ଗୁଜରାଟ ଓ ହରିଆଣାରେ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

Published: Apr 2, 2020, 5:10 pm IST

ନୂଆଦିଲ୍ଲୀ:  ମହାମାରୀ କରୋନା ଗୁଜରାଟରେ ଜଣେ ଏବଂ ହରିଆଣାର ଜଣଙ୍କର ମୁଣ୍ଡ ନେଇଛି। ଗୁଜରାଟରେ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ଜଣେ 52 ବର୍ଷୀୟ ବ୍ୟକ୍ତିଙ୍କର ଆଜି ମୃତ୍ୟୁ ଘଟିଛି। ଏହି ବ୍ୟକ୍ତି ଜଣଙ୍କ ନିକଟରେ ଶ୍ରୀଲଙ୍କା ଗସ୍ତରୁ ଫେରିଥିଲେ। ସେ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତାଙ୍କ ପରିବାରର ଅନ୍ୟ ଚାରି ସଦସ୍ୟ ବି କରୋନା ପଜିଟିଭି ବୋଲି ଜଣାପଡିଛନ୍ତି ।

ସେହିପରି ହରିଆଣାର ଜଣେ 67 ବର୍ଷୀୟ ବ୍ୟକ୍ତି ଆଜି କରୋନା ଯୋଗୁଁ ପ୍ରାଣ ହରାଇଛନ୍ତି। ବ୍ୟକ୍ତି ଜଣଙ୍କ ଚଣ୍ଡିଗଡ଼ର ପୋଷ୍ଟ ଗ୍ରାଜ୍ୟୁଏଟ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ଏଡୁକେସନ ଓ ରିସର୍ଚ୍ଚରେ ଚିକିତ୍ସିତ ହେଉଥିଲେ। ତେବେ ଏହି ବ୍ୟକ୍ତି ଜଣକ ବିଦେଶ ଯାଇନଥିବାବେଳେ କାହା ସଂସ୍ପର୍ଶରେ ଆସି କରୋନା ପୀଡ଼ିତ ହୋଇଥିଲେ ଜଣାପଡିନାହିଁ ।

ସୂଚନାଯୋଗ୍ୟ, ଦେଶରେ କରୋନା ପୀଡ଼ିତଙ୍କ ସଂଖ୍ୟା 2000ରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା 50 ଟପିଛି । (ଏଜେନ୍ସି)

Related posts