Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କଂଗ୍ରେସକୁ ଟାର୍ଗେଟ କରି କାଶ୍ମୀର ସମସ୍ୟା ପାଇଁ ନେହେରୁଙ୍କୁ ଦାୟୀ କଲେ ଶାହା
ଆଜିର ଖବର

କଂଗ୍ରେସକୁ ଟାର୍ଗେଟ କରି କାଶ୍ମୀର ସମସ୍ୟା ପାଇଁ ନେହେରୁଙ୍କୁ ଦାୟୀ କଲେ ଶାହା

February 22, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ଗୋଟିଏ ପଟେ ସାରା ଦେଶରେ କ୍ରୋଧର ନିଆଁ ଜଳୁଥିବା ବେଳେ ଅନ୍ୟପଟେ ଏହି ଘଟଣାକୁ ନେଇ ରାଜନୀତି ମଧ୍ୟ ଜୋର ଧରିଛି । ପାକିସ୍ତାନ ଠାରୁ ପ୍ରତିଶୋଧ ନେବା ପାଇଁ ଏବେ ସାରା ଦେଶ ଦାବି କରୁଛି । ଏହାରି ଭିତରେ ଏହି ଆକ୍ରମଣ ଘଟଣାକୁ ନେଇ ବିଜେପି ଓ କଂଗ୍ରେସ ମଧ୍ୟରେ ଆରମ୍ଭ ହୋଇଯାଇଛି କାଦୁଅଫିଙ୍ଗା ରାଜନୀତି । ପୁଲୱାମାରେ ଆତଙ୍କବାଦୀ ଆକ୍ରମଣ ସମୟରେ ପ୍ରଧାନମନ୍ତ୍ରୀ ଡକ୍ୟୁମେଣ୍ଟାରି ସୁଟିଂ କରୁଥିଲେ ବୋଲି ଗତକାଲି କଂଗ୍ରେସ ଅଭିଯୋଗ ଆଣିଥିବାବେଳେ ଆଜି ରାହୁଲ୍‌ ଗାନ୍ଧି ମଧ୍ୟ ଏହାକୁ ନେଇ ଟ୍ବିଟ୍‌ କରିଛନ୍ତି । ଏହି ଅଭିଯୋଗକୁ ନେଇ ଆଜି କଂଗ୍ରେସ ଉପରେ ଜବରଦସ୍ତ ବର୍ଷିଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା । ଆନ୍ଧ୍ରପ୍ରଦେଶର ରାଜମୁନ୍ଦରୀରେ ଏକ ସମ୍ମିଳନୀରେ ଅମିତ ଶାହା କହିଛନ୍ତି, ନରେନ୍ଦ୍ର ମୋଦିଙ୍କ ସରକାର, ଦେଶର ସୁରକ୍ଷାକୁ ସବୁବେଳେ ପ୍ରାଥମିକତା ଦେଇଆସିଛନ୍ତି । ପୁଲୱାମା ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନକୁ କଡା ଜବାବ ଦେବା ପାଇଁ ମଧ୍ୟ ଉଚିତ୍ ରଣନୀତି ଉପରେ କାର୍ଯ୍ୟ କରାଯାଉଛି । ଆଉ ଏହାରି ଭିତରେ ରାଜନୈତିକ ଫାଇଦା ପାଇଁ କଂଗ୍ରେସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମିଛ ଅଭିଯୋଗ କରୁଥିବାର ଶାହା କହିଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, କାଶ୍ମୀରରେ ଆଜି ଯେଉଁ ସମସ୍ୟା ଦେଖାଯାଉଛି, ତାହା କେବଳ ନେହେରୁଜୀଙ୍କ ପାଇଁ ହିଁ ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Latest News

କେରଳକୁ ଛୁଇଁଲା ନିପା ଭାଇରସ୍: ଜାଣନ୍ତୁ ଏହା କିପରି ବ୍ୟାପିଥାଏ ଏବଂ କେତେ ବିପଦପୂର୍ଣ୍ଣ?

June 12, 2026

ଆମେରିକା ଆକ୍ରମଣରେ ଭାରତୀୟଙ୍କ ମୃତ୍ୟୁରେ ଇରାନ ଦୁଃଖିତ: ଟ୍ରମ୍ପଙ୍କୁ ଭର୍ତ୍ସନା

June 12, 2026

‘ତୈଳ କ୍ରୟ ସମ୍ପର୍କରେ ପାଶ୍ଚାତ୍ୟ ଦେଶଗୁଡ଼ିକର ଦୋମୁହାଁ ନୀତି’: ଆମେରିକାକୁ ଟାର୍ଗେଟ କଲା ଭାରତ

June 12, 2026

ଆଜିଠୁ ମହିଳା ଟି-୨୦ ବିଶ୍ୱକପ୍: ଅଧୁରା ସ୍ୱପ୍ନ ପୂରଣ କରିପାରିବ କି ଟିମ୍ ଇଣ୍ଡିଆ?

June 12, 2026

ବକେୟା ଦରମା ଦାବିରେ ଏମ୍ସ ଭୁବନେଶ୍ୱରରେ ଆଉଟ୍‌ସୋର୍ସିଂ କର୍ମଚାରୀଙ୍କ ଧାରଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.