Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲକ୍ ଡାଉନ୍ ସମୟରେ ଚକ୍କର କାଟିଲେ ବାଇକ୍ ସହିତ ଜବତ ହେବ ମୋବାଇଲ୍‌
ଆଜିର ଖବର

ଲକ୍ ଡାଉନ୍ ସମୟରେ ଚକ୍କର କାଟିଲେ ବାଇକ୍ ସହିତ ଜବତ ହେବ ମୋବାଇଲ୍‌

March 26, 2020No Comments2 Mins Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ଛତ୍ରପୁର : କରୋନାକୁ ପ୍ରତିହତ କରିବାପାଇଁ ଲକଡାଉନ୍ ଜାରି କରାଯାଇଥିବା ବେଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଏହାର ଅବମାନନା କରାଯାଉଛି। ଏହି ସମୟରେ ବାଇକ୍‌ରେ ଚକ୍କର କାଟୁଥିବା ବ୍ୟକ୍ତିଙ୍କ ବାଇକ୍ ସହ ମୋବାଇଲ୍ ଫୋନ୍ ମଧ୍ୟ ଜବତ କରିବାକୁ ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ନିର୍ଦ୍ଦେଶ ଦେଇଛନ୍ତି। ସାମାଜିକ ଦୂରତା ରକ୍ଷା କରିବାରେ ମୋଟର ସାଇକେଲ ବ୍ୟାଘାତ ସୃଷ୍ଟି କରୁଥିବାରୁ ଏହାର ଚଳାଚଳକୁ ଶତପ୍ରତିଶତ ନିଷେଧ କରାଯାଇଛି। ଅଧିକ ମାତ୍ରାରେ ରୋଡ୍ ବ୍ୟାରିକେଡିଂ କରାଯିବ। ବିଡିଓ, ତହସିଲଦାର ଏବଂ ଥାନା ଭାରପ୍ରାପ୍ତ ଅଧିକାରୀ ସମ୍ପୂର୍ଣ୍ଣ ବ୍ଲକ୍ ଅଞ୍ଚଳକୁ ଆବଣ୍ଟିତ କରି ତଦାରଖ କରିବେ। ଜିଲ୍ଲାରେ ବାହାର ରାଜ୍ୟରୁ ଆସିଥିବା ୧୫ ହଜାର ୩୭୭ ଜଣ ଏବଂ ବିଦେଶରୁ ଆସିଥିବା ୩୭୨ ଜଣଙ୍କର ପ୍ରତ୍ୟହ ସ୍ବାସ୍ଥ୍ୟାବସ୍ଥା ତଦାରଖ କରାଯିବ। ଟାଟା ସହିତ ବୁଝାମଣା ପୂର୍ବକ ଶୀତଳାପଲ୍ଲି ସ୍ଥିତ ଟାଟା ମେମୋରିଆଲ୍ ହସ୍ପିଟାଲକୁ କରୋନା ଆଇସୋଲେଟେଡ୍ ଡାକ୍ତରଖାନା ରୂପେ ବ୍ୟବହାର କରାଯିବ । ଅନ୍ୟୁନ ୧୦୦ ରୋଗୀଙ୍କ ପାଇଁ ତୁରନ୍ତ ବେଡର ସୁବ୍ୟବସ୍ଥା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପରବର୍ତ୍ତୀ ବେଡ୍ ଗୁଡିକର ସୁବ୍ୟବସ୍ଥା ସ୍ବଳ୍ପ ସମୟ ମଧ୍ୟରେ କରାଯିବ। ଜିଲ୍ଲାପାଳ ବ୍ୟକ୍ତିଗତ ଭାବରେ ଏହାକୁ ତଦାରଖ କରୁଛନ୍ତି। ବୟସ୍କ ବ୍ୟକ୍ତି ବାହାରକୁ ନ ବାହାରିବାପାଇଁ ଅନୁରୋଧ କରାଯାଇଛି। ପ୍ରତ୍ୟେକ ଗ୍ରାମ ସ୍ତରରେ ୫ ଜଣ ସ୍ବେଚ୍ଛାସେବୀ ଏବଂ ପଞ୍ଚାୟତ ସ୍ତରରେ ୨୦ ଜଣ ସ୍ବେଚ୍ଛାସେବୀ ଚିହ୍ନଟ କରି ସଜାଗ ରଖିବାକୁ ଜିଲ୍ଲାପାଳ କହିଛନ୍ତି। ଯେଉଁ ମାନଙ୍କର କ୍ବାରେଣ୍ଟାଇନ୍ ଅବଧି ସରୁଛି ସେମାନଙ୍କୁ ବାହାରେ ବୁଲିବା ନିଷେଧ କରାଯାଇଛି। କେହି ଯେପରି ଭୋକିଲା ନ ରହେ ତାକୁ ସଂପୃକ୍ତ ବିଡିଓ ତଦାରଖ କରିବେ। ଅତ୍ୟାବଶ୍ୟକୀୟ ସାମଗ୍ରୀ ପରିବହନ କରୁଥିବା ଚାରିଚକିଆ ଏବଂ ତିନି ଚକିଆ ଯାନକୁ ସଂପୃକ୍ତ ଉପ ଜିଲ୍ଲାପାଳ ସ୍ତରରେ ଅନୁମତି ପତ୍ର ଦିଆଯିବ । କୌଣସି ବ୍ୟକ୍ତି ଯଦି ଅନୁମତି ପତ୍ରର ଅସଦ୍ ବ୍ୟବହାର କରନ୍ତି ତେବେ ତାଙ୍କ ବିରୁଦ୍ଧରେ ଫୌଜଦାରୀ ଆଇନ୍ ଲାଗୁ କରାଯିବ। ସାହି ବସ୍ତିରେ ସ୍ବୟଂ ସହାୟିକା ଗୋଷ୍ଠୀ ଉପଯୁକ୍ତ ସୁରକ୍ଷା ବ୍ୟବସ୍ଥା ସହ ପରିବା ବିକ୍ରୟ କରିବେ । ଯେଉଁଠାରେ ପୂର୍ବରୁ ପରିବା ବିକ୍ରୟ କରାଯାଉଥିଲା ସେଠାର ବିକ୍ରେତା ମାନଙ୍କୁ ଭାଗଭାଗ କରି ସହରର ବିଭିନ୍ନ ଅଞ୍ଚଳରେ ଉପଯୁକ୍ତ ଦୂରତ୍ବ ବଜାୟ ରଖି ପରିବା ବିକ୍ରୟ କରିବାକୁ କୁହାଯାଇଛି । ସ୍ଥାନୀୟ ପ୍ରଶାସନ ଏହାକୁ ସୁନିଶ୍ଚିତ କରିବେ। କରୋନାର ବୀଭିଷିକାକୁ ହୃଦୟଙ୍ଗମ କରି ପ୍ରତ୍ୟେକ ବ୍ୟକ୍ତି ଶୃଙ୍ଖଳିତ ସୈନିକ ଭାବରେ ଏହି ଲଢାଇରେ ସାମିଲ ହେବାପାଇଁ ଜିଲ୍ଲାପାଳ ନିବେଦନ କରିଛନ୍ତି।

bike Lockdown mobile
Share. Facebook Twitter LinkedIn Email WhatsApp Copy Link

Related Posts

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026

ଭୁବନେଶ୍ବରରେ ହେବ ‘କଲରାପତ୍ରିଆ ବାଘ ସଂରକ୍ଷଣ’ ଶୀର୍ଷକ କାର୍ଯ୍ୟକ୍ରମ

May 13, 2026
Latest News

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026

ସିବିଏସ୍‌ଇ ଦ୍ୱାଦଶ ପରୀକ୍ଷାରେ ଡିଏଭି ପୋଖରୀପୁଟର ସଫଳତା

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.