ସମୀକ୍ଷା ବ୍ୟୁରୋ
ବାଙ୍କୀ : ଭିଜିଲାନ୍ସ ଜାଲରେ ଧରାପଡିଛନ୍ତି ଜଣେ ପ୍ରଧାନ ଶିକ୍ଷୟିତ୍ରୀ । ଲାଞ୍ଚ ନେବା ଅଭିଯୋଗରେ କଟକ ତୁଳସୀପୁର ରଙ୍ଗଣୀ ସାହି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ତୁଳସୀପୁରର ରଙ୍ଗଣିସାହି ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଜଣେ ବ୍ୟକ୍ତିଙ୍କ ଠାରୁ ଦୁଇ ହଜାର ଟଙ୍କାର ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଗିରଫ କରିଛି । ବୟସ ପ୍ରମାଣପତ୍ର ଦେବାକୁ ୨ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ପ୍ରଧାନ ଶିକ୍ଷୟତ୍ରୀ ରଶ୍ମିପ୍ରଭା ଶତପଥୀ । ପ୍ରଧାନଶିକ୍ଷୟିତ୍ରୀଙ୍କ ବାଙ୍କୀସହର ସ୍ଥିତ ବାସଭବନରେ ମଧ୍ୟ ଭିଜିଲାନ୍ସ ଚଢାଉ କରିଛି ।