ଶାହିନ୍‌ବାଗ୍‌ ପ୍ରତିବାଦକାରୀଙ୍କ ସହିତ ମଧ୍ୟସ୍ଥିଙ୍କ ଆଲୋଚନା : ମାମଲା ପ୍ରତ୍ୟାହାର ଦାବି

Published: Feb 22, 2020, 4:05 pm IST

ନୂଆଦିଲ୍ଲୀ : ଶନିବାର ଦିନ ଶାହିନବାଗ ଆନ୍ଦୋଳନକାରୀଙ୍କ ସହିତ ତୃତୀୟ ରାଉଣ୍ଡ ଆଲୋଚନା କରିଛନ୍ତି ମଧ୍ୟସ୍ଥି ସାଧନା ରାମଚନ୍ଦ୍ରନ । ଏହି ଆଲୋଚନା ସମୟରେ ସାଧନା ସରକାରଙ୍କ ପକ୍ଷ ନେଇ ଆଲୋଚନାକୁ ଆସି ନାହାନ୍ତି ଏବଂ ସର୍ବୋଚ୍ଚ କୋର୍ଟଙ୍କ ଦ୍ବାରା ନିଯୁକ୍ତ ବୋଲି କହିଥିଲେ । ଶାହିନ୍‌ବାଗ ଆନ୍ଦୋଳନକୁ ହଟାଯାଉ ବୋଲି ମୁଁ କହୁନାହିଁ । ଶାହିନବାଗ ଜାରି ରହିବା ଉଚିତ୍‌ ମାତ୍ର ଏହାଦ୍ବାରା ସର୍ବସାଧାରଣ ରାସ୍ତା ବନ୍ଦ ନହେବା ଉଚିତ୍‌ ବୋଲି ସେ ପ୍ରକାଶ କରିଥିଲେ । ଯଦି ବିକ୍ଷୋଭକାରୀ ଗୃହମନ୍ତ୍ରୀ ବା ସରକାରଙ୍କ ସହିତ ଆଲୋଚନା କରିବାକୁ ଚାହାନ୍ତି ତେବେ ସେ କରିପାରନ୍ତି ମାତ୍ର ମଧ୍ୟସ୍ଥି ଦଳ ସରକାରଙ୍କ ପକ୍ଷରୁ ଆସି ନାହାନ୍ତି ବୋଲି ରାମଚନ୍ଦ୍ରନ ସ୍ପଷ୍ଟ କରିଥିଲେ । ବିକ୍ଷୋଭକାରୀ ମାନେ ସୁରକ୍ଷା ଦାବି କରିଥିବା ବେଳେ ଏନେଇ ସର୍ବୋଚ୍ଚ କୋର୍ଟ ଆଦେଶ ପ୍ରଦାନ କରିବା ପାଇଁ ଦାବି କରାଯାଇଥିଲା । ଶାହିନବାଗ ଏବଂ ଜାମିଆ ହିଂସାକାଣ୍ଡରେ ଦାଖଲ କରାଯାଇଥିବା ସମସ୍ତ ମାମଲାକୁ ପ୍ରତ୍ୟାହାର କରିବା ପାଇଁ ଦାବି କରିଥିଲେ । (ଏଜେନ୍ସି)

Related posts