ବର୍ଷା ଓ ବଜ୍ରପାତ ନେଇ ସତର୍କ ସୂଚନା ଜାରି କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର

Published: Mar 21, 2020, 1:08 pm IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର : ରାଜ୍ୟରେ କିଛି ଜିଲ୍ଲାରେ ଆଜି ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଖୋର୍ଦ୍ଧା, କଟକ, ଯାଜପୁର, ପୁରୀ ଓ ଜଗତସିଂହପୁର ଆଦି ଜିଲ୍ଲାକୁ ସତର୍କ ପରାମର୍ଶ । ଗୋଟିଏ ଦୁଇଟି ସ୍ଥାନରେ ସାମାନ୍ୟ ବର୍ଷା ସହ ବଜ୍ରପାତ ନେଇ ସତର୍କ ସୂଚନା ଜାରି କରାଯାଇଛି । ଅପରାହ୍ନ 2ଟା 30 ପର୍ଯ୍ୟନ୍ତ ସତର୍କ ରହିବାକୁ ପାଣିପାଗ ବିଭାଗର ସୂଚନା ଦିଆଯାଇଛି ।

Related posts