଜ୍ୟ ସରକାର ୨୫ ଲକ୍ଷଟଙ୍କା ମଂଜୁର କରିଥିବାର ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ । ବରଗଡ଼ର ଟାଟା କ୍ୟାନସର ଚିକିତ୍ସା କେନ୍ଦ୍ର ପ୍ରତିଷ୍ଠା କରାଯିବା ଏବଂ ବରଗଡ଼ ଚିନିକଳର ପୁନରୁଦ୍ଧାର ସଂପର୍କରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ।

Share. Facebook Twitter LinkedIn Email WhatsApp Copy Link

Related Posts

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

ଟି-୨୦ ବିଶ୍ୱକପ୍: ସନ୍ଧ୍ୟାରେ ଭାରତ ବନାମ ଆମେରିକା ମ୍ୟାଚ୍, ଜାଣନ୍ତୁ ପିଚ୍ ରିପୋର୍ଟ

February 7, 2026
Latest News

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026

ଫହୀମ ଅସରଫ୍ ଙ୍କ ଯୋଗୁଁ ହାରୁ ହାରୁ ଜିତିଲା ପାକିସ୍ତାନ: ନେଦରଲ୍ୟାଣ୍ଡର ଲଢୁଆ ପ୍ରଦର୍ଶନ

February 7, 2026

BCPPER ପାଇଁ ଅର୍ଥନୈତିକ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

February 7, 2026

ଚିନ୍ତା ବଢ଼ାଇଲା ଆମେରିକା ଦ୍ଵାରା ପ୍ରକାଶିତ ଭାରତ ମାନଚିତ୍ର: ପାକିସ୍ତାନ ଏବଂ ଚୀନ୍ କୁ ବଡ଼ ଝଟକା

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.