Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁଣି ଆଉ ଏକ ମୁଣ୍ଡ ନେଲା କରୋନା : ତାମିଲନାଡୁରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ
ଆଜିର ଖବର

ପୁଣି ଆଉ ଏକ ମୁଣ୍ଡ ନେଲା କରୋନା : ତାମିଲନାଡୁରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ

March 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଭାରତରେ ମହାମାରୀ କରୋନା ବେଶ୍‌ ସକ୍ରିୟ ରହିଛି । ପୁଣି ଆଉ ଏକ ମୁଣ୍ଡ ନେଇଛି କରୋନା । ତାମିଲନାଡୁର ଜଣେ ବ୍ୟକ୍ତି କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି । ତାମିଲନାଡୁରେ କରୋନା ଯୋଗୁଁ ପ୍ରଥମ ମୃତ୍ୟୁ ହୋଇଛି । ମାର୍ଚ୍ଚ 23 ତାରିଖରେ ସେ କରୋନା ସଂକ୍ରମିତ ହୋଇଥିଲେ । ଏହାପରେ ତାଙ୍କର ଚିକିତ୍ସା ରାଜାଜୀ ହସ୍ପିଟାଲରେ ହେଉଥିଲା । ତାମିଲନାଡୁର ଜଣକର ମୃତ୍ୟୁ ପରେ ସାରା ଦେଶରେ ମୃତ୍ୟୁ ସଂଖ୍ୟା ଏବେ 11ରେ ପହଞ୍ଚିଛି ।

ସ୍ବାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ମଦୁରାଇର ଜଣେ 54 ବର୍ଷୀୟ ବ୍ୟକ୍ତିଙ୍କର ବୁଧବାର ଦିନ କରୋନା ଯୋଗୁଁ ମୃତ୍ୟୁ ହୋଇଛି । ଗତ ଦୁଇ ଦିନ ହେବ ସେ ରାଜାଜୀ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ତାଙ୍କୁ ଡାଇବେଟିସ୍‌ ସହିତ ହାଇପର୍‌ଟେନ୍‌ସନ୍‌ ରହିଥିଲା । ତାମିଲନାଡୁରେ ଏପର୍ଯ୍ୟନ୍ତ କରୋନା ଯୋଗୁଁ 18ଟି ମାମଲା ସାମ୍ନାକୁ ଆସିଛି । ରାଜ୍ୟରେ ଜଣକର ମୃତ୍ୟୁ ହୋଇଥିବାବେଳେ ଜଣେ ସୁସ୍ଥ ହୋଇଯାଇଛନ୍ତି । ସାରା ଦେଶରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 560ରେ ପହଞ୍ଚିଛି ।  ଦେଶରେ କରୋନାର ସ୍ଥିତିକୁ ଦେଖି କେନ୍ଦ୍ର ସରକାର ଭାରତରେ 21 ଦିନ ପାଇଁ ଲକ୍‌ ଡାଉନ୍‌ର ଘୋଷଣା କରିଛନ୍ତି ।

Share. Facebook Twitter LinkedIn Email WhatsApp Copy Link

Related Posts

ତ୍ୟାଗ ଓ ତୀତିକ୍ଷା ପାଇଁ ପଣ୍ଡିତ ନାରାୟଣ ଓଡ଼ିଆ ଜାତିର ନମସ୍ୟ: ୫୮ତମ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି

May 3, 2026

ଚିନ୍ତା ବଢାଇଲା ସଟ୍ଟା ବଜାରର ପୂର୍ବାନୁମାନ!: ଜାଣନ୍ତୁ କେଉଁ ରାଜ୍ୟରେ କିଏ ଗଢିବ ସରକାର?

May 3, 2026

ଆଜିର ପ୍ରଥମ ମ୍ୟାଚ୍‌ରେ ମୁହାଁମୁହିଁ ହେବେ SRH ଏବଂ KKR: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

May 3, 2026

କ୍ଷୀର ଦର ବୃଦ୍ଧି କଲା ଓମଫେଡ

May 3, 2026
Latest News

ତ୍ୟାଗ ଓ ତୀତିକ୍ଷା ପାଇଁ ପଣ୍ଡିତ ନାରାୟଣ ଓଡ଼ିଆ ଜାତିର ନମସ୍ୟ: ୫୮ତମ ଶ୍ରାଦ୍ଧୋତ୍ସବରେ ଶ୍ରଦ୍ଧାଞ୍ଜଳି

May 3, 2026

ଚିନ୍ତା ବଢାଇଲା ସଟ୍ଟା ବଜାରର ପୂର୍ବାନୁମାନ!: ଜାଣନ୍ତୁ କେଉଁ ରାଜ୍ୟରେ କିଏ ଗଢିବ ସରକାର?

May 3, 2026

ଆଜିର ପ୍ରଥମ ମ୍ୟାଚ୍‌ରେ ମୁହାଁମୁହିଁ ହେବେ SRH ଏବଂ KKR: ଜାଣନ୍ତୁ ସମ୍ଭାବ୍ୟ ଖେଳାଳି

May 3, 2026

କ୍ଷୀର ଦର ବୃଦ୍ଧି କଲା ଓମଫେଡ

May 3, 2026

ପୋଖରୀରେ ବୁଡି ଦୁଇ ନାବାଳିକା ମୃତ

May 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.