Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶର ଏଭଳି ପରିସ୍ଥିତି ସମୟରେ ପ୍ରଧାନମନ୍ତ୍ରୀ ରାଜନୀତି ନ କରନ୍ତୁ – ବିରୋଧୀ
ଆଜିର ଖବର

ଦେଶର ଏଭଳି ପରିସ୍ଥିତି ସମୟରେ ପ୍ରଧାନମନ୍ତ୍ରୀ ରାଜନୀତି ନ କରନ୍ତୁ – ବିରୋଧୀ

February 28, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
arvind kejeriwal tweets to pm don't politics in this time
arvind kejeriwal tweets to pm don't politics in this time

ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ପରିସ୍ଥିତି ସମୟରେ ପ୍ରଧାନମନ୍ତ୍ରୀ ମୋଦି ଆଜି ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାଙ୍କ ସହ ଭିଡ଼ିଓ କନଫରେନ୍ସ ଜରିଆରେ ଆଲୋଚନା କରୁଛନ୍ତି । ଏହି ଭିଜିଓ କନ୍‌ଫରେନ୍ସିକୁ ବିରୋଧୀଙ୍କ ପକ୍ଷରୁ କଡା ସମାଲୋଚନା କରାଯାଇଛି । ଆଜି କଂଗ୍ରେସ ତରଫରୁ ଥିବା ରାଲିକୁ ସ୍ଥଗିତ ରଖାଯାଇଥିବାବେଳେ ମୋଦି ତାଙ୍କ ପ୍ରଚାର କାର୍ଯ୍ୟକ୍ରମ ଜାରି ରଖିଛନ୍ତି । ଭାରତର ଜଣେ ବୀର ପାଇଲ୍‌ଟ ଅଭିନନ୍ଦନ ପାକିସ୍ତାନ କବ୍‌ଜାରେ ଥିବାବେଳେ ସାରାଦେଶବାସୀ ତାଙ୍କ ମୁକ୍ତି ପାଇଁ ପ୍ରାର୍ଥନା କରୁଥିବାବେଳେ ଦେଶର ପ୍ରଧାନମନ୍ତ୍ରୀ ଏହି ସମୟରେ ନିର୍ବାଚନୀ ପ୍ରଚାରରେ ବ୍ୟସ୍ତ ରହି ସତ୍ତାକୁ ଆସିବାର ଯୋଜନା ଚଳାଇଛନ୍ତି ବୋଲି କଂଗ୍ରେସ ଆକ୍ଷେପ କରିଛି । ସେହିପରି ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ଏହି କାର୍ଯ୍ୟକ୍ରମକୁ ରଦ୍ଦ କରିବା ପାଇଁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଅନୁରୋଧ କରିଥିଲେ । ଆମ ଆଦମି ପାର୍ଟିର ମୁଖିଆ ଅରବିନ୍ଦ କେଜରିୱାଲ ପ୍ରଧାନମନ୍ତ୍ରୀଙ୍କୁ କହିଛନ୍ତି ଏହି କାର୍ଯ୍ୟକ୍ରମକୁ ସ୍ଥଗିତ କରାଯିବା ଆବଶ୍ୟକ । ବର୍ତ୍ତମାନ ସମୟରେ ନିଜର ସମସ୍ତ ଶକ୍ତି ଓ ସମୟକୁ ଭାରତୀୟ ପାଇଲଟକୁ ଫେରାଇ ଆଣିବା ଉପରେ ଲଗାଇବା ଦରକାର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସାରା ଦେଶରେ ଏକ କୋଟି ବିଜେପି କାର୍ଯ୍ୟକର୍ତ୍ତା ଓ ଅନ୍ୟ ବିଶିଷ୍ଟ ନାଗରିକଙ୍କୁ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରୁଛନ୍ତି । ବିଜେପି ଦାବି କରିଛି ଏହା ଏବେ ପର୍ଯ୍ୟନ୍ତ ସବୁଠାରୁ ବଡ଼ ଭିଡ଼ିଓ କନଫରେନ୍ସ ଅଟେ । ଅରବିନ୍ଦ କେଜରିୱାଲ ବିଜେପିର କାର୍ଯ୍ୟକ୍ରମକୁ ନେଇ ହେଉଥିବା ଚର୍ଚ୍ଚା ଉପରେ ରିଟ୍ୱିଟ୍ କରିଛନ୍ତି । ସେ ଏହି ଟ୍ଵିଟ୍‌ରେ କହିଛନ୍ତି ଯେ, ମୁଁ ମାନ୍ୟବର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଅନୁରୋଧ କରୁଛି କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଉ । ଏବେ ଭାରତୀୟ ବାୟୁସେନା ପାଇଲଟଙ୍କୁ ସୁରକ୍ଷିତ ଆଣିବା ଅଧିକ ଆବଶ୍ୟକ ।

arvindkejeriwal thesamkhsya
Share. Facebook Twitter LinkedIn Email WhatsApp Copy Link

Related Posts

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ତୃତୀୟ ଦିନିକିଆ ପରେ ଅବସର ନେବେ ରୋହିତ ଶର୍ମା?: ଜାଣନ୍ତୁ ବିସିସିଆଇର ଯୋଜନା

July 17, 2026

ଇତିହାସ ରଚିଲା ଦିଲ୍ଲୀ ଏମ୍ସ!: ୪ ମାସର ଶିଶୁ ଉପରେ ବିଶ୍ୱର ସବୁଠାରୁ ବିରଳ ଅସ୍ତ୍ରୋପଚାର ସଫଳ

July 17, 2026
Latest News

ସୋନମ ୱାଙ୍ଗଚୁକଙ୍କୁ କଂଗ୍ରେସର ସମର୍ଥନ: ଜନ୍ତର ମନ୍ତରରେ ପହଞ୍ଚିଲେ ପବନ ଖେଡ଼ା

July 17, 2026

ଅଟକି ଅଟକି ପରିସ୍ରା ହେଉଛି କି?: ଶୀଘ୍ର ନିଅନ୍ତୁ ଡାକ୍ତରଙ୍କ ପରାମର୍ଶ

July 17, 2026

ଧନିଆ ଚାଷ କଲେ ୨୦ ହଜାର ଟଙ୍କା ଦେବେ ସରକାର: ଜାଣନ୍ତୁ ଲାଭ

July 17, 2026

ସବୁଜ ରେଳ ପରିବହନର ନୂଆ ଅଧ୍ୟାୟ: ଧୂଆଁମୁକ୍ତ ହାଇଡ୍ରୋଜେନ୍ ଶକ୍ତିରେ ଚାଲିବ ନୂଆ ଟ୍ରେନ୍

July 17, 2026

ରାଜ୍ୟର ୭ଟି ଷ୍ଟେସନ ସମେତ ଦେଶର ୭୫ ଅମୃତ ଭାରତ ଷ୍ଟେସନର ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ

July 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.