ଆଜି ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ ବିଧାନସଭା ଅଧିବେଶନ

Published: Mar 30, 2020, 8:32 am IST

ଭୁବନେଶ୍ୱର: ଆଜି ବିଧାନସଭା ବଜେଟ୍ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଲୋକସେବା ଭବନର ସମ୍ମିଳନୀ କକ୍ଷରେ ବସିବ। ଏହି  ଅଧିବେଶନ ବ୍ୟୟମଂଜୁରୀ ବିଲ୍ ପାରିତ ପାଇଁ ବିଧାନସଭା ଅଧିବେଶନ ବସିବ। ଅଧିବେଶନ ପୂର୍ବରୁ କନ୍‌ଭେନସନ୍‌ ହଲ୍‌କୁ ବିଏମ୍‌ସି ତରଫରୁ ବିଶୋଧନ କରାଯାଇଛି ।ବିଏମସିର ସ୍ୱାସ୍ଥ୍ୟ ବିଭାଗର ଟିମ୍ ଏବଂ ଅଗ୍ନିଶମ ସେବା ସଂସ୍ଥା ଏହାକୁ ବିଶୋଧନ କରିଛନ୍ତି। ବିଧାନସଭାର ଜଣେ କର୍ମଚାରୀ ତୃତୀୟ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଧାନସଭା ବଦଳରେ ଏବେ ଲୋକସେବା ଭବନର କନଭେନସନ୍ ସେଣ୍ଟରରେ ଅଧିବେଶନ ପାଇଁ ନିଷ୍ପତ୍ତି ନିଆଯାଇଛି ।

ସେହିପରି ଏହି କନଭେନସନ ହଲ୍‌ରେ ୨ ମଧ୍ୟ ସାମାଜିକ ଦୂରତ୍ବକୁ ଗୁରୁତ୍ବ ଦିଆଯାଇଛି । ଏହି ହଲ୍‌ରେ ଦୁଇ ମିଟର ଅନ୍ତରରେ ବିଧାୟକ ବସିବେ ବୋଲି ନିଷ୍ପତ୍ତି ନିଆଯାଇଛି । ରାସ୍ତାରେ କୌଣସି ବିଧାୟକଙ୍କୁ ନ ଅଟକାଇବାକୁ ଜିଲ୍ଲାପାଳ, ଏସପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

Related posts