Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମାଇଲଖୁଣ୍ଟ : ଗୋଟିଏ ଦିନରେ 1038 ନୂତନ ଡାକ୍ତରଙ୍କୁ ନିଯୁକ୍ତି
ଆଜିର ଖବର

ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ମାଇଲଖୁଣ୍ଟ : ଗୋଟିଏ ଦିନରେ 1038 ନୂତନ ଡାକ୍ତରଙ୍କୁ ନିଯୁକ୍ତି

March 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନୂତନ ମାଇଲଖୁଣ୍ଟ ହାସଲ କରିଛି ଓଡିଶା । ଶନିବାର ରାଜ୍ୟ ସରକାରଙ୍କ ପକ୍ଷରୁ 1038 ଜଣ ନୂତନ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି । ନବନିଯୁକ୍ତ ଡାକ୍ତରଙ୍କ ଇଣ୍ଡକ୍ସନ୍‌ ଟ୍ରେନିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇଥିଲେ । ଆଜିର ଦିନଟି ଓଡିଶା ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଏକ ଐତିହାସିକ ଦିନ ବୋଲି ନବୀନ ପ୍ରକାଶ କରିଥିଲେ । ଲୋକଙ୍କ ସେବାକୁ ନିଜର ଧର୍ମ ଭାବରେ ବିବେଚନା କରି କାର୍ଯ୍ୟ କରିବା ପାଇଁ ନବନିଯୁକ୍ତ ଡାକ୍ତରଙ୍କୁ ନବୀନ ପରାମର୍ଶ ଦେଇଥିଲେ ।
ଏହି କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ, ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ପ୍ରମୁଖ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରମୁଖ ଯୋଗ ଦେଇଥିଲେ । 5ଟି ସଚିବ ଭି କେ ପାଣ୍ଡିଆନ୍‌ 5ଟି କାର୍ଯ୍ୟକ୍ରମ ସମ୍ପର୍କରେ ବିସ୍ତୃତ ସୂଚନା ପ୍ରଦାନ କରିବା ସହିତ ମୋ ସରକାରର ଲକ୍ଷ୍ୟ ଓ ଆଭିମୁଖ୍ୟ ସମ୍ପର୍କରେ ବୁଝାଇଥିଲେ । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ 8719 ଡାକ୍ତର ପଦବୀ ମଧ୍ୟରୁ 5414 ଜଣ ନିୟମିତ ଡାକ୍ତର କାର୍ଯ୍ୟ କରୁଛନ୍ତି । ନିକଟରେ ଓପିଏସ୍‌ସି ପକ୍ଷରୁ 1403 ଜଣ ଡାକ୍ତରଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଥିବା ବେଳେ ଆଜି ପ୍ରଥମ ପର୍ଯ୍ୟାୟରେ 1038 ଜଣ କାର୍ଯ୍ୟରେ ଯୋଗ ଦେଇଛନ୍ତି । ବାକି ଡାକ୍ତର ଖୁବ୍‌ ଶୀଘ୍ର ଦାୟିତ୍ବ ଗ୍ରହଣ କରିବେ ବୋଲି କୁହାଯାଇଛି ।

naveenpattanaik
Share. Facebook Twitter LinkedIn Email WhatsApp Copy Link

Related Posts

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026
Latest News

ସୁନ୍ଦରଗଡ଼ PNB ବ୍ୟାଙ୍କରେ ଅଗ୍ନିକାଣ୍ଡ, ଜଳିଗଲା କାଗଜପତ୍ର ଓ ଆସବାବପତ୍ର

October 5, 2026

ଜମି ବିବାଦରୁ ଭୟଙ୍କର କାଣ୍ଡ: ଭାଇ ହାତରେ ଭାଇ ହତ୍ୟା, କାଠ ଫାଳିଆରେ ଆକ୍ରମଣ

October 5, 2026

ଭିଜିଲାନ୍ସ ପଞ୍ଝାରେ ପୂର୍ତ୍ତ ବିଭାଗ ଏସଡିଓ ଅରବିନ୍ଦ ମହାନ୍ତି

October 5, 2026

ରେଢ଼ାଖୋଲର ଜଙ୍ଗଲରେ ମିଳିଲା ପ୍ରାଚୀନ ଲୁହା ଶିଳ୍ପର ପ୍ରମାଣ, ଜିଏମ୍ ବିଶ୍ୱବିଦ୍ୟାଳୟର ଗବେଷକଙ୍କ ସର୍ବେକ୍ଷଣ

October 5, 2026

ଦୁଇ ମାନସିକ ଅସୁସ୍ଥଙ୍କୁ ଉଦ୍ଧାର କରି ଥଇଥାନ କଲେ ଯୁବ ସମାଜସେବୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.