Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବାଣ ବିସ୍ଫୋରଣରେ ୮ ଗୁରୁତର
ଆଜିର ଖବର

ବାଣ ବିସ୍ଫୋରଣରେ ୮ ଗୁରୁତର

March 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ବ୍ରହ୍ମପୁରର ଧରାକୋଟ ଅଂଚଳରେ ନାଟକ ଚାଲିଥିବାବେଳେ ବାଣ ବିସ୍ଫୋରଣ ଘଟି ୮ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି । ସୂଚନାଯୋଗ୍ୟ ଦୋଳପୂର୍ଣ୍ଣିମା ଅବସରରେ ଧରାକୋଟ ଥାନା ଅନ୍ତର୍ଗତ କେ. ରାମଚନ୍ଦ୍ରପୁର, କଇଠଡ଼ା ଗ୍ରାମରେ ମହାଭାରତ ନାଟକ କାଲି ରାତ୍ରଠାରୁ ଆରମ୍ଭ ହୋଇଥିଲା । ରବିବାର ସକାଳେ ନାଟକ ଚାଲିଥିବାବେଳେ ନାଟକରେ ବାଣ ଫୁଟାଇବା ପାଇଁ ମଂଚ ତଳେ ଗଚ୍ଛିତ ରଖାଯାଇଥିବା ବାଣରେ କୌଣସି କାରଣରୁ ନିଆଁ ଲାଗିଯାଇଥିଲା । ଫଳରେ ମଂଚ ତଳେ ବିସ୍ଫୋରଣ ହୋଇଥିଲା । ଏହି ସମୟରେ ପ୍ରାୟ ୧୦୦ ଲୋକ ନାଟକ ଦେଖିବା ପାଇଁ ବସିଥିଲେ । ଫଳରେ ବିସ୍ଫୋରଣରେ ରାଜା ଗୌଡ଼, ଓମ୍ ଗୌଡ଼, ସୁମନ ରେଡ଼ି, ଚନ୍ଦନ ବିଷୋୟୀ, ଅରୁଣ ବିଷୋୟୀ, ବାବୁ ବିଷୋୟୀ, ବିଜୟ ଗୌଡ଼ ଆହତ ହୋଇଥିଲେ । ସମସ୍ତ ଆହତକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ଆସିକା ଡ଼ାକ୍ତରଖାନାରେ ଭର୍ତ୍ତି କରାଯିବା ପରେ ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବ୍ରହ୍ମପୁର ଏମ୍‌କେସିଜି ମେଡ଼ିକାଲ୍‌କୁ ସ୍ଥାନାନ୍ତରିତ କରାଯାଇଛି । ଧରାକୋଟ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଅନୁସନ୍ଧାନ ଜାରି ରଖିଛି ।

blast bramhapur
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.