ଆଜି ବାରଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ

Published: Mar 4, 2020, 9:55 am IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ଆଜି ରାଜ୍ୟର ବାରଟି ଜିଲ୍ଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟରେ ୭ ତାରିଖ ଯାଏ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।  ଏହା ସହ ଘଡ଼ଘଡ଼ି ମାରିବ। ସେହି ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଅନୁଗୋଳ, ଢେଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଓ କଳାହାଣ୍ଡି।” ରାଜ୍ୟରେ ବର୍ଷା ପରେ ତାପମାତ୍ରା ବଢ଼ିବ। ସ୍ବାଭାବିକଠାରୁ ଚଳିତ ବର୍ଷ ଅଧିକ ଗରମ ଅନୂଭୂତ ହେବ ବୋଲି ସୂଚନା ଦେଇଛନ୍ତି ପାଣିପାଗ କେନ୍ଦ୍ର ।

Related posts