Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କରୋନା ଆକ୍ରାନ୍ତଙ୍କ ଚିକିତ୍ସା କେବଳ କୋଭିଡ୍‌ ହସ୍ପିଟାଲରେ ହେବ: ସ୍ବାସ୍ଥ୍ୟ ସଚିବ
ଆଜିର ଖବର

କରୋନା ଆକ୍ରାନ୍ତଙ୍କ ଚିକିତ୍ସା କେବଳ କୋଭିଡ୍‌ ହସ୍ପିଟାଲରେ ହେବ: ସ୍ବାସ୍ଥ୍ୟ ସଚିବ

April 7, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: କରୋନା ମୁକାବିଲାକୁ ନେଇ ଆଜି ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ବିହାରୀ ଧଳ ପ୍ରେସ ମିଟ୍‌ କରିଛନ୍ତି। ଆଜି ବିଶ୍ବ ସ୍ବାସ୍ଥ୍ୟ ଦିବସ ଅବସରରେ ସ୍ବାସ୍ଥ୍ୟ କର୍ମୀ, ଡାକ୍ତର, ନର୍ସ, ଧାଇ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। କରୋନା ଯୁଦ୍ଧରେ ଯୋଦ୍ଧା ସାଜିଥିବା ସମସ୍ତଙ୍କୁ  ଶୁଭେଚ୍ଛା ଜଣାଇବା ସହ ରାଜ୍ୟବାସୀଙ୍କୁ କୋଭିଡ୍‌ ହସ୍ପିଟାଲ ସମ୍ପର୍କରେ ସୂଚନା ଦେଇଛନ୍ତି। ଦେଶରେ କିଛି ଡାକ୍ତରଖାନାର  ସ୍ବାସ୍ଥ୍ୟ କର୍ମୀମାନେ କୋଭିଡ୍‌-୧୯ରେ ସଂକ୍ରମିତ ହେବା ଖବର ଆସିବା ପରେ ସାଧାରଣରେ ଟିକେ ଭୟ ସୃଷ୍ଟି ହୋଇଥିଲା। ଏହି ଭୟକୁ ଦୃଷ୍ଟିରେ ରଖି ଆଜି ସ୍ବାସ୍ଥ୍ୟ ସଚିବ ଏହି ସମ୍ପର୍କରେ ସୂଚନା ଦେଇଛନ୍ତି। ରାଜ୍ୟରେ ବର୍ତ୍ତମାନ ୭ଟି କୋଭିଡ୍‌ ହସ୍ପିଟାଲ ପ୍ରତିଷ୍ଠା କରାଯାଇଛି। ଅନ୍ୟାନ୍ୟ ହସ୍ପିଟାଲରେ କୋଭିଡ୍‌ ରୋଗୀ ନାହାନ୍ତି। ରାଜ୍ୟର ବଡ ହସ୍ପିଟାଲ ତଥା କଟକର ଏସ୍‌ସିବିରେ କେହି କରୋନା ସଂକ୍ରମିତ ନଥିବାର ଜଣାଇଛନ୍ତି ସ୍ବାସ୍ଥ୍ୟ ସଚିବ। ସେହିପରି ଲୋକମାନେ କେବଳ କୋଭିଡ୍‌ ହସ୍ପିଟାଲକୁ ଛାଡି ଅନ୍ୟାନ୍ୟ ହସ୍ପିଟାଲକୁ ଅନ୍ୟ ଚିକିତ୍ସା ପାଇଁ ରୋଗୀ ଆସିପାରିବେ। ସେହିପରି କଟକର ସିଟି ହସ୍ପିଟାଲରେ ମଧ୍ୟ କେହି କୋଭିଡ୍‌ ରୋଗୀ ନାହାନ୍ତି। କେବଳ ଭୁବନେଶ୍ବରର କ୍ୟାପିଟାଲ୍‌ ହସ୍ପିଟାଲରେ ଜଣେ କୋଭିଡ ରୋଗୀ ଅଛନ୍ତି। ଏଠାରେ ରହିଥିବା ଆକ୍ରାନ୍ତ ଜଣକ ସୁସ୍ଥ ହୋଇଗଲେଣି। ତାଙ୍କର ଦ୍ବିତୀୟ ନମୁନା ପରୀକ୍ଷା ପରେ ସେ ଖୁବ୍‌ ଶୀଘ୍ର ହସ୍ପିଟାଲରୁ ବାହାରିବେ ବୋଲି ସ୍ବାସ୍ଥ୍ୟ ସଚିବ ଜଣାଇଛନ୍ତି। କରୋନା ଆକ୍ରାନ୍ତଙ୍କ ଚିକିତ୍ସା କେବଳ କୋଭିଡ୍‌ ହସ୍ପିଟାଲରେ ହେବ ବୋଲି ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ।

ସେହିପରି  ଫ୍ଲୁ ଭଳି ଲକ୍ଷଣ ଦେଖାଦେଲେ ସଂକୋଚ କରିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ। ୧୦୪କୁ ଫୋନ କରିବାକୁ ପରାମର୍ଶ ଦେଇଛନ୍ତି ସ୍ବାସ୍ଥ୍ୟ ସଚିବ। ହେଲ୍ପ ଲାଇନ୍‌ -୧୦୪ରେ ଡାକ୍ତର ଉପଲବ୍ଧ ରହୁଛନ୍ତି। ଏହି ଡାକ୍ତରଙ୍କ ସହ ନିଜ ଲକ୍ଷଣ ସମ୍ପର୍କରେ କଥା ହେବା ପରେ ଚିକିତ୍ସା ଆରମ୍ଭ ହେବ ବୋଲି କହିଛନ୍ତି ସ୍ବାସ୍ଥ୍ୟ ସଚିବ।

covid-19 Odisha
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.