Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ
ଆଜିର ଖବର

ଦେଶରେ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ : କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ

April 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ : ଆଜି କରୋନା ଅପଡେଟ୍‌ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ । 24 ଘଣ୍ଟାରେ 678ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ 33ଜଣଙ୍କର ମୃତ୍ୟୁ ହୋଇଛି । ଦେଶରେ ମୋଟ୍‌ ମୃତ୍ୟୁ ସଂଖ୍ୟା 199କୁ ବୃଦ୍ଧି ପାଇଛି । 503ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଡିସ୍‌ଚାର୍ଜ ହୋଇଛନ୍ତି । ସେହିପରି କରୋନା ମୁକାବିଲା ପାଇଁ ସବୁ ରାଜ୍ୟ ପାଇଁ 15 ହଜାର କୋଟିର ପ୍ୟାକେଜ୍‌ ସ୍ଥିର ହୋଇଛି ।

କାଲି ଗୋଟିଏ ଦିନରେ 16 ହଜାର 2ଜଣଙ୍କର କରୋନା ଟେଷ୍ଟ ହୋଇଛି । ଏହି ଟେଷ୍ଟରୁ ମାତ୍ର 0.2% ନମୁନା ପଜିଟିଭ୍‌ ବାହାରିଥିଲା । ଅର୍ଥାତ୍‌ 16 ହଜାର ଟେଷ୍ଟ୍‌ରୁ 320 ଜଣ ପଜିଟିଭ୍ ଚିହ୍ନଟ ହୋଇଥିଲା । ଏଯାବତ୍‌ 1 ଲକ୍ଷ 44 ହଜାର 910ଟି କରୋନା ପରୀକ୍ଷା ହୋଇଛି । ସେହିପରି 146ଟି ସରକାରୀ ଓ 67 ଘରୋଇ ଲ୍ୟାବ୍‌ରେ ଟେଷ୍ଟିଂ ସୁବିଧା ରହିଛି ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍‌ ଅଗ୍ରଓ୍ବାଲ ସୂଚନା ଦେଇଛନ୍ତି ।

ସେହିପରି ଦେଶରେ କମ୍ୟୁନିଟି ଟ୍ରାନ୍ସମିଶନ୍‌ ବା ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ସୂଚନା ଦେଇଛନ୍ତି ଲବ୍ ଅଗ୍ରଓ୍ବାଲ । ଲୋକମାନେ ନ ଡରି ସଚେତନ ରହୁନ୍ତୁ ବୋଲି କହିଛନ୍ତି ସ୍ବାସ୍ଥ୍ୟ ସଚିବ । ସେହିପରି ସ୍ବାସ୍ଥ୍ୟ କର୍ମଚାରୀ ହେଉଛନ୍ତି କରୋନା ଯୁଦ୍ଧର ମହାଯୋଦ୍ଧା । ସେମାନଙ୍କ ସହ ଦୁବ୍ୟବହାର କରିବା ଆମ ପାଇଁ ହାନିକାର । ତାଙ୍କ ସହିତ ଯେପରି ଦୁବ୍ୟର୍ବହାର ନହୁଏ ସେଥିପ୍ରତି ଧ୍ୟାନ ଦେବା। ସେମାନଙ୍କୁ ସହଯୋଗ କରିବା ଆମର ଧର୍ମ ବୋଲି ସ୍ବାସ୍ଥ୍ୟ ସଚିବ କହିଛନ୍ତି । (ଏଜେନ୍ସି)

Ministry of Health
Share. Facebook Twitter LinkedIn Email WhatsApp Copy Link

Related Posts

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026
Latest News

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

୨୦୨୬-୨୭ ଋତୁ ପାଇଁ ଝୋଟର ସର୍ବନିମ୍ନ ସହାୟକ ମୂଲ୍ୟକୁ କ୍ୟାବିନେଟ ମଞ୍ଜୁରି

February 24, 2026

ଶ୍ରୀନଗର ଅନ୍ତର୍ଜାତୀୟ ବିମାନବନ୍ଦରରେ ସିଭିଲ୍ ଏନକ୍ଲେଭ୍ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରି

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.