Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜୁ ଜୟନ୍ତୀକୁ ପକ୍ଷବ୍ୟାପୀ ପାଳନ କରିବ ବିଜେଡି
ଆଜିର ଖବର

ବିଜୁ ଜୟନ୍ତୀକୁ ପକ୍ଷବ୍ୟାପୀ ପାଳନ କରିବ ବିଜେଡି

February 27, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ପ୍ରବାଦ ପୁରୁଷ ରାଷ୍ଟ୍ରନୀତିଜ୍ଞ ତଥା ଓଡିଶାର ଭୂତପୂର୍ବ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଜୟନ୍ତୀକୁ ଏକ ପକ୍ଷ ବ୍ୟାପୀ ପାଳନ କରିବା ପାଇଁ ବିଜେଡି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ଆସନ୍ତା ମାର୍ଚ୍ଚ 5 ତାରିଖରେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ 104 ତମ ଜନ୍ମଦିବସକୁ 15 ଦିନ ବ୍ୟାପି ଶୁଭେଚ୍ଛୁ ଏବଂ ଜନସାଧାରଣଙ୍କ ସହିତ ପାଳନ କରିବେ ବୋଲି ଜଣାପଡିଛି । ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବରିଷ୍ଠ ନେତା ଦେବୀପ୍ରସାଦ ମିଶ୍ର, ସଞ୍ଜୟ କୁମାର ଦାସବର୍ମା, ପ୍ରମିଳା ମଲ୍ଲିକ ଏବଂ ଉଷା ଦେବୀ ବିଜେଡି କାର୍ଯ୍ୟାଳୟରେ ଏକ ସାମ୍ବାଦିକ ସମ୍ମିଳନୀରେ ଏହି ସୂଚନା ଦେଇଛନ୍ତି ।

ବିଜୁ ଜୟନ୍ତୀ ଅବସରରେ ବିଜେଡି ରାଜ୍ୟରେ 20 ବର୍ଷ ପୂରଣ କରିବାକୁ ଯାଉଛି । ବିଜୁ ଜୟନ୍ତୀ ଅବସରରେ ଓଡିଶାର ବିକାଶ ଯାତ୍ରା ସମ୍ପର୍କରେ ଜନସାଧାରଣଙ୍କୁ ଅବଗତ କରାଯିବ । ଏହା ସହିତ ରାଜ୍ୟର ସମସ୍ତ ସ୍ବାଧୀନତା ସଂଗ୍ରାମୀଙ୍କୁ ଏହି ଅବସରରେ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯିବ ବୋଲି ଜଣାପଡିଛି ।

ବିଜୁ ଜୟନ୍ତୀ ଅବସରରେ ମାର୍ଚ୍ଚ 8ରେ ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ମହିଳା ମାନଙ୍କୁ ନେଇ ଏକ ସମ୍ମିଳନୀ କରାଯିବା ସହିତ ବିଭିନ୍ନ ମହିଳାଙ୍କୁ ସମ୍ବର୍ଦ୍ଧିତ କରାଯିବ । ଏହି ଅବସରରେ ଦଳର ଛାମୁଆ ସଙ୍ଗଠନ ମାନେ ଏହି କାର୍ଯ୍ୟକ୍ରମରେ ସାମିଲ ହେବେ । ଏହି ସମୟରେ ମାର୍ଚ୍ଚ 5ରୁ ଏପ୍ରିଲ 17 ତାରିଖ ପର୍ଯ୍ୟନ୍ତ ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ଜୀବନବିନ୍ଦୁ କାର୍ଯ୍ୟକ୍ରମରେ ରକ୍ତଦାନ କାର୍ଯ୍ୟକ୍ରମ କରାଯିବ ।

bijupattnaik BJD
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୮ ତାରିଖରେ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

February 8, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Latest News

ଆଜି ଫେବୃୟାରୀ ୮ ତାରିଖରେ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ ବିସ୍ତୃତ ଭାଗ୍ୟଫଳ

February 8, 2026

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.