Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ସମସ୍ତ ପରୀକ୍ଷା ଓ ଖାତା ମୂଲ୍ୟାୟନ ଘୁଞ୍ଚାଇବାକୁ ଏଚଆରଡି ମନ୍ତ୍ରଣାଳୟର ନିର୍ଦ୍ଦେଶ
ଆଜିର ଖବର

କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ସମସ୍ତ ପରୀକ୍ଷା ଓ ଖାତା ମୂଲ୍ୟାୟନ ଘୁଞ୍ଚାଇବାକୁ ଏଚଆରଡି ମନ୍ତ୍ରଣାଳୟର ନିର୍ଦ୍ଦେଶ

March 19, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ, ନୋଭେଲ କରେନା ଭୂତାଣୁ (କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ବିଶ୍ୱବିଦ୍ୟାଳୟ ମଞ୍ଜୁରି ଆୟୋଗ ପକ୍ଷରୁ ବିଭିନ୍ନ ସମୟରେ ମଞ୍ଜୁରିପ୍ରାପ୍ତ ବିଶ୍ୱବିଦ୍ୟାଳୟ ଏବଂ ଏହା ଅଧୀନରେ ଥିବା ମହାବିଦ୍ୟାଳୟଗୁଡ଼ିକ ପାଇଁ ମାର୍ଗଦର୍ଶିକା ଜାରି କରାଯାଇଛି । ଏହାବ୍ୟତୀତ କୋଭିଡ-୧୯ର ମୁକାବିଲା ଲାଗି ଅଧିକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରିବା ଲାଗି ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ଉଚ୍ଚ ଶିକ୍ଷା ସଚିବ ଏକ ପତ୍ର ମାଧ୍ୟମରେ ଅବଗତ କରାଇଛନ୍ତି ।

ନିମ୍ନୋକ୍ତ ପଦକ୍ଷେପ ଗ୍ରହଣ କରିବା ଲାଗି ୟୁଜିସି ପକ୍ଷରୁ ସମସ୍ତ ବିଶ୍ୱବିଦ୍ୟାଳୟଗୁଡ଼ିକୁ କୁହାଯାଇଛି:

* ସମସ୍ତ ବିଶ୍ୱବିଦ୍ୟାଳୟ ପରୀକ୍ଷା ଘୁଂଚାଇ ୩୧ ମାର୍ଚ୍ଚ, ୨୦୨୦ ପରେ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
* ପରୀକ୍ଷା ଖାତା ମୂଲ୍ୟାୟନ ମଧ୍ୟ ୩୧ ମାର୍ଚ୍ଚ ପରେ କରିବାକୁ ପରାମର୍ଶ ଦିଆଯାଇଛି।
* ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକଙ୍କ ସହିତ ବୈଦ୍ୟୁତିକ ମାଧ୍ୟମ ଜରିଆରେ ଯୋଗାଯୋଗ ରଖିବା ସହିତ ସେମାନଙ୍କୁ ସମସ୍ତ ବିଷୟରେ ନିୟମିତ ସୂଚନା ଦେବେ। ଫଳରେ ସେମାନଙ୍କ ମନରେ କୌଣସି ଦ୍ୱନ୍ଦ୍ୱ ରହିବ ନାହିଁ।
* ଛାତ୍ରଛାତ୍ରୀଙ୍କ ସନ୍ଦେହର ସମାଧାନ ଲାଗି ହେଲ୍ପ ଲାଇନ ନମ୍ବର, ଇ-ମେଲ ବ୍ୟବସ୍ଥା କରିବାକୁ ସମସ୍ତ ଶିକ୍ଷାନୁଷ୍ଠାନଗୁଡ଼ିକୁ କୁହାଯାଇଛି।

କୋଭିଡ-୧୯ ମୁକାବିଲା ଲାଗି ଭୟଭୀତ ନହୋଇ ଦୃଢ଼ତା ରଖିବା ଲାଗି ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକମାନଙ୍କୁ ପରାମର୍ଶ ଦେବା ଲାଗି ସମସ୍ତ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକୁ ୟୁଜିସି ପକ୍ଷରୁ କୁହାଯାଇଛି ।

HRDMinistery
Share. Facebook Twitter LinkedIn Email WhatsApp Copy Link

Related Posts

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Latest News

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: କଟକ, ସୁନ୍ଦରଗଡ଼ ଜିଲ୍ଲାରେ ସାମୂହିକ ବିବାହ ଆୟୋଜିତ

March 12, 2026

ସୁରକ୍ଷା ଓ ଚାଳନା ଦକ୍ଷତା ବୃଦ୍ଧି ପାଇଁ ରେଳବାଇରେ ଏଆଇ ଓ ମେସିନ୍ ଲର୍ଣ୍ଣିଂର ବ୍ୟବହାର

March 12, 2026

ସଂସଦରେ ଅଭିବ୍ୟକ୍ତିର ସ୍ୱାଧୀନତା ଧାର୍ଯ୍ୟ ନିୟମାଧୀନ ଅଟେ: ଲୋକସଭା ବାଚସ୍ପତି

March 12, 2026

ଗ୍ରୀଷ୍ମ ପ୍ରବାହ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି କ’ଣ?: ସ୍ପଷ୍ଟ କଲେ ମନ୍ତ୍ରୀ ସୁରେଶ ପୂଜାରୀ

March 12, 2026

ଲୋକସଭାରେ ପେଟ୍ରୋଲିୟମ ଏବଂ ପ୍ରାକୃତିକ ବାଷ୍ପ ମନ୍ତ୍ରୀଙ୍କ ବକ୍ତବ୍ୟ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.