ରାଜ୍ୟରେ ପ୍ରଥମ କରୋନା ଜନିତ ମୃତ୍ୟୁ

Published: Apr 7, 2020, 2:06 pm IST

ସମୀକ୍ଷା ବ୍ୟୁରୋ

ଭୁବନେଶ୍ବର: ଓଡ଼ିଶାରୁ ପ୍ରଥମ ମୁଣ୍ଡ ନେଲା କରୋନା। ଭୁବନେଶ୍ବର ଅଞ୍ଚଳର ଜଣେ ୭୨ ବର୍ଷୀୟ ବ୍ୟକ୍ତିଙ୍କ କରୋନା ଯୋଗୁଁ ମୃତ୍ୟୁ ଘଟିଛି। ରାଜ୍ୟର ପ୍ରଥମ କରୋନା ମୃତ୍ୟୁ ଭାବେ ଏହି ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଝାରପଡା ଅଞ୍ଚଳର ଏହି ବ୍ୟକ୍ତି ଜଣକ କରୋନା ଆକ୍ରାନ୍ତ ଭାବେ ଚିହ୍ନଟ ହୋଇଥିଲେ। ଶ୍ବାସକଷ୍ଟରେ ପୀଡ଼ିତ ହୋଇ ଏପ୍ରିଲ୍‌ ୪ରେ ଏହି ବ୍ୟକ୍ତି ଜଣକ ଏମ୍ସରେ ଭର୍ତ୍ତି ହୋଇଥିଲେ। ନମୁନା ପରୀକ୍ଷଣରୁ କରେନା ପଜିଟିଭି ଚିହ୍ନଟ ହୋଇଥିଲା। ଗତକାଲି ରାତ୍ରିରେ ତାଙ୍କର ମୃତ୍ୟୁ ହୋଇଥିବାର ସୂଚନା ମିଳିଛି। ତାଙ୍କର ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର ବିଭାଗ ତରଫରୁ ଏହି ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତିଙ୍କର କ୍ରୋନିକ ହାଇପରଟେନସନ୍‌ ଥିଲା। ମୃତ ବ୍ୟକ୍ତିଙ୍କର କଣ୍ଟାକ୍ଟ ଟ୍ରେସିଂ ଓ କଣ୍ଟେନେମଣ୍ଟ ପ୍ରକ୍ରିୟା ଜାରି ରହିଛି। ପୂର୍ବରୁ ବ୍ୟକ୍ତିଙ୍କଠାରେ କୌଣସି ପ୍ରକାରର କରୋନା ଲକ୍ଷଣ ଦେଖିବାକୁ ମିଳିନଥିଲା। ବ୍ୟକ୍ତିଙ୍କ ମୃତ୍ୟୁ ପରେ କରୋନା ପଜିଟିଭି ରିପୋର୍ଟ ଆସିଛି ବୋଲି ଜଣାପଡିଛି।

ସୂଚନାଯାେଗ୍ୟ, ଭୁବନେଶ୍ବରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୫କୁ ବୃଦ୍ଧି ହୋଇଥିବାବେଳେ ରାଜ୍ୟରେ କରୋନା ପଜିଟିଭ୍‌ ଚିହ୍ନଟ ରୋଗୀଙ୍କ ସଂଖ୍ୟା ୪୨କୁ ବୃଦ୍ଧି ହୋଇଛି। ୪୨ ଜଣଙ୍କ ମଧ୍ୟରୁ ଜଣକର ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଦୁଇଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ସେହିପରି ୩୯ ଜଣ କରୋନା ଆକ୍ରାନ୍ତ ଏବେ ରାଜ୍ୟର ବିଭିନ୍ନ ହସ୍ପିଟାଲରେ ଚିକିତ୍ସାଧୀନ। ଭୁବନେଶ୍ବରର ୩୨, ଭଦ୍ରକର ୩, କଟକ, ଯାଜପୁର, କଳାହାଣ୍ଡି ଓ କେନ୍ଦ୍ରାପଡ଼ାର ଜଣେ ଲେଖାଏଁ ଚିକିତ୍ସାଧୀନ ରହିଛନ୍ତି।

Related posts