Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଭୟ : ଏଥର ହୋଲି ପାଳିବେନି ମୋଦି
ଆଜିର ଖବର

କରୋନା ଭୟ : ଏଥର ହୋଲି ପାଳିବେନି ମୋଦି

March 4, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ କରୋନା ଭାଇରସ୍‌ର ମାମଲା ସାମ୍ନାକୁ ଆସିବା ପରେ ସତର୍କତା ଜାରି କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଭାଇରସକୁ ନେଇ ଏକ ବଡ ନିଷ୍ପତ୍ତି ନେଇଛନ୍ତି। ବୁଧବାର ଦିନ ପ୍ରଧାନମନ୍ତ୍ରୀ ଘୋଷଣା କରି କହିଛନ୍ତି ଯେ, ଚଳିତ ହୋଲି ମିଳନ ସମାରୋହରେ ସାମିଲ୍‌ ହେବେ ନାହିଁ।

କରେନା ଭାଇରସ୍‌କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଟୁଇଟ୍‌ କରିଛନ୍ତି । ‘ବିଶେଷଜ୍ଞଙ୍କ ପରାମର୍ଶ ଅନୁସାରେ ବହୁ ଲୋକ ଏକତ୍ରିତ ହୁଅନ୍ତୁ ନାହିଁ ବୋଲି କହିଛନ୍ତି ମୋଦି। ଭିଡ ଜରିଆରେ ଏହି ଭାଇରସ୍‌ ବ୍ୟାପିବାର ପ୍ରବଳ ଆଶଙ୍କା ଥାଏ। କରୋନା ଭାଇରସ୍‌ରେ ଆତଙ୍କରେ ଚୀନ୍‌ ସମେତ 18ଟି ଦେଶରେ ସ୍ବାସ୍ଥ୍ୟ ସଂକଟ ବଢି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ହୋଲି ମିଳନ ସମାରୋହରେ ଅଂଶଗ୍ରହଣ କରିବେ ନାହିଁ ବୋଲି ସୂଚନା ଦେଇଛନ୍ତି।

ପ୍ରତ୍ୟେକ ବର୍ଷ ହୋଲି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୋଲି କାର୍ଯ୍ୟକ୍ରମରେ ସାମିଲ୍‌ ହୋଇଥା’ନ୍ତି। ଏହି ଅବସରରେ ସାଧାରଣ ଲୋକଙ୍କ ସହିତ ଦଳର କାର୍ଯ୍ୟକର୍ତ୍ତା ଓ ମିଡିଆ କର୍ମୀଙ୍କ ସହ ସାକ୍ଷାତ କରିଥା’ନ୍ତି। ବିଗତ କିଛି ବର୍ଷ ଧରି ଏହି କାର୍ଯ୍ୟକ୍ରମ ଭାରତୀୟ ଜନତା ପାର୍ଟି କାର୍ଯ୍ୟାଳୟରେ ହେଇ ଆସୁଛି।

ଭାରତରେ କରୋନା ସମ୍ପର୍କିତ 18ଟି ମାମଲା ସାମ୍ନାକୁ ଆସିଛି। ଯେଉଁଥିରେ ଇଟାଲୀର 15ଜଣ ବିଦେଶୀ ପର୍ଯ୍ୟଟକ ସାମିଲ୍‌ ରହିଛନ୍ତି। କରୋନାକୁ ନେଇ ସରକାର ସତର୍କତା ଜାରି କରିଛନ୍ତି । କେନ୍ଦ୍ର ଓ ରାଜ୍ୟ ସରକାରମାନେ ମିଶି କରୋନାକୁ ରୋକିବାରେ ପଦକ୍ଷେପ ଗ୍ରହଣ କରୁଛନ୍ତି। ସାବଧାନତା ତଥା ସତର୍କ ରହିବାକୁ ଉଭୟ ସରକାର ପରାମର୍ଶ ଦେଉଛନ୍ତି। ହାତକୁ ଭଲ ଭାବରେ ଧୋଇବା ସହିତ ପରିଷ୍କାର ପରିଚ୍ଛନ୍ନ ଉପରେ ଧ୍ୟାନ ଦେବାକୁ କୁହାଯାଇଛି।

coronavirus narendramodi
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.