ମାଟ୍ରିକ୍‌ ପରୀକ୍ଷା : ଆଜି ତୃତୀୟ ଭାଷାର ପରୀକ୍ଷା ଦେବେ ପରୀକ୍ଷାର୍ଥୀ, କପି ରୋକିବାକୁ ଜାରି ହୋଇଛି 144 ଧାରା

Published: Feb 24, 2020, 9:25 am IST

ସମୀକ୍ଷା ବ୍ୟୁରୋ

ଢେଙ୍କାନାଳ : ମାଟ୍ରିକ୍‌ ପରୀକ୍ଷା ଆରମ୍ଭ ହୋଇଯାଇଛି । ଆଜି ତୃତୀୟ ଭାଷା ପରୀକ୍ଷା ଥିବାବେଳେ ବୋର୍ଡ ପକ୍ଷରୁ ସମସ୍ତ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।  କପି ରୋକିବାକୁ ଜାରି ହୋଇଛି 144 ଧାରା । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବିରିବୁଲେଇ ଜନତା ସରକାରୀ ହାଇସ୍କୁଲରେ 144 ଧାରା ଜାରି ହୋଇଛି। ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଖୁଲମଖୁଲା କପି ଦିଆଯାଉଥିବା ଜଣାପଡ଼ିବା ପରେ ଏପରି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରିଛି ପ୍ରଶାସନ। ସୂଚନାଯୋଗ୍ୟ, ଶନିବାର ଇଂରାଜୀ ପରୀକ୍ଷା ବେଳେ ଅଭିଭାବକମାନେ ଖୁଲମଖୁଲା ସ୍କୁଲ କାନ୍ଥ ଡେଇଁ ପରୀକ୍ଷାର୍ଥୀଙ୍କୁ କପି ଦେଇଥିଲେ। କେବଳ କଙ୍କଡ଼ାହାଡ଼ ନୁହେଁ ଜିଲ୍ଲାର ୮୩ଟି ପରୀକ୍ଷା ସେଣ୍ଟରରେ କଡାକଡ଼ି ଭାବେ ପଦକ୍ଷେପ ନିଆଯାଇଥିବା ଜଣାପଡିଛି। ଅନ୍ୟପକ୍ଷରେ କଟକ ଜିଲ୍ଲାର ୫ଟି ପରୀକ୍ଷା କେନ୍ଦ୍ରରେ ଅତିରିକ୍ତ ଫୋର୍ସ ମୁତୟନ କରିବାକୁ କଟକ ଡିସିପି ଓ ଗ୍ରାମାଞ୍ଚଳ ଏସ୍‌ପିଙ୍କୁ ଚିଠି ଲେଖିଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦର ସମ୍ପାଦକ।

Related posts