Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦିଲ୍ଲୀ ହିଂସାକାଣ୍ଡ ପାଇଁ ଗୃହ ମନ୍ତ୍ରାଳୟ ଓ ପୋଲିସ୍‌କୁ ନୋଟିସ୍‌ : ଏପ୍ରିଲ୍‌ 30ରେ ପରବର୍ତ୍ତୀ ଶୁଣାଣି
ଆଜିର ଖବର

ଦିଲ୍ଲୀ ହିଂସାକାଣ୍ଡ ପାଇଁ ଗୃହ ମନ୍ତ୍ରାଳୟ ଓ ପୋଲିସ୍‌କୁ ନୋଟିସ୍‌ : ଏପ୍ରିଲ୍‌ 30ରେ ପରବର୍ତ୍ତୀ ଶୁଣାଣି

February 28, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ନୂଆଦିଲ୍ଲୀରେ ଘଟିଥିବା ହିଂସାକାଣ୍ଡକୁ ନେଇ କେନ୍ଦ୍ର ସରକାର ଓ ଦିଲ୍ଲୀ ପୋଲିସ୍‌କୁ ଦିଲ୍ଳୀ ହାଇକୋର୍ଟ ନୋଟିସ୍‌ ପଠାଇଛନ୍ତି । ଦିଲ୍ଲୀ ହିଂସାକାଣ୍ଡକୁ ନେଇ ଦାଖଲ କରାଯାଇଥିବା ତିନିଟି ପିଟିସନ୍‌ ଉପରେ ବିଚାର କରି ହାଇକୋର୍ଟ ମୁଖ୍ୟ ବିଚାରପତି ଡି ଏନ୍‌ ପଟେଲ୍‌ ଏବଂ ସି ହରିଶଙ୍କରଙ୍କ ଖଣ୍ଡପୀଠ ଏହି ନୋଟିସ୍‌ ଜାରି କରିଛନ୍ତି । ଦିଲ୍ଲୀ ହାଇକୋର୍ଟରେ ଅଜୟ ଗୌତମ , ସଞ୍ଜୀବ କୁମାର ଏବଂ ବିଜେପି ଲିଗାଲ୍‌ ସେଲ୍‌ ପକ୍ଷରୁ ଏହି 3 ଯାଚିକା ଦାଖଲ କରାଯାଇଥିଲା । ପ୍ରଥମ ଯାଚିକାରେ ଦିଲ୍ଳୀ ପୋଲିସ୍‌ର କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନବାଚୀ ଉଠାଯାଇଥିଲା । ଆକ୍ରମଣ ପଛରେ ରହିଥିବା ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଖୋଜିବା ପାଇଁ ଯାଚିକାରେ ଉଲ୍ଲେଖ କରାଯାଇଛି । ଦ୍ବିତୀୟ ଯାଚିକାରେ ଜାତୀୟ ତଦନ୍ତକାରୀ ସଂସ୍ଥା ପକ୍ଷରୁ ତଦନ୍ତ କରାଯାଉନଥିବା ନେଇ ଉଲ୍ଲେଖ କରାଯାଇଥିଲା । ସାମାଜିକ କର୍ମୀ ହର୍ଷ ମନ୍ଦାର, ଆରଜେ ସାୟେମା ଏବଂ ଅଭିନେତ୍ରୀ ସ୍ବରା ଭାସ୍କରଙ୍କ ଘୃଣାଭରା ଭାଷଣ ସତ୍ତ୍ବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇନଥିବାରୁ ଏହି ମାମଲା ରୁଜୁ କରାଯାଇଥିଲା । ବିଜେପି ଲିଗାଲ୍‌ ସେଲ୍‌ ପକ୍ଷରୁ ଦାଖଲ କରାଯାଇଥିବା ତୃତୀୟ ଯାଚିକା ଉପରେ ଶୁଣାଣି କରାଯାଇଥିଲା । ସୋନିଆ, ରାହୁଲ , ପ୍ରିୟଙ୍କା ଗାନ୍ଧୀ, ଅସଦ୍ଦୁଦ୍ଦିନ ଓଓ୍ବେସୀ ଏବଂ ଓ୍ବାରିସ୍‌ ପଠାନ୍‌ ପ୍ରମୁଖ ଘୃଣାଭରା ଭାଷଣ ଦେଇଥିବା ନେଇ ଯାଚିକାରେ ଉଲ୍ଲେଖ କରାଯାଇଥିଲା । କୋର୍ଟଙ୍କ ପକ୍ଷରୁ ତିନି ଯାଚିକା ଉପରେ ଶୁଣାଣି କରାଯାଇ କେନ୍ଦ୍ର ସରକାର ଏବଂ ଦିଲ୍ଲୀ ପୋଲିସ୍‌କୁ ନୋଟିସ୍‌ ଜାରି କରାଯାଇଛି । ଆସନ୍ତା ଏପ୍ରିଲ୍‌ 30 ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି କରାଯିବ । (ଏଜେନ୍ସି)

caa delhi delhipolice homeministry violence
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026
Latest News

ପ୍ରତ୍ନତତ୍ତ୍ଵ ବିଭାଗ ଦ୍ୱାରା ଛତାଗଡ଼ ଓ ବେତଗଡ଼ର ଗବେଷଣା କରାଯାଉ: ଦାବିପତ୍ର ପ୍ରଦାନ

April 3, 2026

ଗରିବ ଓ ମଧ୍ୟବିତ୍ତଙ୍କୁ ଆରାମଦାୟକ ଯାତ୍ରା ଦେବା ରେଳବାଇର ପ୍ରାଥମିକତା: ଅଶ୍ୱିନୀ ବୈଷ୍ଣବ

April 3, 2026

ଇନ୍ଧନ ଯୋଗାଣ ସ୍ଥିତି ନେଇ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ସହ ପେଟ୍ରୋଲିୟମ ସଚିବଙ୍କ ସମୀକ୍ଷା ବୈଠକ 

April 3, 2026

ଇରାନରୁ ଭାରତ ଆସୁଥିବା ତେଲ ଜାହାଜ ଏବେ ଚୀନ ଅଭିମୁଖେ: ଜାଣନ୍ତୁ କାହିଁକି?

April 3, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.