Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଭିଡ୍‌-୧୯ ସହାୟତା ନିୟନ୍ତ୍ରଣ କକ୍ଷର ଦେଖିଲେ ମୁଖ୍ୟ ଶାସନ ସଚିବ, ଫସି ରହିଥିବା ଶ୍ରମିକଙ୍କ ସହ କଥା ହେଲେ
ଆଜିର ଖବର

କୋଭିଡ୍‌-୧୯ ସହାୟତା ନିୟନ୍ତ୍ରଣ କକ୍ଷର ଦେଖିଲେ ମୁଖ୍ୟ ଶାସନ ସଚିବ, ଫସି ରହିଥିବା ଶ୍ରମିକଙ୍କ ସହ କଥା ହେଲେ

March 29, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର,  ଆଜି ସନ୍ଧ୍ୟାରେ ମୁଖ୍ୟ ଶାସନ ସଚିବ ଅସିତ୍‌ ତ୍ରିପାଠୀ ରାଜ୍ୟ ନିୟନ୍ତ୍ରଣ କକ୍ଷ ପରିଦର୍ଶନ କରି ସେଠାରେ ବାସ୍ତବ ସ୍ଥିତି ପରଖିଥିଲେ। ନିୟନ୍ତ୍ରଣ କକ୍ଷରେ ଗୃହ ବିଭାଗ ପ୍ରମୁଖ ଶାସନ ସଚିବ ସଂଜୀବ ଚୋପ୍ରା, କୋଭିଡ୍‌-୧୯ ସ୍ୱତନ୍ତ୍ର ଅଧିକାରୀ ବିଶାଲ ଦେବ ଓ ଗୃହ ବିଭାଗ ସ୍ୱତନ୍ତ୍ର ସଚିବ ଅମିତାଭ୍‌ ଠାକୁରଙ୍କ ସମେତ ନିୟନ୍ତ୍ରଣ କକ୍ଷରେ କଲ୍‌ ଗ୍ରହଣ କରୁଥିବା ଅଧିକାରୀମାନଙ୍କ ସହିତ ମୁଖ୍ୟ ଶାସନ ସଚିବ ତ୍ରିପାଠୀ ଆଲୋଚନା କରିଥିଲେ। ଏପରିକି କେତେକ ରାଜ୍ୟରେ ଫସିଥିବା ଶ୍ରମିକଙ୍କ ସହିତ ମଧ୍ୟ ମୁଖ୍ୟଶାସନ କଥା ହୋଇଥିଲେ।

ପରେ ପରେ ସାମ୍ବାଦିକମାନଙ୍କ ପ୍ରଶ୍ନର ଉତ୍ତର ଦେଇ ମୁଖ୍ୟ ଶାସନ ସଚିବ କହିଥିଲେ ଯେ, ବର୍ତ୍ତମାନ ନିୟନ୍ତ୍ରଣ କକ୍ଷକୁ ମୁଖ୍ୟତଃ କର୍ଣ୍ଣାଟକ, ମହାରାଷ୍ଟ୍ର, ତାମିଲ୍‌ନାଡ଼ୁ, ତେଲେଙ୍ଗାନା ଓ ଗୁଜୁରାଟ ଆଦି ରାଜ୍ୟରେ ଅଟକି ରହିଥିବା ଓଡ଼ିଆମାନଙ୍କ ଠାରୁ ଟେଲିଫୋନ୍‌ ଆସୁଛି ଏବଂ ସେସବୁ ବିଷୟରେ ସଂପୃକ୍ତ ରାଜ୍ୟ ପ୍ରଶାସନ ସହ ଯୋଗାଯୋଗ କରି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି ।

ବର୍ତ୍ତମାନ ପର୍ଯ୍ୟନ୍ତ ମିଳିଥିବା ତଥ୍ୟ ଅନୁସାରେ ଓଡ଼ିଶାରେ ରହିଯାଇଥିବା ଅନ୍ୟ ରାଜ୍ୟର ପ୍ରାୟ ୧୫ ହଜାରରୁ ଊଦ୍ଧ୍ୱର୍ ଲୋକମାନଙ୍କ ପାଇଁ ରାଜ୍ୟ ସରକାର ବ୍ୟବସ୍ଥା କରୁଛନ୍ତି ।  ନିୟନ୍ତ୍ରଣ କକ୍ଷର ଟେଲିଫୋନ୍‌ ନମ୍ବର-୦୬୭୪- ୨୩୯୨୧୧୫ରେ ଆସୁଥିବା କଲ୍‌ଗୁଡ଼ିକର ଅନୁସରଣ କରି ତଦନୁଯାୟୀ ସଂପୃକ୍ତ ରାଜ୍ୟ ସରକାର ଓ ସଂସ୍ଥାମାନଙ୍କ ସହ ଯୋଗାଯୋଗ କରି ସେଠାରେ ଅଟକି ରହିଥିବା ଓଡ଼ିଆମାନଙ୍କ ନିମନ୍ତେ ମୌଳିକ ଆବଶ୍ୟକତାଗୁଡ଼ିକର ବ୍ୟବସ୍ଥା କରାଯାଉଛି ବୋଲି ମୁଖ୍ୟ ଶାସନ ସଚିବ କହିଥିଲେ।

Covi19
Share. Facebook Twitter LinkedIn Email WhatsApp Copy Link

Related Posts

ସଦନରେ ଯୋଜନାବଦ୍ଧ ବିଭ୍ରାଟ ସୃଷ୍ଟିକୁ ନେଇ କ୍ଷୋଭ ପ୍ରକାଶ କଲେ ଲୋକସଭା ବାଚସ୍ପତି

August 22, 2025

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025
Latest News

ସଦନରେ ଯୋଜନାବଦ୍ଧ ବିଭ୍ରାଟ ସୃଷ୍ଟିକୁ ନେଇ କ୍ଷୋଭ ପ୍ରକାଶ କଲେ ଲୋକସଭା ବାଚସ୍ପତି

August 22, 2025

ନିଯୁକ୍ତ ହେବେ ୪୫ ହଜାର ଶିକ୍ଷକ, ଦଶମ ଶ୍ରେଣୀ ପର୍ଯ୍ୟନ୍ତ ସବୁ ପିଲାଙ୍କୁ ମାଗଣା ବହି

August 22, 2025

ରାଜ୍ୟରେ ୪ ହଜାର ୫୧୫ କୋଟିର ୧୮ଟି ନିବେଶ ପ୍ରସ୍ତାବକୁ ଅନୁମୋଦନ

August 22, 2025

ପର୍ଯ୍ୟଟନ ବିଭାଗର ତିନୋଟି ବୁଝାମଣାପତ୍ର ସ୍ବାକ୍ଷରିତ

August 22, 2025

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶୁକ୍ରବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.