Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଏଏ ସମର୍ଥନ ସମାବେଶ : ଓଡିଶାକୁ ଦ୍ବିତୀୟ ଘର ବୋଲି ଅଭିହିତ କଲେ ଶାହା
ଆଜିର ଖବର

ସିଏଏ ସମର୍ଥନ ସମାବେଶ : ଓଡିଶାକୁ ଦ୍ବିତୀୟ ଘର ବୋଲି ଅଭିହିତ କଲେ ଶାହା

February 28, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଦୁଇ ଦିନିଆ ଓଡିଶା ଗସ୍ତରେ ରହିଥିବା ଗୃହମନ୍ତ୍ରୀ ଅମିତ ଶାହା ଭୁବନେଶ୍ବରର ଜନତା ମଇଦାନରେ ଏକ ସିଏଏ ସମର୍ଥନ ସମାବେଶରେ ଯୋଗ ଦେଇଛନ୍ତି । ଏହି ଅବସରରେ ଗୃହମନ୍ତ୍ରୀ ଓଡିଶାକୁ ନିଜର ଦ୍ବିତୀୟ ଘର ଭାବରେ ଅଭିହିତ କରିଥିଲେ । 24 ତମ ପୂର୍ବାଞ୍ଚଳ ରାଜ୍ୟ ପରିଷଦ ବୈଠକରେ ଯୋଗ ଦେବା ନେଇ ଅମିତ ଶାହା ଓଡିଶା ଆସିଥିବା ବେଳେ ଅପରାହ୍ନରେ ଜନତା ମଇଦାନରେ ରାଜ୍ୟର ଅନ୍ୟାନ୍ୟ ବରିଷ୍ଠ ନେତାଙ୍କ ସହିତ ସିଏଏ ସମର୍ଥନ ସମାବେଶରେ ଯୋଗ ଦେଇଥିଲେ ।

ଓଡିଶାର ବରପୁତ୍ରଙ୍କୁ ସ୍ମରଣ କରି ଶାହା ନିଜର ଅଭିଭାଷଣ ଆରମ୍ଭ କରିଥିଲେ । ଓଡିଶା ମୋତେ ସର୍ବଦା ମୋର ଦ୍ବିତୀୟ ଘର ଭଳି ପ୍ରତୀୟମାନ ହୋଇଥାଏ ବୋଲି ଶାହା ପ୍ରକାଶ କରିଛନ୍ତି । ଓଡିଶାର ବିକାଶ ପାଇଁ କେନ୍ଦ୍ର ସରକାର ଅଙ୍ଗୀକାରବଦ୍ଧ ଏବଂ 2024 ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଘରମକୁ ପାଣି ପାଇପ୍‌ କସଞ୍ଜୋଗ କରାଯିବ ବୋଲି ଶାହା କହିଥିଲେ । ଏହା ସହିତ କେନ୍ଦ୍ର ସରକାରଙ୍କ ଅନ୍ୟାକନ୍ୟ ସଫଳତା ଯେପରିକି ରାମ ମନ୍ଦିର ଟ୍ରଷ୍ଟ ନିର୍ମାଣ, ଧାରା 370 ଉଚ୍ଛେଦ ସମ୍ପର୍କରେ ଶାହା ଘୋଷଣା କରିଥିଲେ । ସେହିପରି ସିଏଏ ଦ୍ବାରା କାହାର ନାଗରିକତା ଯିବ ନାହିଁ ତେଣୁ ଏହାକୁ ନେଇ ଲୋକେ ଭୟଭୀତ ହେବା ଅନୁଚିତ ବୋଲି ଶାହା କହିଥିଲେ । ପଡୋଶୀ ରାଷ୍ଟ୍ରର ନିଷ୍ପେସିତ ଲୋକଙ୍କୁ ନାଗରିକତ୍ବ ପ୍ରଦାନ ପାଇଁ ସିଏଏ ପ୍ରଣୟନ କରାଯାଇଛି ତେଣୁ ଦେଶବାସୀଙ୍କ ନାଗରିକତ୍ବ ସହିତ ଏହାର କୌଣସି ସମ୍ପର୍କ ନାହିଁ ବୋଲି ଶାହା ସ୍ପଷ୍ଟ କରିଥିଲେ । ଅନ୍ୟପକ୍ଷରେ ଚଳିତ ବର୍ଷ ରାଜ୍ୟରେ ବିଜେପିକୁ 38.4 ପ୍ରତିଶତ ଭୋଟ ମିଳିଥିବାରୁ କର୍ମୀଙ୍କୁ ଧନ୍ୟବାଦ ଜଣାଇଥିଲେ ଶାହା । ଦଳ 14 ହଜାର ବୁଥ୍‌ରେ ଆଗୁଆ ରହିଥିବା ବେଳେ 55 ହଜାର ବୁଥରେ ଦ୍ବିତୀୟ ସ୍ଥାନରେ ରହିଛି ତେଣୁ ଆଉ ଗୋଟିଏ ଲମ୍ଫରେ ଦଳ ପ୍ରଥମ ସ୍ଥାନକୁ ଆସିପାରିବ ବୋଲି ଶାହା କହିଥିଲେ ।

ଏହି ସମାବେଶରେ ପ୍ରଥମ ଥର ପାଇଁ ଶାହା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରତି ନରମ ମନୋଭାବ ପୋଷଣ କରିଥିଲେ । ସଦାସର୍ବଦା ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀଙ୍କୁ ସମାଲୋଚନା କରୁଥିବା ଶାହା ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଗୋଟିଏ ବି ଶବ୍ଦ କହିନଥିଲେ । କେବଳ କେନ୍ଦ୍ର ସରକାରଙ୍କ ସଫଳତା ସମ୍ପର୍କରେ କହି ଶାହା ନିଜର ବକ୍ତବ୍ୟ ଶେଷ କରିଥିଲେ । ଅମିତ ଶାହାଙ୍କ ସମେତ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ, ପ୍ରତାପ ଷଡଙ୍ଗୀ, ବସନ୍ତ ପଣ୍ଡା, ବିଜେପି ଉପସଭାପତି ବୈଜୟନ୍ତ ପଣ୍ଡା, ପ୍ରବକ୍ତା ସମ୍ବିତ ପାତ୍ର ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ।

amitshah caa
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026
Latest News

ବଙ୍ଗୋପସାଗରରେ ଗଭୀର ଅବପାତ, ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ କଲେ ରାଜସ୍ବ ମନ୍ତ୍ରୀ

July 27, 2026

ଫାଇଲ ହଜିବା ଘଟଣା, କ୍ରାଇମବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

July 27, 2026

ନିରାପଦ ଟ୍ରେନ ପରିଚାଳନାରେ ଉଲ୍ଲେଖନୀୟ ସତର୍କତା ପାଇଁ ଟେକ୍ନିସିଆନଙ୍କୁ ପୂର୍ବତଟ ରେଳପଥର ସମ୍ମାନ

July 27, 2026

ବିହାର NEET ପ୍ରତିବାଦ: ୩୫୫ ଜଣଙ୍କୁ ଜେଲ, ୯୧ ପୋଲିସ ଆହତ

July 27, 2026

ଗତ ୫ ବର୍ଷରେ ଓଡ଼ିଶାର ୯୬୬୦ କଳାକାରଙ୍କୁ ୭୫.୪୩ କୋଟିର ସହାୟତା

July 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.